Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୁବନେଶ୍ବରରେ ଆୟୋଜିତ ହେବ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶ, ନିର୍ଦ୍ଧାରିତ ହେଲା ଦିନ
ଜାତୀୟ ଖବର

ଭୁବନେଶ୍ବରରେ ଆୟୋଜିତ ହେବ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶ, ନିର୍ଦ୍ଧାରିତ ହେଲା ଦିନ

January 24, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଆୟୋଜିତ ହେବ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶ, ନିର୍ଦ୍ଧାରିତ ହେଲା ଦିନ

ଭୁବନେଶ୍ୱର: ଭୁବନେଶ୍ୱରର ଜନତା ମଇଦାନଠାରେ ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ତିନିଦିନିଆ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶ ଆୟୋଜିତ ହେବ। ରାଜ୍ୟରେ ମତ୍ସ୍ୟ ଓ ପ୍ରାଣୀସଂପଦର ବିକାଶର ପ୍ରତିଛବି ଚାଷୀ ଓ ଜନସାଧାରଣଙ୍କ ସମ୍ମୁଖରେ ତୋଳି ଧରିବା ପାଇଁ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ପକ୍ଷରୁ ସମାବେଶର ଆୟୋଜନ କରାଯାଉଛି ।

ଜିଲ୍ଲାସ୍ତରରେ ମତ୍ସ୍ୟ ଓ ପ୍ରାଣୀସଂପଦ ମେଳାର ସଫଳତା ଓ ପ୍ରାଣୀପାଳକ ଏବଂ ମତ୍ସ୍ୟଚାଷୀଙ୍କ ମଧ୍ୟରେ ଉତ୍ସାହ ଓ ଆଗ୍ରହକୁ ଦୃଷ୍ଟିରେ ରଖି ଭୁବନେଶ୍ୱରଠାରେ ତିନିଦିନିଆ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶର ଆୟୋଜନ କରାଯାଉଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।
ଆଜି କୃଷି ଭବନଠାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମାବେଶର ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ।

ସମାବେଶରେ ବିଭିନ୍ନ ପ୍ରାଣୀପାଳନ ଓ ମତ୍ସ୍ୟଚାଷର ପ୍ରଦର୍ଶନୀ ମଣ୍ଡପ ଖୋଲାଯିବା ସହିତ ଉନ୍ନତ କିସମର ପ୍ରାଣୀସଂପଦ ଓ ମତ୍ସ୍ୟଚାଷର ଲାଇଭ୍‌ ଡେମୋନ୍‌ଷ୍ଟ୍ରେସନ୍‌, ବିଭିନ୍ନ ଯନ୍ତ୍ରପାତି ଓ ଉପକରଣର ପ୍ରଦର୍ଶନୀ, ଚାଷୀ ଓ ବୈଜ୍ଞାନିକମାନଙ୍କ ମଧ୍ୟରେ ଆଲୋଚନାଚକ୍ର, ସଫଳ ଚାଷୀଙ୍କ ଅନୁଭୂତିର ଆଦାନପ୍ରଦାନ-ସଫଳ ପ୍ରାଣୀପାଳନ, ମତ୍ସ୍ୟଚାଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସମ୍ବର୍ଦ୍ଧନା ସମେତ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯିବ।

ସମାବେଶରେ ରାଜ୍ୟରୁ ପ୍ରାୟ ୬ ହଜାର ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଭାଗନେବେ। ପ୍ରତିଦିନ ଜିଲ୍ଲାରୁ ପ୍ରାୟ ୨ ହଜାର ଚାଷୀ ଏଥିରେ ଯୋଗଦେବେ। ସମାବେଶରେ ମିଶନ ଶକ୍ତି, ସମବାୟ, ନାବାର୍ଡ, ଜଳସଂପଦ ବିଭାଗ, ଓର୍‌ମାସ୍‌, ଓଡ଼ିଶା ଜୀବିକା ମିଶନ, ପ୍ରାଣୀମଙ୍ଗଳ ଅନୁଷ୍ଠାନ, ମୃତ୍ତିକା ସଂରକ୍ଷଣ, କୃଷି ଓ ଉଦ୍ୟାନ କୃଷି ଆଦି ବିଭାଗର ମଧ୍ୟ ଷ୍ଟଲ ପ୍ରଦର୍ଶିତ ହେବ। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ସେଞ୍ଚୁରିଆନ୍‌, ସୋଆ, ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ସମେତ ବିଭିନ୍ନ କର୍ପୋରେଟ୍‌ ସଂସ୍ଥା ପକ୍ଷରୁ ମଧ୍ୟ ଷ୍ଟଲ ଖୋଲାହେବ।

ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶର ଆୟୋଜନ ଦ୍ୱାରା ରାଜ୍ୟର ଚାଷୀମାନେ ପ୍ରାଣୀପାଳନ ଓ ମତ୍ସ୍ୟଚାଷ କ୍ଷେତ୍ରରେ ନୂତନ ଜ୍ଞାନକୌଶଳ ଓ ଆଧୁନିକ ବୈଜ୍ଞାନିକ ପଦ୍ଧତି ସଂପର୍କରେ ସଚେତନ ହେବେ ବୋଲି ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ କହିଛନ୍ତି।

ବୈଠକରେ ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ୍‌ ଆଲାମ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ରାମାଶିଷ ହାଜରାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ମତ୍ସ୍ୟ ଓ ପ୍ରାଣୀସଂପଦ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.