Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ଶ୍ରୀମନ୍ଦିର ପରିଚାଳନା କମିଟି ଓ ବରିଷ୍ଠ ସେବାୟତଗଣ
ବିଶେଷ ଖବର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ଶ୍ରୀମନ୍ଦିର ପରିଚାଳନା କମିଟି ଓ ବରିଷ୍ଠ ସେବାୟତଗଣ

December 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ନବୀନ ନିବାସରେ ଥିଲା ଆଜି ଏକ ଆଧ୍ୟାତ୍ମିକ ପରିବେଶ। ଜୟ ଜଗନ୍ନାଥ ଧ୍ବନୀରେ ପ୍ରକମ୍ପିତ ହେଉଥିଲା ପୁରା ପରିସର। ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟଗଣ, ବରିଷ୍ଠ ସେବାୟତଗଣ, ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କୁ ନେଇ ଏକ ୫୦ ଜଣିଆ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାରମ୍ପରିକ ରୀତିରେ ନିମନ୍ତ୍ରଣ କରିଥିଲେ।

ଆଜି ଭୁବନେଶ୍ବରରେ ପହଞ୍ଚି ସେବାୟତ ଓ ଅନ୍ୟମାନେ ପ୍ରଥମେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରି ନବୀନ ନିବାସକୁ ଆସିଥିଲେ।

ନିମନ୍ତ୍ରଣ ପାଇଁ ସେବାୟତମାନଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶ୍ରୀ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଗୁଆ ଓ ଚାଉଳ ପ୍ରଦାନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପରିକ୍ରମା ପ୍ରକଳ୍ପ ଆପଣମାନଙ୍କ କାମ। ସେବାୟତ ବନ୍ଧୁମାନଙ୍କ କାମ। ପୁରୀବାସୀଙ୍କ କାମ। ଏହି ପବିତ୍ର କାମ ପାଇଁ ଯାହା  ଆବଶ୍ୟକ ସବୁ ସହଯୋଗ ରାଜ୍ୟ ସରକାର ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେବାୟତମାନେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତଥା ପୁରୀ ସହରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ “ଆପଣ ଇତିହାସ ରଚିଲେ। ଯୁଗ ଯୁଗ ପାଇଁ ଆପଣଙ୍କ ନାମ ଲିପିବଦ୍ଧ ହୋଇରହିବ।” ଜଗନ୍ନାଥଙ୍କ ଆଶୀର୍ବାଦ ଆପଣଙ୍କ ଉପରେ ଅଛି ବୋଲି ମତଦେଇ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଜୀବନ କାମନା କରିଥିଲେ। ଆପଣଙ୍କ ନିର୍ଦ୍ଦେଶରେ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ ମଧ୍ୟ ଦିନରାତି ପରିଶ୍ରମ କରି ବହୁତ ଭଲ କାମ କରୁଛନ୍ତି। ସାରା ଓଡିଶାର ରୂପରେଖରେ ପରିବର୍ତ୍ତନ ଆଣିଛନ୍ତି ବୋଲି ସେମାନେ ଆନନ୍ଦର ସହ ମତବ୍ୟକ୍ତ କରିଥିଲେ।

ସେବାୟତ ମାନଙ୍କ ସହିତ ଆଲୋଚନା କରି ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଲେ ଯେ ପରିକ୍ରମା ପ୍ରକଳ୍ପ ସମ୍ଭବ ହୋଇପାରିଛି ପୁରୀ ବାସୀଙ୍କ ତ୍ୟାଗ  ଯୋଗୁଁ। ସେବାୟତମାନଙ୍କ ତ୍ୟାଗ ଯୋଗୁ। ଆପଣମାନଙ୍କ ଅତୁଳନୀୟ ତ୍ୟାଗ ସବୁଦିନ ପାଇଁ  ସମସ୍ତେ ଶ୍ରଦ୍ଧାର ସହ ମନେରଖିବେ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ। ପରିକ୍ରମା ପ୍ରକଳ୍ପ କାମ ସମୟରେ ଅନେକ ବାର ବହୁତ ଅସୁବିଧା କିପରି ମହାପ୍ରଭୁଙ୍କ ଆଶୀର୍ବାଦରେ ଦୂର ହୋଇଛି ଏବଂ କାମ ସବୁ ଭଲ ଭାବରେ ଆଗେଇ ଚାଲିଥିଲା ସେ ବିଷୟରେ ଶ୍ରୀ ପାଣ୍ଡିଆନ ନିଜ ବ୍ୟକ୍ତିଗତ ଅନୁଭୂତି ବର୍ଣ୍ଣନା କରିଥିଲେ।

