Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭବାନୀପାଟଣା ଠାରେ ନିଖିଳ ଭାରତ ସମବାୟ ସପ୍ତାହ- ୨୦୨୩ ଅନୁଷ୍ଠିତ
ଆଜିର ଖବର

ଭବାନୀପାଟଣା ଠାରେ ନିଖିଳ ଭାରତ ସମବାୟ ସପ୍ତାହ- ୨୦୨୩ ଅନୁଷ୍ଠିତ

November 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲାର ଜିଲ୍ଲାସ୍ତରୀୟ ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ସ୍ଥାନୀୟ ଟାଉନ ହଲ ଠାରେ ଗିରିଶ ଚନ୍ଦ୍ର ବେହେରା, ସଭାପତି, ଭବାନିପାଟଣା କେନ୍ଦ୍ର ସମବାୟ ବ୍ୟାଙ୍କ ପୌରହିତରେ ମହାସମାରୋହରେ ପାଳନ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କଳାହାଣ୍ଡି ପି. ଅନ୍ୱେଷା ରେଡ୍ଡୀ, ଅଧ୍ୟକ୍ଷ୍ୟ ଜିଲ୍ଲା ପରିଷଦ କଳାହାଣ୍ଡି ପୁଷ୍ପେନ୍ଦ୍ର କୁମାର ସିଂହଦେଓ, ବିଧାୟକ ଲାଞ୍ଜିଗଡ଼ ପ୍ରଦୀପ ଦିଶାରୀ, ବିଧାୟକ ଧର୍ମଗଡ଼ ମୌସଧି ବାଗ, ଅଧ୍ୟକ୍ଷ୍ୟା ଭବାନୀପାଟଣା ପୌର ପାଳିକା ସଂଯୁକ୍ତା ବେହେରା ସମ୍ମାନିତ ଅତିଥିରୂପେ ଯୋଗଦାନ କରି ଜିଲ୍ଲାରେ ସମବାୟ ଆନ୍ଦୋଳନକୁ ଆହୁରି ସୁଦୃଢ କରିବା ସହ ଚାଷୀ ମାନଙ୍କୁ ଋଣ ଓ ଅନ୍ୟ ସହାୟତା,ସମୃଦ୍ଧି ପାଇଁ ମତ ରଖିଥିଲେ।

ଏହି ସଭାରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା। ଉପନିବନ୍ଧକ ସମବାୟ ସମିତି କଳାହାଣ୍ଡି ପ୍ରମୋଦ କୁମାର ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ  କେନ୍ଦ୍ର ସମବାୟ ବ୍ୟାଙ୍କର ନିର୍ଦ୍ଧେଶକ ବୃନ୍ଧ ତଥା ପାକ୍ସ ଓ ଲାମ୍ପ୍ପ ର ସଭାପତି ଓ ନିର୍ଦ୍ଦେଶକ ଅଂଶ ଗ୍ରହଣ କରିଥିଲେ। ନିମନ୍ତ୍ରିତ ଅତିଥିମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, କଳାହାଣ୍ଡି/ ଗଣମାଧ୍ୟମ ପ୍ରତିନିଧି / ସମବାୟ ବିଭାଗର ଅବସରପ୍ରାପ୍ତ  କର୍ମଚାରୀ ଓ  ବୁଦ୍ଧିଜୀବୀ ଏହି ସମ୍ମିଳନୀରେ ଉପସ୍ଥିତ ଥିଲେ। ରୂପ କେଶରୀ ଦଳାଇ ମଞ୍ଚ ପରିଚାଳନା କରିଥିବାବେଳେ ଭବନାଥ ରାୟଗୁରୁ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସମବାୟ ବିଭାଗର, ସମବାୟ ବ୍ୟାଙ୍କ ଓ ନିୟନ୍ତ୍ରିତ ବଜାର କମିଟି ଭବାନୀପାଟଣା ଓ କେସିଙ୍ଗାର କର୍ମଚାରୀ ମାନେ ସହଯୋଗ କରିଥିଲେ। ସଭା ପରିଚାଳନା ସହଯୋଗରେ ସମବାୟ ବ୍ୟାଙ୍କର ସୁରେଶ ଶତପଥି ଓ ଚକ୍ରଧର ଦାଶ ଓ ଆର ଏମ ସି ର    କୁନୁ ପାଢୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026
Latest News

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.