Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ ପୂର୍ବରୁ ରତ୍ନ ଭଣ୍ଡାର ଖୋଲନ୍ତୁ ରାଜ୍ୟ ସରକାର: ସମୀର ମହାନ୍ତି
ବିଶେଷ ଖବର

ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ ପୂର୍ବରୁ ରତ୍ନ ଭଣ୍ଡାର ଖୋଲନ୍ତୁ ରାଜ୍ୟ ସରକାର: ସମୀର ମହାନ୍ତି

November 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
SamirBJP
ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ ପୂର୍ବରୁ ରତ୍ନ ଭଣ୍ଡାର ଖୋଲନ୍ତୁ ରାଜ୍ୟ ସରକାର: ସମୀର ମହାନ୍ତି

ଭୁବନେଶ୍ୱର: ଜଗତର ନାଥ ଜଗନ୍ନାଥଙ୍କ ରତ୍ନଭଣ୍ଡାରରେ ଗହଣା କେତେ ଅଛି ତାହା ଓଡ଼ିଶାବାସୀ ଜାଣିବା ଉଚିତ। କିନ୍ତୁ ରାଜ୍ୟ ସରକାର ରତ୍ନ ଭଣ୍ଡାର ଖୋଲିବା ବଦଳରେ ଲେଜର ସ୍କାନିଂ କରିବା କଥା କହିବା ରାଜ୍ୟ ସରକାରଙ୍କ ଯୋଜନାବଦ୍ଧ ଷଡଯନ୍ତ୍ର।ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି।

ସେ କହିଛନ୍ତି ଯେ, ୧୯୫୨ମସିହାରେ ସ୍ୱତନ୍ତ୍ର ଆଇନ କରି ଜଗନ୍ନାଥ ମନ୍ଦିର ପରିଚାଳନା ପାଇଁ ନିଷ୍ପତି ନେଇ ଗଜପତିଙ୍କ ଠାରୁ କ୍ଷମତା ନେଇଗଲେ ରାଜ୍ୟ ସରକାର। ତେଣୁ ରତ୍ନ ଭଣ୍ଡାର ଖୋଲିବା ଦାୟିତ୍ୱ ସମ୍ପୂର୍ଣ୍ଣରୂପେ ରାଜ୍ୟ ସରକାରଙ୍କର। ହାଇକୋର୍ଟଙ୍କ ନିର୍ଦ୍ଦେଶ ଏବଂ ଗଜପତିଙ୍କ ସୁପାରିଶକୁ କାହିଁକି କାର୍ଯ୍ୟକାରୀ କରୁ ନାହାନ୍ତି ରାଜ୍ୟ ସରକାର ବୋଲି ଶ୍ରୀ ମହାନ୍ତି ଅବିଯୋଗ କରିଛନ୍ତି।

ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ କଥା ଗଜପତି ମହାରାଜଙ୍କ ମୁହଁରୁ କୁହାଇ ରତ୍ନ ଭଣ୍ଡାର ପ୍ରସଙ୍ଗରୁ ଦୃଷ୍ଟି ହଟାଇବା ରାଜ୍ୟ ସରକାରଙ୍କର ଏକ ଷଡଯନ୍ତ୍ର। ରାଜ୍ୟ ସରକାର ରତ୍ନ ଭଣ୍ଡାର ଖୋଲିବା ବଦଳରେ ଲେଜର ସ୍କାନିଂ କରିବା ଓ ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ କରିବା କହିବାର ଅର୍ଥ ରତ୍ନ ଭଣ୍ଡାର ପ୍ରସଙ୍ଗକୁ ଅଣଦେଖା କରି ହାଇକୋର୍ଟଙ୍କ ନିଦ୍ଦେଶକୁ ଉପେକ୍ଷା କରୁଛନ୍ତି।

ସେ କହିଛନ୍ତି ଯେ, ଦୀର୍ଘ ୪୫ ବର୍ଷ ଧରି ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଳାଯାଇନାହିଁ। ୨୦୧୮ ମସିହାରୁ ରାଜ୍ୟ ସରକାର ବିଭିନ୍ନ ସମୟରେ ବିଭିନ୍ନ ଭେଳିକି କରି ରତ୍ନ ଭଣ୍ଡାର ଖୋଲି ନାହାନ୍ତି, ଯାହା ଅଗଣିତ ଜଗନ୍ନାଥ ଭକ୍ତଙ୍କ ଭାବାବେଗକୁ କୁଠାରଘାତ କରିଛନ୍ତି। ଜଗନ୍ନାଥ ଭକ୍ତ ଓ ସାଧାରଣ ଲୋକଙ୍କ ସନ୍ଦେହ ଦୂର କରିବା ପାଇଁ ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ ପୂର୍ବରୁ କମିଟି ଗଠନ କରି ରତ୍ନଭଣ୍ଡାର ତୁରନ୍ତ ଖୋଲନ୍ତୁ ରାଜ୍ୟ ସରକାର ବୋଲି ଶ୍ରୀ ମହାନ୍ତି ଦାବି କରିଛନ୍ତି।

Odisha BJP ବିଜେପି ରତ୍ନ ଭଣ୍ଡାର ସମୀର ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଦୋଳ ଉତ୍ସବ ଓ ଶ୍ରୀଚୈତନ୍ୟ

March 3, 2026

ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ: ଏଥର ଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ

March 2, 2026

ରେଳ ସୁରକ୍ଷା ବଳର ମହାନିର୍ଦ୍ଦେଶକଙ୍କ ଦ୍ୱାରା ପୂର୍ବତଟ ରେଳପଥର ଅଧିକାରୀମାନଙ୍କ ସହ ସମୀକ୍ଷା ବୈଠକ 

March 2, 2026

ଏନଏବିଏମ ପରିସରରେ ‘ମାୟା ସାହିତ୍ୟ’ ପକ୍ଷରୁ ସାହିତ୍ୟିକ ଆଲୋଚନା ଚକ୍ର

March 2, 2026
Latest News

ହୋଲି ପୂର୍ବରୁ ପାଳନ ହୁଏ ହୋଲିକା ଦହନ ଉତ୍ସବ: ଜାଣନ୍ତୁ କାହିଁକି ଏହା କରାଯାଏ?

March 3, 2026

ଦୋଳ ଉତ୍ସବ ଓ ଶ୍ରୀଚୈତନ୍ୟ

March 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ରେ ସରକାର, ଷ୍ଟାର୍ଟଅପ୍ ଏବଂ କ୍ରିଏଟରମାନଙ୍କ ସମ୍ମିଳନୀ

March 3, 2026

ଆଜି ମାର୍ଚ୍ଚ ୩ ତାରିଖ ମଙ୍ଗଳବାର ଦିନ ଛଅଟି ରାଶିର ବ୍ୟକ୍ତିମାନେ ହେବେ ଧନବାନ୍, ଜାଣନ୍ତୁ ରାଶିଫଳ

March 3, 2026

ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ: ଏଥର ଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.