Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଲାଗି ଫେବୃଆରୀ ୨୯ ସୁଦ୍ଧା ଅନଲାଇନରେ ଆବେଦନ
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଲାଗି ଫେବୃଆରୀ ୨୯ ସୁଦ୍ଧା ଅନଲାଇନରେ ଆବେଦନ

February 8, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
World Skill Centre
World Skill Centre extends admission deadline to May 15

ଭୁବନେଶ୍ୱର: ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ବ୍ୟାଚରେ ନାମଲେଖା ଲାଗି ଆବଦେନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଦିଆଯାଉଥିବା ବିଭିନ୍ନ ଅତ୍ୟାଧୁନିକ ବିଷୟରେ ନାମଲେଖାଇବା ପାଇଁ ଆଗ୍ରହୀ ପ୍ରାର୍ଥୀମାନେ ଅନଲାଇନ ମାଧ୍ୟମରେ ଆବେଦନ କରିପାରିବେ।

୨୦୨୪ ଫେବୃଆରୀ ୬ରୁ ଆରମ୍ଭ ହୋଇଥିବା ଏହି ଆବେଦନ ପ୍ରକ୍ରିୟା ୨୯ ତାରିଖ ଯାଏଁ ଚାଲିବ। ପ୍ରାର୍ଥୀମାନେବିଶ୍ୱ ଦକ୍ଷତା କେନ୍ଦ୍ରର ୱେବସାଇଟରେ www.worldskillcenter.org/admissions ପ୍ରଥମେ ପଞ୍ଜୀକରଣ କରିବା ପରେ ନାମଲେଖା ପାଇଁ ଆବେଦନ କରିପାରିବେ। ନାମଲେଖା ବିଷୟରେ ଅଧିକ ସୂଚନା ପାଇଁ ପ୍ରାର୍ଥୀ ୧୮୦୦ ୨୬୬ ୬୦୦୨ରେ ଯୋଗାଯୋଗ କରିପାରିବେ।

ବିଶ୍ୱ ଦକ୍ଷତା କେନ୍ଦ୍ରର ସ୍କୁଲ ଅଫ୍ ଇଞ୍ଜିନିୟରିଂ ବିଭାଗରେ ମୋଟ ୫ଟି ଅତ୍ୟାଧୁନିକ ବିଷୟରେ ତାଲିମ ଦିଆଯାଉଛି। ତା’ ଭିତରେ ରହିଛି ମେକାଟ୍ରୋନିକ୍ସ, ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ୍, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି ଏବଂ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ (ଲିଫ୍ଟ ଟେକ୍ନୋଲୋଜି) ଭଳି ବିଷୟ।
ଏହି ବିଷୟରେ ତାଲିମ ପାଇଁ ପ୍ରାର୍ଥୀ ଓଡ଼ିଶାର କୌଣସି ସରକାରୀ ବା ଘରୋଇ ଶିଳ୍ପ ତାଲିମ କିମ୍ବା ବୈଷୟିକ ଶିକ୍ଷାନୁଷ୍ଠାନରୁ ୨ ବର୍ଷିଆ ଆଇଟିଆଇ/୩ ବର୍ଷିଆ ଡିପ୍ଲୋମା କରିଥିବା ଆବଶ୍ୟକ।

