Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆରମ୍ଭ ହେଲା ରାଜ୍ୟସ୍ତରୀୟ କ୍ରୀଡା ପ୍ରତିଯୋଗିତା ‘ଉତ୍ସାହ’, ଭାଗ ନେବେ ୬୦୦ ଜିଲ୍ଲାସ୍ତରୀୟ ବିଜେତା
ବିଶେଷ ଖବର

ଆରମ୍ଭ ହେଲା ରାଜ୍ୟସ୍ତରୀୟ କ୍ରୀଡା ପ୍ରତିଯୋଗିତା ‘ଉତ୍ସାହ’, ଭାଗ ନେବେ ୬୦୦ ଜିଲ୍ଲାସ୍ତରୀୟ ବିଜେତା

November 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉତ୍ସାହ
ଆରମ୍ଭ ହେଲା ରାଜ୍ୟସ୍ତରୀୟ କ୍ରୀଡା ପ୍ରତିଯୋଗିତା ‘ଉତ୍ସାହ’, ଭାଗ ନେବେ ୬୦୦ ଜିଲ୍ଲାସ୍ତରୀୟ ବିଜେତା

ଭୁବନେଶ୍ବର: ଓଡ଼ିଶାର ବିଶ୍ୱପ୍ରସିଦ୍ଧ କଳିଙ୍ଗ ଷ୍ଟାଡିୟମରେ ମହିଳା ଶିଶୁ ବିକାଶ ବିଭାଗ ଅଧିନସ୍ଥ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଦ୍ୱାରା ଆନୁଷ୍ଠାନିକ ଭାବେ ଆରମ୍ଭ ହେଇଯାଇଛି ରାଜ୍ୟସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉତ୍ସବ ‘ଉତ୍ସାହ’।

ଏହି ଉତ୍ସବରେ ମିଶନ ଶକ୍ତି, ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିଶୁମାନଙ୍କୁ ପ୍ରୋତ୍ସାହିତ କରିଥିଲେ। କ୍ରୀଡା ପ୍ରତିଯୋଗିତା ଦ୍ୱାରା ଶିଶୁମାନଙ୍କର ନେତୃତ୍ୱ ଦଳଗତ କାର୍ଯ୍ୟ, ଅନୁଶାସନ, ନ୍ୟାୟ ସମାନତା ଗୁଣ ଉନ୍ନତି ହେବା ସହ ସାମାଜିକ ମୂଲ୍ୟବୋଧକୁ ଜାଗ୍ରତ କରେଇବ ବୋଲି ଶ୍ରୀମତୀ ହେମ୍ବ୍ରମ ମତବ୍ୟକ୍ତ କରିଛନ୍ତି।

ଏହି ଉତ୍ସବରେ ପଞ୍ଚାୟତିରାଜ ବିଭାଗ ଅଧିନସ୍ଥ ଓରମାସ୍‌ର ମୁଖ୍ୟ କାର୍ଯ୍ୟନିବାହୀ ଅଧିକାରୀ ପୂନମ ଟି ଗୂହା ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଯୁବ କ୍ରୀଡାବିତ୍‌ମାନଙ୍କ ଉତ୍ସାହ ଓ ଉଲ୍ଲେଖନୀୟ ପ୍ରଦର୍ଶନ ଅନ୍ୟମାନଙ୍କୁ ପ୍ରେରଣା ଯୋଗେଇବା ସହ ଓଡ଼ିଶାର କ୍ରୀଡା କ୍ଷେତ୍ରକୁ ଆହୁରି ସୁଦୃଢ କରିବ ବୋଲି ସେ ମତବ୍ୟକ୍ତ କରିଛନ୍ତି।

ଆଜିର ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ସମଗ୍ର ରାଜ୍ୟର ୨୨୮ ଶିଶୁ ଯନି ଅନୁଷ୍ଠାନର ପ୍ରାୟ ୬୦୦ ଜିଲାସ୍ତରୀୟ ବିଜେତାମାନଙ୍କ ମଧ୍ୟରେ ଫୁଟବଲ, ଲଙ୍ଗ ଜମ୍ପ, ହାଇ ଜମ୍ପ ଏବଂ ଚେସର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ଶିଶୁ ଯନି ଅନୁଷ୍ଠାନର ଛୋଟ ଛୋଟ ପିଲାମାନଙ୍କର ଉତ୍ସାହ ଓ ପ୍ରଦର୍ଶନ ଦେଖି ସେ ଗର୍ବିତ ବୋଲି ମହିଳା ଶିଶୁ ବିକାଶ ବିଭାଗର କମିସନର ତଥା ସଚିବ ଶୁଭା ଶର୍ମା କହିଥିଲେ। ଆଜିର ଏହି କାର୍ଯ୍ୟକ୍ରମ ଶିଶୁମାନଙ୍କ ସ୍ୱପ୍ନ କୁ ଡେଣା ଯୋଗେଇବ ବୋଲି ସେ ଆଶା ପୋଷଣ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ଶ୍ରୀମତୀ ରେଗା ଗୀତାରାଣୀ ପଟ୍ଟନାୟକ ସ୍ୱାଗତ ଭାଷଣ ଦେଇଥିଲେ ଓ ଶିଶୁ ସୁରକ୍ଷା ସମିତିର ପ୍ରବନ୍ଧକ ଶ୍ରୀ ପ୍ରୀତିକାନ୍ତ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

ଉତ୍ସାହ କଳିଙ୍ଗ ଷ୍ଟାଡିୟମ
Share. Facebook Twitter LinkedIn Email WhatsApp Copy Link

Related Posts

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026
Latest News

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.