Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ ସରକାରୀ ହାଇସ୍କୁଲର ବଦଳୁଛି ରୂପରେଖ
ଆଜିର ଖବର

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ ସରକାରୀ ହାଇସ୍କୁଲର ବଦଳୁଛି ରୂପରେଖ

December 18, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର/ସୁନ୍ଦରଗଡ଼: ସ୍କୁଲ ସ୍ତରରୁ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର କ୍ୟାରିୟର ସ୍ୱପ୍ନକୁ ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି। ଏହି କ୍ରମରେ ଖଣି ପ୍ରଭାବିତ ସୁନ୍ଦରଗଡ଼ ଜିଲ୍ଲାରେ ବିଭିନ୍ନ ସରକାରୀ ହାଇସ୍କୁଲ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ନୂଆ ରୂପ ଦିଆଯାଉଛି। ଏଥିପାଇଁ ଓଡ଼ିଶା ଖଣିଜ ପଦାର୍ଥ ଧାରକ ଅଞ୍ଚଳ ଉନ୍ନୟନ ନିଗମ (ଓମ୍ବାଡସି) ପାଣ୍ଠିରୁ ଆର୍ଥିକ ସହାୟତା ଦିଆଯାଉଛି।

ରାଜ୍ୟ ସରକାରଙ୍କ ‘୫ଟି’ ଅଭିଯାନ ଅଧୀନରେ ଚାଲିଥିବା ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାର ସରକାରୀ ହାଇସ୍କୁଲଗୁଡ଼ିକର ରୂପରେଖ ବଦଳିଛି। ଓମ୍ବାଡସି ସହାୟତାରେ ୩୪୭ଟି ହାଇସ୍କୁଲରେ ସ୍ମାର୍ଟ କ୍ଲାସରୁମ୍, ଆଧୁନିକ ବିଜ୍ଞାନାଗାର, ଆଇସିଟି ଲ୍ୟାବ୍ ଏବଂ ଇ-ଲାଇବ୍ରେରି ଆଦି ବ୍ୟବସ୍ଥା କରାଯାଇଛି।

ପିଲାମାନେ ସ୍ମାର୍ଟ ବୋର୍ଡରେ ପାଠ ପଢ଼ିବା ସହ ଆଧୁନିକ ବିଜ୍ଞାନାଗାରରେ ଉପଲବ୍ଧ ନୂଆ ନୂଆ ବିଜ୍ଞାନ ଉପକରଣର ବ୍ୟବହାର କରୁଛନ୍ତି। ଆଇସିଟି ଲ୍ୟାବ ଯୋଗୁଁ ଛାତ୍ରଛାତ୍ରୀମାନେ ସ୍କୁଲ ସ୍ତରରୁ କମ୍ପ୍ୟୁଟର ଶିକ୍ଷା ପାଉଛନ୍ତି। ସେହିପରି ଇ-ଲାଇବ୍ରେରି ସୁବିଧା ଯୋଗୁଁ ସେମାନେ ଦେଶ ଦୁନିଆ ବିଷୟରେ ଆଜି ଜାଣିପାରୁଛନ୍ତି।

‘‘ଶିକ୍ଷକମାନେ ଆମକୁ ସ୍କୁଲରେ ସ୍ମାର୍ଟ ବୋର୍ଡ ସାହାଯ୍ୟରେ ପାଠ ପଢ଼ାଉଛନ୍ତି। ଫଳରେ ପାଠ ବୁଝିବା ଅଧିକ ସହଜ ହେଉଛି। ଯେଉଁ ବିଷୟ ଆମେ କେବଳ ବହିରେ ପଢୁଥିଲୁ ଏବଂ ଚିତ୍ର ଦେଖୁଥିଲୁ ତାହାକୁ ଏବେ ବିଜ୍ଞାନାଗାରରେ ନିଜ ହାତରେ ପ୍ରୟୋଗ କରିପାରୁଛୁ। ଏହା ଦ୍ୱାରା ବିଜ୍ଞାନ ସମ୍ପର୍କରେ ଆମେ ଅଧିକ ଜ୍ଞାନ ପାଇପାରୁଛୁ’’, କହିଛନ୍ତି ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପୂଜା ବରୁଆ।

ଓମ୍ବାଡସି ସହାୟତାରେ ସରକାରୀ ହାଇସ୍କୁଲରେ ଖେଳ ପଡ଼ିଆର ବିକାଶ ଓ କ୍ରୀଡ଼ା ଉପକରଣ ବ୍ୟବସ୍ଥା କରାଯାଉଛି। ଏହା ଦ୍ୱାରା ଛାତ୍ରଛାତ୍ରୀମାନେ ନିଜ ଭିତରେ ଥିବା କ୍ରୀଡ଼ା ପ୍ରତିଭା ଦେଖାଇବାର ସୁଯୋଗ ପାଉଛନ୍ତି। ଓମ୍ବାଡସି ସହଯୋଗରେ ରାଜ୍ୟର ୭ଟି ଖଣି ପ୍ରଭାବିତ ଜିଲ୍ଲାର ୧୬ ଶହରୁ ଅଧିକ ସରକାରୀ ହାଇସ୍କୁଲ ଏହି ରୂପାନ୍ତରଣ ପ୍ରକ୍ରିୟାରେ ଯୋଡ଼ି ହୋଇଛି।

