Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅରୁଣାଚଳର ଗ୍ରାମରେ ଗୁଂଜରିତ ହେଲା 2047 ସୁଦ୍ଧା ବିକଶିତ ଭାରତର ବାର୍ତ୍ତା
ଆଜିର ଖବର

ଅରୁଣାଚଳର ଗ୍ରାମରେ ଗୁଂଜରିତ ହେଲା 2047 ସୁଦ୍ଧା ବିକଶିତ ଭାରତର ବାର୍ତ୍ତା

December 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମହିଳା କିଷାନ ଡ୍ରୋନ କେନ୍ଦ୍ରର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଦେଓଘର ଏମ୍ସ (AIIMS) ଠାରେ ଐତିହାସିକ 10,000ତମ ଜନ ଔଷଧୀ କେନ୍ଦ୍ରକୁ ଲୋକାର୍ପଣ କରିଥିଲେ। ଏହାବ୍ୟତୀତ ଦେଶରେ ଜନ ଔଷଧି କେନ୍ଦ୍ର ସଂଖ୍ୟା 10 ହଜାରରୁ 25 ହଜାରକୁ ବୃଦ୍ଧି କରିବା ପାଇଁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।  ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ୍ ଯୋଗାଇବା ଏବଂ ଜନ ଔଷଧି କେନ୍ଦ୍ରସଂଖ୍ୟା 10,000 ରୁ 25,000କୁ ବୃଦ୍ଧି କରିବା ଭଳି ଏହି ଦୁଇଟି ପଦକ୍ଷେପ ବିଷୟରେ ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ତାଙ୍କର ସ୍ୱାଧୀନତା ଦିବସ ଅଭିଭାଷଣରେ ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମରେ ସେ ଏହି ପ୍ରତିଶ୍ରୁତି ପୂରଣ କରିଛନ୍ତି ।

ଅରୁଣାଚଳ ପ୍ରଦେଶର ନାମସାଇର ଲାକର ପାଲେଙ୍ଗ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କୁ ସରକାରଙ୍କ ସହାୟତାରେ ନିର୍ମିତ ତାଙ୍କ ପକ୍କା ଘର ବିଷୟରେ ଅବଗତ କରାଇଥିଲେ । ଜଳ ଜୀବନ ମିଶନ ଦ୍ୱାରା ଆସିଥିବା ପରିବର୍ତ୍ତନ ବିଷୟରେ ସେ ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ ।

ଯେତେବେଳେ ଶ୍ରୀ ଲାକର ପ୍ରଧାନମନ୍ତ୍ରୀଙ୍କୁ ‘ଜୟ ହିନ୍ଦ’ ସହିତ ସ୍ୱାଗତ କରିଥିଲେ, ସେତେବେଳେ ପ୍ରଧାନମନ୍ତ୍ରୀ ଉତ୍ତର ଦେଇ କହିଥିଲେ ଯେ, ଜୟହିନ୍ଦ ହେଉଛି ଅରୁଣାଚଳରେ ଏକ ଲୋକପ୍ରିୟ ଅଭିବାଦନ । ସେ ଆହୁରି ମଧ୍ୟ କହିଥିଲେ ଯେ, ଅରୁଣାଚଳ ପ୍ରଦେଶର ଲୋକଙ୍କ ସହ ଅଲୋଚନା କରିବା ହେଉଛି ସର୍ବଦା ଆନନ୍ଦ ଦାୟକ ।

ଶ୍ରୀ ଲାକର ତାଙ୍କ ଗ୍ରାମ ପଞ୍ଚାୟତ ଦ୍ୱାରା ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ ବିଷୟରେ ଅବଗତ ହୋଇଥିଲେ ଏବଂ 2047 ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଅନ୍ତର୍ନିହିତ ବାର୍ତ୍ତା ବିଷୟରେ ମଧ୍ୟ ଅବଗତ ଥିଲେ । ପ୍ରଧାନମନ୍ତ୍ରୀ ଗ୍ରାମବାସୀଙ୍କୁ 5ଟି ଟିମ୍ ଗଠନ କରି  ସେମାନେ ପାଞ୍ଚଟି ଗ୍ରାମକୁ ଯାଇ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ (ଭିବିଏସୱାଇ)ର’ମୋଦୀଙ୍କ ଗ୍ୟାରେଣ୍ଟି’ ଗାଡି ଆସୁଛି ବୋଲି କହିବାକୁ କହିଥିଲେ ।

aiims ଅରୁଣାଚଳ ନରେନ୍ଦ୍ର ମୋଦୀ ବିକଶିତ ଭାରତ ସଂକଳ୍ପ ଯାତ୍ରା ଭିଡିଓ କନଫରେନ୍ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Latest News

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.