Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଆ ସାହିତ୍ୟ ଜଗତର ପ୍ରତିଷ୍ଠିତ ସାହିତ୍ୟିକ ସାତକୋଡି ହୋତାଙ୍କ ପରଲୋକ
ଆଜିର ଖବର

ଓଡିଆ ସାହିତ୍ୟ ଜଗତର ପ୍ରତିଷ୍ଠିତ ସାହିତ୍ୟିକ ସାତକୋଡି ହୋତାଙ୍କ ପରଲୋକ

February 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଆ ସାହିତ୍ୟ ଜଗତର ପ୍ରତିଷ୍ଠିତ ସାହିତ୍ୟିକ ସାତକୋଡି ହୋତାଙ୍କ ପରଲୋକ

ଭୁବନେଶ୍ବର: ଓଡିଆ ସାହିତ୍ୟ ଜଗତର ପ୍ରତିଷ୍ଠିତ ସାହିତ୍ୟିକ ସାତୋକଡି ହୋତାଙ୍କ ପରଲୋକ ଘଟିଛି। ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସକାଳେ ତାଙ୍କର ପରଲୋକ ହୋଇଥିବାର ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ 95 ବର୍ଷ ବୟସ ହୋଇଥିଲା।

ଓଡିଆ ସାହିତ୍ୟ ଜଗତର ଜଣେ ପ୍ରତିଷ୍ଠିତ ବ୍ୟକ୍ତିତ୍ବ ହେଉଛନ୍ତି ସାତକୋଡି ହୋତା। ସେ ଏକାଧାରରେ ସାହିତ୍ୟିକ, ସାହିତ୍ୟ ସଂଗଠକ ଏବଂ ସଂପାଦକ ଭାବେ କାର୍ଯ୍ୟ କରିଛନ୍ତି। ସେ ଦୈନିକ ସମୟ ଖବର କାଗଜର ସଂପାଦକ ମଧ୍ୟ ଥିଲେ। ସେ ଅଦ୍ୟାବଧି ୨୭ଟି ଗଳ୍ପ ଏବଂ ୨୧ଟି ଉପନ୍ୟାସ ରଚନା କରିଛନ୍ତି।

ସେ ଭୁବନେଶ୍ବର ପୁସ୍ତକ ମେଳାର ମୁଖ୍ୟ ପୁରଧା ଥିଲେ। ଏଥି ସହିତ ସେ ଓଡିଶା ସାହିତ୍ୟ ଏକାଡେମୀର ସଭାପତି ଭାବେ କାର୍ଯ୍ୟ କରିଥିଲେ। ସେ ଅଶାନ୍ତ ଅରଣ୍ୟ ପାଇଁ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର, ମୁକ୍ତିମନ୍ତ୍ର ଏବଂ ଜନନୀ ଜନଭୂମି ପାଇଁ ସାରଳା ପୁରସ୍କାର ହାସଲ କରିଛନ୍ତି।

ସାତକୋଡି ହୋତା
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.