ଗ୍ରାମାଞ୍ଚଳର ପିଲାଙ୍କୁ ଇଂଲିସ୍ ମିଡିୟମ ସ୍କୁଲ ଢାଞ୍ଚାରେ ଉନ୍ନତ ମାନର ଶିକ୍ଷା ଦେବା ପାଇଁ ପ୍ରତି ବ୍ଲକରେ ପ୍ରତିଷ୍ଠା କରାଯାଉଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ। ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ୧୭ଟି ବ୍ଳକରେ ସ୍ଥାପିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଲାଗି ଓମ୍ବାଡସି ଆର୍ଥିକ ସହାୟତା ଦେଉଛି।

‘‘ଘରୋଇ ସ୍କୁଲଠାରୁ ଆମ ସ୍କୁଲ କୌଣସି ଗୁଣରେ କମ୍ ନୁହେଁ। ଏଠାରେ ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ଆଧୁନିକ ବ୍ୟବସ୍ଥା ରହିଛି। ଏହାଦ୍ୱାରା ଛାତ୍ରଛାତ୍ରୀମାନଙ୍କ ସାମଗ୍ରିକ ବିକାଶ ହୋଇପାରୁଛି’’, କହିଛନ୍ତି ସିମଡେଗାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ଆଶିଷ କୁମାର ନାୟକ। ଏଥିପାଇଁ ସେ ଓମ୍ବାଡସିକୁ ଧନ୍ୟବାଦ ଜଣାଇଛନ୍ତି।

ଓମ୍ବାଡସି ସହାୟତାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଉଭୟ ଛାତ୍ର ଓ ଛାତ୍ରୀଙ୍କ ଲାଗି ହଷ୍ଟେଲ ନିର୍ମାଣ କରାଯାଉଛି। ଦୂରବାଟ ଯୋଗୁଁ ଯେଉଁମାନେ ଦିନେ ସ୍କୁଲକୁ ଆସିବାକୁ ଅସୁବିଧା ହେଉଥିଲା, ଆଜି ସେମାନେ ହଷ୍ଟେଲରେ ରହି ସୁବିଧାରେ ପାଠ ପଢ଼ିପାରୁଛନ୍ତି। ସେହିପରି କିଚେନ୍, ଡାଇନିଙ୍ଗ ହଲ୍ ଓ ସାଇକେଲ୍ ଷ୍ଟାଣ୍ଡ ଆଦି ନିର୍ମାଣ କରାଯାଇଥିବାରୁ ସ୍କୁଲ ପରିବେଶ ଆହୁରି ଆକର୍ଷଣୀୟ ହୋଇପାରୁଛି।

‘‘ଓମ୍ବାଡସି ସହାୟତାରେ ସୁନ୍ଦରଗଡ଼ ଜିଲ୍ଲାରେ ଶିକ୍ଷା କ୍ଷେତ୍ରର ସାମଗ୍ରିକ ବିକାଶ ପାଇଁ ଯେଉଁ କାର୍ଯ୍ୟକ୍ରମ କରାଯାଉଛି ତାହା ସ୍ୱାଗତଯୋଗ୍ୟ। ଏଭଳି ପଦକ୍ଷେପ ଯୋଗୁଁ ଛାତ୍ରଛାତ୍ରୀମାନଙ୍କର ଶାରୀରିକ, ମାନସିକ ଓ ବୌଦ୍ଧିକ ବିକାଶ ହୋଇପାରୁଛି। ଫଳରେ ସେମାନେ ଆଗାମୀ ଦିନରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ହୋଇପାରିବେ’’, କହିଛନ୍ତି ସୁନ୍ଦରଗଡ଼ ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମନୋଜ ମହାଜନ।

ହାଇସ୍କୁଲ ରୂପାନ୍ତରଣ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଆଧୁନିକୀକରଣ ଯୋଗୁଁ ଓଡ଼ିଶାର ଖଣି ପ୍ରଭାବିତ ଜିଲ୍ଲାଗୁଡ଼ିକରେ ଶିକ୍ଷାର ମାନ ଉନ୍ନତ ହୋଇପାରିଛି। ଏଥିରେ ଆର୍ଥିକ ସହାୟତା ଦେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତର କ୍ୟାରିୟର ସ୍ୱପ୍ନ ପୂରଣ ଦିଗରେ ବାଟ ପ୍ରସ୍ତୁତ କରିବାରେ ସହାୟକ ହୋଇପାରିଛି ଓମ୍ବାଡସି।

ଆଦର୍ଶ ବିଦ୍ୟାଳୟ ଓଡିଶା ଓମ୍ବାଡସି ସୁନ୍ଦରଗଡ଼ ଜିଲ୍ଲା ସ୍କୁଲ ଶିକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026

ବସ୍ତର ପାଣ୍ଡମ ୨୦୨୬ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଅମିତ ଶାହ

February 10, 2026
Latest News

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026

ବସ୍ତର ପାଣ୍ଡମ ୨୦୨୬ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଅମିତ ଶାହ

February 10, 2026

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.