Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏକାମ୍ର ନିର୍ବାଚନ ମଣ୍ଡଳୀ ପାଇଁ ୧୫୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ଏକାମ୍ର ନିର୍ବାଚନ ମଣ୍ଡଳୀ ପାଇଁ ୧୫୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

December 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏକାମ୍ର ନିର୍ବାଚନ ମଣ୍ଡଳୀ
ଏକାମ୍ର ନିର୍ବାଚନ ମଣ୍ଡଳୀ ପାଇଁ ୧୫୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ୧୫୯.୨୯ କୋଟି ଟଙ୍କା ବ୍ୟୟରେ ୪ଟି ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏକାମ୍ର ନିର୍ବାଚନମଣ୍ଡଳୀର ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହିସବୁ ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଛନ୍ତି। ପ୍ରକଳ୍ପ ଗୁଡିକ ମଧ୍ୟରେ ୭୭.୭୪ କୋଟି ଟଙ୍କା ବ୍ୟୟରେ ଧଉଳି ଓ ଟିକରପଡା ଠାରେ ନଦୀଗର୍ଭ ଜଳାଶୟ ପ୍ରକଳ୍ପ, ୨୨ କୋଟି ଟଙ୍କା ବ୍ୟୟରେ ଲିଙ୍ଗିପୁର, ଇଟିପୁର ଓ ଟିକରପଡା ଗ୍ରାମପଞ୍ଚାୟତର ଦୟା ଡାହାଣ ପାର୍ଶ୍ବ ନଦୀବନ୍ଧରେ ଦୁଇ ଥାକିଆ ରାସ୍ତା ନିର୍ମାଣ ପ୍ରକଳ୍ପ ରହିଛି।

ସେହିପରି ୪୨.୫୫ କୋଟି ଟଙ୍କା ବ୍ୟୟରେ ବାସୁଆଘାଇର କାମେନା ଠାରେ ୬ଟି ଗ୍ରାମ ପଞ୍ଚାୟତ ବାସୀଙ୍କ ପାଇଁ ବୃହତ ପାଇପ ଜଳଯୋଗାଣ ପ୍ରକଳ୍ପ ଏବଂ ୧୭ କୋଟି ଟଙ୍କା ବ୍ୟୟରେ ଇଟିପୁର ଗ୍ରାମପଞ୍ଚାୟତରେ ଏକ ନୂତନ ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ନିର୍ମାଣ ପ୍ରକଳ୍ପ ରହିଛି।

ଏସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଏକାମ୍ର ନିର୍ବାଚନମଣ୍ଡଳୀର ଅଞ୍ଚଳବାସୀ ବହୁଳ ଭାବରେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

କାର୍ଯ୍ୟକ୍ରମରେ ବିଜ୍ଞାନ ଓ କାରିଗରୀ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ମେୟର ଶ୍ରୀମତୀ ସୁଲୋଚନା ଦାସ ଏବଂ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଏକାମ୍ର କ୍ଷେତ୍ର ଏକାମ୍ର କ୍ଷେତ୍ର ବିକାଶ ଯୋଜନା ଏକାମ୍ର ନିର୍ବାଚନ ମଣ୍ଡଳୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.