Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଣ୍ଡିତ ନୀଳମଣି ବିଦ୍ୟାରନିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ
ଆଜିର ଖବର

ପଣ୍ଡିତ ନୀଳମଣି ବିଦ୍ୟାରନିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

December 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ପ୍ରମୁଖ ବିନ୍ଧାଣୀ ପଣ୍ଡିତ ନୀଳମଣି ବିଦ୍ୟାରନିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଜୟଦେବ ବିହାର ଛକସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ବିଦ୍ୟାରନି ସ୍ମୃତି ସଂସଦ, ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

ଉକ୍ତ କାର୍ଯ୍ୟକ୍ରମରେ ସଂସଦର ସଭାପତି ତଥା ବାଙ୍କୀର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ତି୍ରପାଠୀ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ବୈଷୟିକ ନିର୍ଦ୍ଦେଶକ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନର୍ଦ୍ଦେଶକ ସନ୍ତୋଷ କୁମାର ଦାସ ପ୍ରମୁଖ ପ୍ରତିମୂର୍ତ୍ତିରେ ମାଲ୍ୟାପର୍ଣ କରିବା ସହ ବିଦ୍ୟାରନିଙ୍କ ସ୍ମୃତିଚାରଣ କରିଥିଲେ।

ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ବହୁ ବୁଦ୍ଧିଜୀବୀ ଓ ସ୍ମୃତି ସଂସଦର ସମ୍ପାଦକ ଡା. କୃଷ୍ଣକେଶବ ଷଡ଼ଙ୍ଗୀ ଏବଂ ଅନ୍ୟାନ୍ୟ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଜୟଦେବ ବିହାର ଜୟନ୍ତୀ ପାଳିତ ପଣ୍ଡିତ ନୀଳମଣି ବିଦ୍ୟାରନି
Share. Facebook Twitter LinkedIn Email WhatsApp Copy Link

Related Posts

ବଲୁଚିସ୍ତାନରେ ଆତ୍ମଘାତୀ ଆକ୍ରମଣ: ୩୦ ପାକିସ୍ତାନୀ ଯବାନ ନିହତ

July 4, 2026

କମଲୁର ଏବଂ ଭାଂସି ଷ୍ଟେସନ ମଧ୍ୟରେ ରେଳ ଲାଇନର ନିରୀକ୍ଷଣ କଲେ ରେଳ ସୁରକ୍ଷା କମିଶନର

July 4, 2026

ଓଡ଼ିଶାରେ ଐତିହାସିକ ଜାପାନୀ ପୁଞ୍ଜିନିବେଶ: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

July 4, 2026

ଲଘୁଚାପ ସକ୍ରିୟ : ପାଞ୍ଚଦିନ ବର୍ଷିବ

July 4, 2026
Latest News

PM Modi in Rajasthan: ଯୋଧପୁର ବିମାନବନ୍ଦରର ନୂଆ ଟର୍ମିନାଲକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

July 4, 2026

ବଲୁଚିସ୍ତାନରେ ଆତ୍ମଘାତୀ ଆକ୍ରମଣ: ୩୦ ପାକିସ୍ତାନୀ ଯବାନ ନିହତ

July 4, 2026

ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ: ୨୩ ଲସ୍କର ସଦସ୍ୟଙ୍କୁ ଆତଙ୍କବାଦୀ ଘୋଷଣା କଲେ ସରକାର

July 4, 2026

କମଲୁର ଏବଂ ଭାଂସି ଷ୍ଟେସନ ମଧ୍ୟରେ ରେଳ ଲାଇନର ନିରୀକ୍ଷଣ କଲେ ରେଳ ସୁରକ୍ଷା କମିଶନର

July 4, 2026

ଗମ୍ଭାରୀମୁଣ୍ଡା ବଜାର କମିଟିର ପୂର୍ବତନ ଉପ-ସଭାପତିଙ୍କ ବିୟୋଗ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.