Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗରେ କଲୋପଳା ସରପଞ୍ଚ ଅଯୋଗ୍ୟ ଘୋଷିତ
ଆଜିର ଖବର

ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗରେ କଲୋପଳା ସରପଞ୍ଚ ଅଯୋଗ୍ୟ ଘୋଷିତ

November 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ଗତ ୨୦୨୨ ପଞ୍ଚାୟତିରାଜ ନିର୍ବାଚନରେ ଜୁନାଗଡ ବ୍ଲକ ଅନ୍ତର୍ଗତ କଲୋପଳା ଗ୍ରାମ ପଞ୍ଚାୟ ର ସରପଞ୍ଚ ଜନ୍ମେଜୟ ସାହୁ ପ୍ରାର୍ଥୀପତ୍ର ଦାଖଲ ସମୟରେ ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗ ହେବା ପରେ କଳାହାଣ୍ଡି ଜିଲ୍ଲାପାଳ ତଦନ୍ତ କରି ଅଯୋଗ୍ୟ ଘୋଷିତ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ଜନ୍ମେଜୟ ସତ୍ୟପାଠରେ ନିଜ ଶିକ୍ଷା ଗତ ଯୋଗ୍ୟତା ଦଶମ ପାସ ବୋଲି ଉଲ୍ଲେଖ କରିଥିବା ବେଳେ ମହିଚଳା ବାଲାଜୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସୂତ୍ରରୁ ମିଳିଥିବା ତଥ୍ୟ ଅନୁସାରେ ସେ ଦଶମ ଫେଲ ହୋଇଥିବା ଜଣାପଡିଥିଲା। ସେହିପର ଜନ୍ମେଜୟଙ୍କର ଦୁଇ ଗୋଟି ଟ୍ରାକ୍ଟର ଥିବା ବେଳେ ତାହା ସତ୍ୟପାଠରେ ସମ୍ପତ୍ତି ତାଲିକାରେ ଉଲ୍ଲେଖ କରି ନ ଥିଲେ ବୋଳି ପ୍ରମାଣୀତ ହୋଇଥିଲା। ଏ ସମ୍ପର୍କରେ ପୁର୍ବତନ ସମିତି ସଭ୍ୟ ତଥା ସୂଚନା ଅଧିକାର କର୍ମୀ ସତ୍ୟ ନାରାୟଣ ବେହେରା ବିଭିନ୍ନ ସରକାରୀ ଅଫିସରୁ ତଥ୍ୟ ସଂଗ୍ରହ କରି ମିଥ୍ୟା ସତ୍ୟ ପାଠ ସମ୍ପର୍କରେ ପ୍ରାଥମିକ ପ୍ରମାଣ ପାଇବା ପରେ କଳାହାଣ୍ଡି ଜିଲ୍ଲାପାଳଙ୍କ ଅଦାଲତରେ ଅଭିଯୋଗ ଦାଖଲ କରିଥିଲେ।

ମାନ୍ୟବର ଜିଲ୍ଲାପାଳ ଜି ପି ଇଲେକ୍ସନ୍ କେଶ ନଂ ୭/୨୨ ଅନୁସାରେ ଉଭୟ ପକ୍ଷଙ୍କ ଶୁଣାଣି କରିବା ସହିତ ସମସ୍ତ ସରକାରୀ ଅଫିସ ରୁ କାଗଜାତ ତଦନ୍ତ କରିବା ପରେ ଗତ ୨୭ ଅକ୍ଟୋବର ଦିନ କଲୋପଲା ଗ୍ରାମପଞ୍ଚାୟତର ସରପଂଚ ଜନ୍ମେଜୟ ସାହୁଙ୍କୁ ଅଯୋଗ୍ୟ ଘୋଷିତ କରିବା ସହିତ ସେ ସଂପର୍କରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲା ପଞ୍ଚାୟତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ପ୍ରକାଶ।

ସରକାର ସ୍ୱାୟତ୍ତ ଶାସନରେ କ୍ଷମତାର ବିକେନ୍ଦ୍ରିକରଣ କରିବା ପାଇଁ ତ୍ରୀସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା କରିଥିବା ବେଳେ ଏଭଳି ଆସାଧୁ ଲୋକଙ୍କ ପାଇଁ ଯୋଗ୍ୟ ବ୍ୟକ୍ତି ମାନେ ସୁଯୋଗ ପାଇ ପାରୁ ନ ଥିବା ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ଜୁନାଗଡ଼ ସମେତ ବିଭିନ୍ନ ବ୍ଲକରେ ଏଭଳି ଅନେକ ସମିତି ସଭ୍ୟ ଓ ସରପଂଚ ମିଥ୍ୟା ସତ୍ୟ ପାଠ ଦାଖଲ କରିଥିବା ଆଲୋଚନା ହେଉଛି।

ପ୍ରିଜାଇଡିଂ ଅଫିସର ମାନେ ରାଜନୈତିକ ପ୍ରଭାବ ରେ ପଡ଼ି ଏଭଳି ଭାବେ ଅଣଦେଖା କରୁଥିବା ହେତୁ ସଠିକ ବ୍ୟକ୍ତି ରାଜନୀତିରୁ ଦୂରେଇ ରହୁଥିବା ସାଧାରଣରେ ଆଲୋଚନା ହେଉଛି। ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ-୧୯୬୪ ର ଧାରା ୨୫(୧) ଅନୁସାରେ ପ୍ରଶାସନ ଏହି ମିଥ୍ୟା ସତ୍ୟପାଠ ଘଟଣାରେ କିଭଳି ପଦକ୍ଷେପ ଗ୍ରହଣ କରୁଛନ୍ତି ସେ ସଂପର୍କରେ ଜନସାଧାରଣ ଅପେକ୍ଷା କହିଛନ୍ତି।

ଜୁନାଗଡ ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Latest News

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.