Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ଅଧ୍ୟକ୍ଷ ଶ୍ରୀ ପଣ୍ଡିଆନଙ୍କ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ: ଭିଡ଼ ପରିଚାଳନା ବ୍ୟବସ୍ଥା ପାଇଁ ପରାମର୍ଶ
ବିଶେଷ ଖବର

୫-ଟି ଅଧ୍ୟକ୍ଷ ଶ୍ରୀ ପଣ୍ଡିଆନଙ୍କ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ: ଭିଡ଼ ପରିଚାଳନା ବ୍ୟବସ୍ଥା ପାଇଁ ପରାମର୍ଶ

November 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ କେତେକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।

ଆଜି ପ୍ରତ୍ୟୁଷ ୫ ଟା ଠାରୁ ୭ ଟା ପର୍ଯ୍ୟନ୍ତ ସେ ସମୀକ୍ଷା କରିଥିଲେ ଓ ଆବଶ୍ୟକ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ସମ୍ପର୍କରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏକ ଉପସ୍ଥାପନା ରଖା ଯାଇଥିଲା। ଭିଡ଼ ପରିଚାଳନାକୁ ଦକ୍ଷ କରିବା, ଭକ୍ତ ମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥାକୁ ସହଜ କରିବା ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ଵ ଆରୋପ କରିଥିଲେ।

ଏହା ସହିତ ପରିକ୍ରମା ପ୍ରକଳ୍ପ ଠିକ୍ ସମୟରେ ଶେଷ କରିବା ପାଇଁ ସେ ଗୁରୁତ୍ଵ ଦେଇ କେତେକ ନିର୍ଦ୍ଦେଶ ଦେଇଥିଲେ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ୫-ଟି ଓ ନବୀନ ଓଡିଶା ଅଧକ୍ଷ ନିର୍ଦ୍ଦେଶ ଦେଇଥିଲେ।

ମଠ ପୁନ ନିର୍ମାଣ ପାଇଁ ଅଧିକ ସଂଖ୍ୟକ ଦକ୍ଷ କାରିଗର ନିଯୁକ୍ତ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ।

ସେବାୟତ ମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ

ପରିକ୍ରମା ପ୍ରକଳ୍ପ ର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଦିଗରେ ହୋଇଥିବା landscaping କାମ ପ୍ରଦର୍ଶନ କରି ଏହାକୁ ତ୍ବରାନ୍ବିତ କରିବାକୁ ପରାମର୍ଶ ଦେଇଥିଲେ।

ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ସବୁ ଇଲେକ୍ଟ୍ରିକାଲ କାମକୁ ଶୀଘ୍ର ସାରିବାକୁ ସେ ପରାମର୍ଶ ଦେଇଥିଲେ। ସେଠାରେ ଥିବା ବିଭିନ୍ନ ପୋଲ୍, ତାର ଓ ଅନ୍ୟାନ୍ୟ ସେବା ବ୍ୟବସ୍ଥାକୁ ଶୀଘ୍ର ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ମେଘନାଦ ପାଚେରୀ ନିକଟରେ ଥିବା ଐତିହ୍ୟ ସମ୍ପନ୍ନ ଛୋଟ ଛୋଟ ମନ୍ଦିର ଓ ନିର୍ମାଣକୁ ସୁରକ୍ଷିତ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀ ମାନେ ଯେପରି ସ୍ବଚ୍ଛନ୍ଦରେ ମନ୍ଦିର ରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତା କୁ ଅବରୋଧ ମୁକ୍ତ ରଖିବା ପାଇଁ ବଡ଼ ଦାଣ୍ଡ ଓ overhead tank ନିକଟରେ ଥିବା ଅନାବଶ୍ୟକ ନିର୍ମାଣକୁ ଦୂର କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ।

Effluent treatment plant, ପରିମଳ ବ୍ୟବସ୍ଥାର ଉନ୍ନତି କାମ ଠିକ୍ ସମୟରେ ସରିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ।

ଏହି ପରିଦର୍ଶନ ସମୟରେ ବିଧାୟକ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ, IG ,SP OBCC MD ଏବଂ ବିଭିନ୍ନ executing agency ର ଅଧିକାରୀ ମାନେ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ସଂଗୀତ ଜଗତରେ ଶୋକର ଛାୟା

August 21, 2026
Latest News

ଦ୍ୱିତୀୟ ଟେଷ୍ଟ ପୂର୍ବରୁ କୋଚ୍ ଗମ୍ଭୀରଙ୍କୁ ଚେତାବନୀ: କୁଲଦୀପଙ୍କ ପ୍ରସଙ୍ଗରେ ଚର୍ଚ୍ଚା ଜୋର

August 22, 2026

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.