Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସହରାଞ୍ଚଳ ଗରିବ ମହିଳାଙ୍କ ପାଇଁ ଆର୍ଥିକ ସଶକ୍ତିକରଣର ମାଧ୍ୟମ ପାଲଟିଛି ଜାତୀୟ ସହରାଞ୍ଚଳ ଜୀବିକା ମିଶନ
ଆଜିର ଖବର

ସହରାଞ୍ଚଳ ଗରିବ ମହିଳାଙ୍କ ପାଇଁ ଆର୍ଥିକ ସଶକ୍ତିକରଣର ମାଧ୍ୟମ ପାଲଟିଛି ଜାତୀୟ ସହରାଞ୍ଚଳ ଜୀବିକା ମିଶନ

December 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଦୀନଦୟାଲ ଉପାଧ୍ୟାୟ ଜାତୀୟ ସହରାଞ୍ଚଳ ଜୀବିକା ମିଶନ ସହରର ମହିଳାଙ୍କ ପାଇଁ ଆର୍ଥିକ ସଶକ୍ତିକରଣ ଓ ଆତ୍ମସମ୍ମାନର ମାଧ୍ୟମ ପାଲଟିଛି। ଏହି ଯୋଜନା ମାଧ୍ୟମରେ ସେମାନଙ୍କୁ ରୋଜଗାର ଓ ସ୍ୱରୋଜଗାର ପନ୍ଥା ମିଳିପାରିଛି ଫଳରେ ସେମାନେ ସ୍ୱାବଲମ୍ବୀ ହୋଇପାରିଛନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି କଟକ ଚୌଦ୍ୱାର ଅଞ୍ଚଳରେ। ସ୍ଥାନୀୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଜାତୀୟ ସହରାଞ୍ଚଳ ଜୀବିକା ମିଶନ ମାଧ୍ୟମରେ ବ୍ୟାଙ୍କ ଋଣ ଓ ଅନ୍ୟାନ୍ୟ ସହାୟତା ପାଇବା ପରେ ସେମାନଙ୍କର ଜୀବନରେ ସୁଧାର ଆସିଛି। ଏହି ମହିଳାମାନେ ମେଢ଼ ତିଆରି, ଜରି କାମ, ସିଲେଇ କାମ ଜରିଆରେ ଅର୍ଥ ରୋଜଗାର କରିପାରୁଛନ୍ତି।

ଏହାବ୍ୟତୀତ ସ୍ୱଚ୍ଛ ଭାରତ ମିଶନ ଅନ୍ତର୍ଗତ ଏଫଏସଟିପି ବର୍ଜ୍ୟ ଜଳ ପରିଚାଳନା ପ୍ଲାଣ୍ଟ ପରିଚାଳନା କରୁଛନ୍ତି। ପୂର୍ବରୁ ଅବହେଳିତ ଜୀବନଯାପନ କରୁଥିବା ଏହି ମହିଳାମାନେ ଏବେ ସ୍ୱରୋଜଗାରକ୍ଷମ ଓ ସ୍ୱାବଲମ୍ବୀ ହୋଇପାରିଛନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିବା ଦ୍ୱାରା ସେମାନଙ୍କ ପରିବାରର ଜୀବନଧାରଣରେ ସୁଧାର ଆସିଛି। ନିକଟରେ ଜାରି ରହିଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଅବସରରେ ଏହି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଜାତୀୟ ସହରାଞ୍ଚଳ ଜୀବିକା ମିଶନରେ ମିଳିଥିବା ସହାୟତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ ମିଶନ୍‌ ଅଧୀନରେ ଦେଶର ୪ହଜାର ସହରରେ ୮ ଲକ୍ଷ ୩୧ ହଜାରରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ଗଠନ କରାଯାଇଛି। ଏହାଦ୍ୱାରା ୮୪ ଲକ୍ଷରୁ ଅଧିକ ସହରାଞ୍ଚଳ ଗରିବ ମହିଳା ଆର୍ଥିକ ଦୃଷ୍ଟିରୁ ସଶକ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଏସସି/ଏସଟି, ସଂଖ୍ୟାଲଘୁ, ପରିବାରର ମହିଳା ମୁଖ୍ୟ, ଉଠାଦୋକାନୀ ମହିଳା ରହିଛନ୍ତି।

ଆର୍ଥିକ ସଶକ୍ତିକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026
Latest News

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.