Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜନଶୁଣାଣି ପରେ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ: ପୁରୀରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜନଶୁଣାଣି ପରେ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ: ପୁରୀରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ

December 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ପୁରୀ ଜିଲ୍ଲାର ବିଭିନ୍ନ ଗ୍ରାମପଞ୍ଚାୟତରେ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ ଆସିଥିଲା। ଜନଶୁଣାଣୀ ପ୍ରସ୍ତାବକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ବ୍ରହ୍ମଗିରୀ ବ୍ଲକର ଚାପମାଣିକ, ରେବଣା-ନୂଆଗାଁ, ବଡ ଦିଆଣ୍ଡି ଗ୍ରାମପଞ୍ଚାୟତ, କୃଷ୍ଣପ୍ରସାଦ ବ୍ଲକର ନୂଆପଡା ଓ ବଡନଳା ଗ୍ରାମପଞ୍ଚାୟତ, କଣାସ ବ୍ଲକର ବିଜିପୁର ଗ୍ରାମପଞ୍ଚାୟତ ଓ ପୁରୀ ସଦର ବ୍ଲକର ରାଇଗୋରଡା ଆଦି ଗ୍ରାମପଞ୍ଚାୟତମାନଙ୍କରେ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପ୍ରତ୍ୟେକ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ୨ କୋଟି ଟଙ୍କା ହିସାବରେ ସମୁଦାୟ ୧୪ କୋଟି ଟଙ୍କା ବ୍ୟୟ କରାଯିବ। ପ୍ରସ୍ତାବିତ ଏହି ବାତ୍ୟା ଆଶ୍ରୟ ସ୍ଥଳୀଗୁଡିକର ନିର୍ମାଣ ଦାୟିତ୍ୱ ଗ୍ରାମ ଉନ୍ନୟନ ବିଭାଗକୁ ନ୍ୟସ୍ତ କରାଯାଇଛି।

ପ୍ରକାଶଯୋଗ୍ୟ ଯେ ଏହି ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ଦ୍ୱାରା ବ୍ରହ୍ମଗିରୀ ବ୍ଲକର ବୁଦ୍ଧିସାହି, ରେବଣା-ନୂଆଗାଁ ଓ ବଡ ଦିଆଣ୍ଡି, କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦା, ଖୋଲାମୁହାଣ ଓ ବାଲିନାସୀ, କଣାସ ବ୍ଲକର ନନ୍ଦିଗୋଡା ଓ ପୁରୀ ସଦର ବ୍ଲକର ରାଇଗୋରଡା ଓ ନୂଆପଡା ଗ୍ରାମବାସୀ ଉପକୃତ ହେବେ।

ସୂଚନାଯୋଗ୍ୟ ଯେ ସମୁଦ୍ର ଉପକୂଳବର୍ତ୍ତୀ ପୁରୀ ଜିଲ୍ଲା ଏକ ବାତ୍ୟାପ୍ରବଣ ଜିଲ୍ଲା। ଉପରୋକ୍ତ ୭ଟି ଗ୍ରାମପଞ୍ଚାୟତ ସମେତ ପ୍ରସ୍ତାବ ଆସିଥିବା ଜିଲ୍ଲାର ଅନ୍ୟ ସ୍ଥାନମାନଙ୍କରେ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ଉପଯୁକ୍ତ ସ୍ଥାନ ନିରୂପଣ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

କଣାସ ଜନଶୁଣାଣି ନବୀନ ପଟ୍ଟନାୟକ ପୁରୀ ପୁରୀ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.