ସେହିପରି ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗ ଅଧୀନରେ ହେୟାର ଫ୍ୟାସନ ଆଣ୍ଡ୍ ଡିଜାଇନ ଏବଂ ବ୍ୟୁଟି ଓେଲନେସ୍ ଆଣ୍ଡ ସ୍ପା ଆଦି ବିଷୟ ରହିଛି। ଏଥିପାଇଁ ପ୍ରାର୍ଥୀ +୨ କିମ୍ବା କୌଣସି ବିଷୟରେ ଡିପ୍ଲୋମା କରିଥିବା ଆବଶ୍ୟକ। ବ୍ୟୁଟି ଓେଲନେସ୍ ଆଣ୍ଡ ସ୍ପା ବିଷୟରେ ତାଲିମ ପାଇଁ କେବଳ ଛାତ୍ରୀମାନେ ଆବେଦନ କରିପାରିବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍କିଲ୍ଡ ଇନ ଓଡ଼ିଶା ପରିକଳ୍ପନାରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ପକ୍ଷରୁ ବିଶ୍ୱ ଦକ୍ଷତା କେନ୍ଦ୍ର ସ୍ଥାପନ କରାଯାଇଛି। ଏହି କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି, ଅତ୍ୟାଧୁନିକ ଲାବୋରେଟୋରି ଏବଂ ବିଶ୍ୱସ୍ତରୀୟ ବିଭିନ୍ନ ଯନ୍ତ୍ରପାତି ରହିଛି। ଏହି କେନ୍ଦ୍ରରେ ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ଯୁବକ ଯୁବତୀମାନଙ୍କୁ ଆବଶ୍ୟକ ଶିକ୍ଷା ଓ ତାଲିମ ଦିଆଯାଇ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଶିଳ୍ପ ଓ ସେବା କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କ ରହିବା ଲାଗି ହଷ୍ଟେଲ, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ସୁବିଧା ଆଦି ମାଗଣାରେ ଦିଆଯାଉଛି। ତା’ଛଡ଼ା ଅନୁସୂଚିତ ଜାତି, ଜନଜାତି, ପଛୁଆ ଏବଂ ସଂଖ୍ୟାଲଘୁ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ କୋର୍ସ ଫି’ ସମ୍ପୂର୍ଣ୍ଣ ମାଗଣା ରହିଛି। ସେହିପରି ରାଜ୍ୟ ସରକାରଙ୍କ ‘ସୁଦକ୍ଷା’ ଯୋଜନା ଅଧୀନରେ ଛାତ୍ରୀମାନଙ୍କ କୋର୍ସ ଫି’ ମଧ୍ୟ ମଗଣା ରଖାଯାଇଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଛାତ୍ରଛାତ୍ରୀମାନଙ୍କୁ ବିଦେଶରେ ଯାଇ ବିଶେଷ ଅନୁଭୂତି ହାସଲ କରିବା ପାଇଁ ସୁଯୋଗ ଦିଆଯାଉଛି। ଏହି ପାଠ୍ୟକ୍ରମ ଅଧୀନରେ କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀଙ୍କୁ ବଛାଯାଇ ଦୁଇ ସପ୍ତାହ ଲାଗି ‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମରେ ସିଙ୍ଗାପୁର ପଠାଯାଉଛି। ସେହିପରି ପ୍ରତିବର୍ଷ ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇ ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ପେଡ୍ ଇଣ୍ଟର୍ଣ୍ଣସିପ୍ କରିବାର ସୁଯୋଗ ଦିଆଯାଉଛି।

ଶିକ୍ଷା ଓ ତାଲିମ ଶେଷ ହେବା ପରେ ଛାତ୍ରଛାତ୍ରୀମାନେ କିପରି ଦେଶ ବିଦେଶର ବିଭିନ୍ନ ପ୍ରମୁଖ ସଂସ୍ଥାରେ ନିଯୁକ୍ତି ପାଇପାରିବେ ସେଥିପାଇଁ ‘ପ୍ଲେସମେଣ୍ଟ’ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି।

ଅନଲାଇନରେ ଆବେଦନ ନାମଲେଖା ବିଶ୍ୱ ଦକ୍ଷତା କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ମେଣ୍ଟରେ ଫାଟ!: କଂଗ୍ରେସକୁ ଝଟକା ଦେଲେ ଷ୍ଟାଲିନ, ତାମିଲନାଡୁରେ କେରଳ-ବଙ୍ଗଳା ମଡେଲକୁ ନାଁ

July 13, 2026

ଶେଷ ପର୍ଯ୍ୟାୟରେ ଶ୍ରୀବଳଦେବଜୀଉଙ୍କ ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ କାର୍ଯ୍ୟ

July 13, 2026

ଇସ୍କନ ରଥଯାତ୍ରାକୁ ନେଇ ମୁହଁ ଖୋଲିଲେ ଗଜପତି ମହାରାଜ: ଜାଣନ୍ତୁ କ’ଣ କହିଲେ?

July 13, 2026

ସର୍ବକ୍ଷମା ଯୋଜନା ପାଇଁ ଆବେଦନ ଆହ୍ୱାନ କଲା ଇପିଏଫଓ

July 13, 2026
Latest News

ଇଣ୍ଡିଆ ମେଣ୍ଟରେ ଫାଟ!: କଂଗ୍ରେସକୁ ଝଟକା ଦେଲେ ଷ୍ଟାଲିନ, ତାମିଲନାଡୁରେ କେରଳ-ବଙ୍ଗଳା ମଡେଲକୁ ନାଁ

July 13, 2026

ଶେଷ ପର୍ଯ୍ୟାୟରେ ଶ୍ରୀବଳଦେବଜୀଉଙ୍କ ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ କାର୍ଯ୍ୟ

July 13, 2026

ଇସ୍କନ ରଥଯାତ୍ରାକୁ ନେଇ ମୁହଁ ଖୋଲିଲେ ଗଜପତି ମହାରାଜ: ଜାଣନ୍ତୁ କ’ଣ କହିଲେ?

July 13, 2026

ସର୍ବକ୍ଷମା ଯୋଜନା ପାଇଁ ଆବେଦନ ଆହ୍ୱାନ କଲା ଇପିଏଫଓ

July 13, 2026

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.