Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବାହର ପ୍ରଲୋଭନ ଦେଇ ଧୋକା: ଅଶ୍ଳୀଳ ଭିଡିଓ ଭାଇରାଲ ଅଭିଯୋଗରେ ପ୍ରେମିକକୁ ବାନ୍ଧିଲା ବାଲୁଗାଁ ପୋଲିସ
ଆଜିର ଖବର

ବିବାହର ପ୍ରଲୋଭନ ଦେଇ ଧୋକା: ଅଶ୍ଳୀଳ ଭିଡିଓ ଭାଇରାଲ ଅଭିଯୋଗରେ ପ୍ରେମିକକୁ ବାନ୍ଧିଲା ବାଲୁଗାଁ ପୋଲିସ

January 17, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଫେସବୁକରେ ବନ୍ଧୁତା ପରେ ପ୍ରେମ କରି ପ୍ରେମିକାର ଅନ୍ତରଙ୍ଗ ଫଟୋ ଓ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପ୍ରେମିକକୁ ଗିରଫ କରିଛି ବାଲୁଗାଁ ପୋଲିସ।

ସୂଚନା ମୁତାବକ ଗତ ବର୍ଷେ ପୂର୍ବେ ବାଲେଶ୍ଵର ଜିଲ୍ଲା ଖନ୍ତାପଡା ଥାନା ଅନ୍ତର୍ଗତ ଚକାଶୀରାମପୁର ଗ୍ରାମର ଗଦାଧର ଦାସଙ୍କ ପୁଅ ବିକାଶ ଦାସ (୨୬) ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ଫେସବୁକରେ ପ୍ରଥମେ ବନ୍ଧୁତା ସ୍ଥାପନ କରିଥିଲେ।ଧିରେ ଧିରେ ତାହା ପ୍ରେମରେ ପରିଣତ ହୋଇଥିଲା। ଏପରିକି ବିବାହ ପ୍ରଲୋଭନ ଦେଇ ପ୍ରେମିକ ଶାରୀରିକ ସମ୍ପର୍କ ମଧ୍ୟ ରଖିଥିଲେ। ଯାହାକି ପ୍ରେମିକା ଅଗୋଚରରେ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡିଓ ଉତ୍ତୋଳନ କରି ନିଜ ମୋବାଇଲରେ କଏଦ କରି ରଖିଥିଲେ ପ୍ରେମିକ ଜଣକ।

ଏହାପରେ ଯୁବତୀଙ୍କୁ ବାରମ୍ବାର ଅନୈତିକ ସମ୍ପର୍କ ରଖିବାପାଇଁ ବାଧ୍ୟ କରିବା ସହ ଟଙ୍କା ଦେବାକୁ କହି ବ୍ଲାକମେଲ କରିଆସୁଥିଲେ। ଯୁବତୀ ଜଣକ ଏଥିରେ ନିରୁତ୍ସାହିତ ହୋଇ ପ୍ରତ୍ୟାଖ୍ୟାନ କରିବାରୁ ପ୍ରେମିକ ବିକାଶ ଅଶ୍ଳୀଳ ଫଟୋ ଓ ଭିଡ଼ିଓକୁ ସୋସିଆଲ ମିଡିଆରେ ଭାଇରାଲ କରିଦେଇଥିଲେ।

ଏହି ଘଟଣାକୁ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ଗତ ବର୍ଷ ଜୁନ ୨୧ ରେ ବାଲୁଗାଁ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ଅଭିଯୋଗ ଆଧାରରେ କେଶ ନଂ ୧୩୭/୨୩ ରେ ମାମଲା ରୁଜୁକରି ପୋଲିସ ତଦନ୍ତ ଜାରି ରଖିଥିଲା। ସାଇବର ସେଲର ସହାୟତାରେ ଅଭିଯୁକ୍ତକୁ ଧରିବାପାଇଁ ପୋଲିସ ଜାଲ ବିଛାଇ ଥିଲା।

ତେବେ ଅଭିଯୁକ୍ତ ବିକାଶ ମହାରାଷ୍ଟ୍ର ରାଜ୍ୟ ପୁନେ ଠାରେ ଥିବା ଖବର ପାଇ ବାଲୁଗାଁ ଥାନା ଅଧିକାରୀ ଜୟପ୍ରକାଶ ପରିଡାଙ୍କ ନେତୃତ୍ୱରେ ଏକ ଟିମ ଯାଇଥିବା ବେଳେ ଅଭିଯୁକ୍ତ ସେଠାରୁ ଚମ୍ପଟ ମାରିଥିଲା। ତେବେ ବିକାଶ ଭୁବନେଶ୍ୱରରେ ଥିବା ଖବର ଜଣାପଡିବା ପରେ ଥାନାଧିକାରୀ ଶ୍ରୀ ପରିଡା ତାଙ୍କୁ କାବୁ କରିବାରେ ସଫଳ ହୋଇଥିଲେ।

ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଶ୍ରୀ ପରିଡା କହିଛନ୍ତି।

facebook love sex Social media ଅଶ୍ଳୀଳ ଭିଡିଓ ଫେସବୁକ ବାଲୁଗାଁ ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026
Latest News

ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

March 13, 2026

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.