Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୋଜଗାର ମେଳା ଅଧୀନରେ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ରୋଜଗାର ମେଳା ଅଧୀନରେ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

November 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ରୋଜଗାର ମେଳା
ରୋଜଗାର ମେଳା: ଆଜି ୬୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୩୦, ୨୦୨୩ ଅପରାହ୍ନ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ।

ସାରା ଦେଶରେ ୩୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ। ଏହି ପଦକ୍ଷେପକୁ ସମର୍ଥନ କରି କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ପ୍ରଦାନ କରାଯାଉଛି। ଦେଶର ରାଜସ୍ୱ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ଆର୍ଥିକ ସେବା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ସମେତ  ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ଏହି ନୂତନ ନିଯୁକ୍ତି ମିଳିବ।

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ। ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟିରେ ଏକ ଉତପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କ ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ନବ ନିଯୁକ୍ତମାନେ ସେମାନଙ୍କର ଅଭିନବ ଚିନ୍ତାଧାରା ଏବଂ ଭୂମିକା ସମ୍ବନ୍ଧୀୟ ଦକ୍ଷତା ସହିତ ଦେଶର ଶିଳ୍ପ, ଅର୍ଥନୈତିକ ଏବଂ ସାମାଜିକ ବିକାଶକୁ ସୁଦୃଢ଼ କରିବା କାର୍ଯ୍ୟରେ ଅନ୍ୟାନ୍ୟ ବିଷୟ ସହିତ ଯୋଗଦାନ କରିବେ ଯାହା ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ସ୍ୱପ୍ନକୁ ସାକାର କରିବାରେ ସହାୟକ ହେବ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ ‘ଯେକୌଣସି ଡିଭାଇସ୍’ ଶିକ୍ଷଣ ଫର୍ମାଟ ପାଇଁ ୮୦୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

କେରଳ ବିଧାନସଭା ନିର୍ବାଚନ: ​​ସମାନ ନାମର ଅନେକ ପ୍ରାର୍ଥୀ ସୃଷ୍ଟି କରୁଛନ୍ତି ଦ୍ୱନ୍ଦ୍ୱ

March 28, 2026

ନେପାଳରେ ରାଜନୈତିକ ଉତ୍ତେଜନା!: ବାଲେନ ଶାହ ଶପଥ ନେବା ମାତ୍ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ

March 28, 2026

ସୂଚନାର ସମୟୋଚିତ, ସ୍ୱଚ୍ଛ ଏବଂ ସୁଲଭ ପ୍ରସାରଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ପିଆଇବି ଏଡିଜି

March 28, 2026

Reliance Digital: ରିଲାଏନ୍ସ ଡିଜିଟାଲ ପକ୍ଷରୁ ଉତ୍କଳ ଦିବସ ପାଇଁ ସ୍ୱତନ୍ତ୍ର ଫେଷ୍ଟିଭ ଅଫର୍‌ର ଶୁଭାରମ୍ଭ

March 28, 2026
Latest News

କେରଳ ବିଧାନସଭା ନିର୍ବାଚନ: ​​ସମାନ ନାମର ଅନେକ ପ୍ରାର୍ଥୀ ସୃଷ୍ଟି କରୁଛନ୍ତି ଦ୍ୱନ୍ଦ୍ୱ

March 28, 2026

ନେପାଳରେ ରାଜନୈତିକ ଉତ୍ତେଜନା!: ବାଲେନ ଶାହ ଶପଥ ନେବା ମାତ୍ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ

March 28, 2026

ସୂଚନାର ସମୟୋଚିତ, ସ୍ୱଚ୍ଛ ଏବଂ ସୁଲଭ ପ୍ରସାରଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ପିଆଇବି ଏଡିଜି

March 28, 2026

Reliance Digital: ରିଲାଏନ୍ସ ଡିଜିଟାଲ ପକ୍ଷରୁ ଉତ୍କଳ ଦିବସ ପାଇଁ ସ୍ୱତନ୍ତ୍ର ଫେଷ୍ଟିଭ ଅଫର୍‌ର ଶୁଭାରମ୍ଭ

March 28, 2026

ଅଟଳ ବିହାରୀ ବାଜପେୟୀ ଦୁଃସାହସିକ କ୍ରୀଡ଼ା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.