ପୁରୀ ସହରର ବିକାଶ ପାଇଁ  ତଥା ସେବାୟତ ମାନଙ୍କ କଲ୍ୟାଣ ପାଇଁ ଯାହାକିଛି ଆବଶ୍ୟକ, ମୁଖ୍ୟମନ୍ତ୍ରୀ ସବୁକିଛି କରିବେ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ସବୁ ସେବାୟତ ମାନଙ୍କୁ ଉପଢୌକନ ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

ଶ୍ରୀମନ୍ଦିରର ସୁରକ୍ଷା ସହିତ ଭକ୍ତମାନଙ୍କ ଶୃଙ୍ଖଳିତ ଦର୍ଶନ ଓ ସେମାନଙ୍କ ପାଇଁ ଏକ ଦିବ୍ୟ ଅନୁଭବ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆରମ୍ଭ କରାଯାଇଛି। ୨୦୨୧ ନଭେମ୍ବର ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବ, ସାଧୁ ସନ୍ଥ ,ବିଭିନ୍ନ ରାଜନୈତିକ  ଦଳର  ପ୍ରତିନିଧି  ତଥା  ବିଶିଷ୍ଟ  ବ୍ୟକ୍ତି  ମାନଙ୍କ ଉପସ୍ଥିତିରେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ।  ଲୋକାର୍ପଣ  କାର୍ଯ୍ୟ  ମଧ୍ୟ  ସେହିପରି  ସାଧୁ  ସନ୍ଥ  ଏବଂ ସବୁ  ରାଜନୈତିକ  ଦଳ ଓ  ସମାଜ ର  ସବୁ  ବର୍ଗର   ଲୋକଙ୍କୁ  ସାମିଲ କରାଯିବ. ପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଧାରିତ  ସମୟରେ ସଂପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ପ୍ରକଳ୍ପ କାମର ନିୟମିତ ସମୀକ୍ଷା କରୁଛନ୍ତି।

ନବୀନ ନିବାସ ନବୀନ ପଟ୍ଟନାୟକ ଭି.କେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ଦଳରୁ ଏବଂ ସାଂସଦ ପଦରୁ ଇସ୍ତଫା ଦେବା ପରେ ଏବେ କୁଆଡେ ଯିବେ ଦେବାଶିଷ ସାମନ୍ତରାୟ?

May 25, 2026

ବିଜେଡିରେ ବଡ କମ୍ପନ, ଦଳରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ, କହିଲେ…..

May 25, 2026

ଉତ୍ତରାଖଣ୍ଡ ଏବଂ ଗୁଜରାଟ ପରେ ଏବେ ଏହି ରାଜ୍ୟରେ ଲାଗୁ ହେବ UCC: ବିଧାନସଭାରେ ଆଗତ ହେଲା ବିଲ୍ 

May 25, 2026

ବିଜେଡି ଛାଡିବେ ସାଂସଦ ଦେବାଶିଷ ସାମନ୍ତରାୟ, ବିଜେପିରେ ମିଶି ପୁଣି ଯିବେ ରାଜ୍ୟସଭା !!

May 25, 2026
Latest News

ଏକାଥରେ 67 ବିଇଓ ଙ୍କୁ ବଦଳି କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଜାଣନ୍ତୁ କିଏ କେଉଁଠାକୁ ଗଲେ

May 25, 2026

ଭାଇରାଲ ଭିଡିଓ ମାମଲାରେ JDU ବିଧାୟକ ଅନନ୍ତ ସିଂହଙ୍କୁ ଗିରଫ କରାଯିବ କି?: ଆସିଲା ବଡ଼ ଅପଡେଟ୍

May 25, 2026

ଦଳରୁ ଏବଂ ସାଂସଦ ପଦରୁ ଇସ୍ତଫା ଦେବା ପରେ ଏବେ କୁଆଡେ ଯିବେ ଦେବାଶିଷ ସାମନ୍ତରାୟ?

May 25, 2026

ଭୟରେ କମ୍ପିବେ ଶତ୍ରୁ ଦେଶ: ଭାରତ ଆସୁଛି ୧୧୪ଟି ରାଫେଲ ଯୁଦ୍ଧ ବିମାନ

May 25, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.