Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ନିର୍ବାଚନ ଆୟୁକ୍ତଙ୍କ ଓଡିଶା ଗସ୍ତ: ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ମତଦାନ ସମ୍ପର୍କରେ କରିବେ ସମୀକ୍ଷା
ଆଜିର ଖବର

ଭାରତର ନିର୍ବାଚନ ଆୟୁକ୍ତଙ୍କ ଓଡିଶା ଗସ୍ତ: ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ମତଦାନ ସମ୍ପର୍କରେ କରିବେ ସମୀକ୍ଷା

February 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ଵାରା ଗ୍ରହଣ କରାଯାଇଥିବା ବିବିଧ ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିବାକୁ ଭାରତର ମାନନୀୟ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାରଙ୍କ ନେତୃତ୍ଵରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳୀ ତିନି ଦିନିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ଵରରେ ପହଞ୍ଚିଛନ୍ତି।

ଭାରତର ମାନନୀୟ ମୁଖ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀଯୁକ୍ତ କୁମାରଙ୍କ ସହିତ ଭାରତର ମାନନୀୟ ନିର୍ବାଚନ ଆୟୁକ୍ତ ଅରୁଣ ଗୋଏଲ, ବରିଷ୍ଠ ଉପ ନିର୍ବାଚନ ଆୟୁକ୍ତ ଧର୍ମେନ୍ଦ୍ର ଶର୍ମା ଓ ନିତେଶ ବ୍ୟାସ, ଉପ ନିର୍ବାଚନ ଆୟୁକ୍ତ ମନୋଜ କୁମାର ସାହୁ, ଭାରତର ନିର୍ବାଚନ ଆୟୋଗଙ୍କ ଗଣମାଧ୍ୟମ ମହାନିର୍ଦ୍ଦେଶକ ବି. ନାରାୟଣନ ଏବଂ ଆୟୋଗର ଅର୍ଥନୈତିକ ନିର୍ଦ୍ଦେଶକ ପଙ୍କଜ ଶ୍ରୀବାସ୍ତବ ପ୍ରମୁଖ ଓଡିଶା ଗସ୍ତରେ ଆସି ଆସନ୍ତା କାଲି ପୂର୍ବାହ୍ନରେ ପ୍ରଥମେ ବିଭିନ୍ନ ଜାତୀୟ ଓ ଆଞ୍ଚଳିକ ରାଜନୈତିକ ଦଳର କର୍ମକର୍ତ୍ତା ଓ ନେତୃବୃନ୍ଦଙ୍କ ସହିତ ନିର୍ବାଚନ ସମ୍ପର୍କୀତ ଆଦର୍ଶ ଆଚରଣ ବିଧିର ଯଥାଯଥ ପାଳନ ସମ୍ପର୍କରେ ନିର୍ବାଚନ ଆୟୋଗଙ୍କ ଆଭିମୂଖ୍ୟ ସମ୍ପର୍କରେ ଆଲୋଚନା କରିବେ। ପରେପରେ, ରାଜସ୍ୱ ଡିଭିଜନର ଆୟୁକ୍ତ, ବିଭିନ୍ନ ଜିଲ୍ଲାର ଜିଲ୍ଲା ନିର୍ବାଚନ ଅଧିକାରୀ, ଆରକ୍ଷୀ ମହାନିରୀକ୍ଷକ, ପୋଲିସ କମିଶନର, ଆରକ୍ଷୀ ଅଧୀକ୍ଷକ ପ୍ରମୁଖଙ୍କ ସହିତ ଏକ ମିଳିତ ବୈଠକରେ ନିର୍ବାଚନ ପ୍ରସ୍ତୁତି, ତାଲିମ, ଆଇନଶୃଙ୍ଖଳା ପରିସ୍ଥିତି ଓ ପଦକ୍ଷେପ ସମ୍ପର୍କରେ ବିସ୍ତ୍ରୁତ ଭାବେ ଆଲୋଚନା କରିବେ।

ସେହିପରି, ୧୭ ତାରିଖ ଦିନ ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ରାଜ୍ୟ ପୋଲିସ ବାହିନୀ ଓ କେନ୍ଦ୍ର ପୋଲିସ ବାହିନୀର ନୋଡାଲ ଅଧିକାରୀ, ପ୍ରବର୍ତ୍ତନ ସଂସ୍ଥା, ରାଜ୍ୟ ମୁଖ୍ୟ ଶାସନ ସଚିବ, ଆରକ୍ଷୀ ମହାନିର୍ଦ୍ଦେଶକ ପ୍ରମୁଖଙ୍କ ସହିତ ପୃଥକ ପୃଥକ ଭାବେ ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା କରିବେ। ଅପରାହ୍ନରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀଯୁକ୍ତ କୁମାର ଏବଂ ତାଙ୍କ ସହିତ ଥିବା ବରିଷ୍ଠ ପଦାଧିକାରୀମାନେ ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆବଶ୍ୟକୀୟ ତଥ୍ୟ ପ୍ରଦାନ କରିବେ।

election 2024 election comissioner odisha tour rajeev kumar ଓଡିଶା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

କୃଷିଭବନଠାରେ ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ

April 18, 2026

ଆଜି ଏପ୍ରିଲ ୧୮ ତାରିଖ ଶନିବାରରେ ଛଅଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

April 18, 2026

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026
Latest News

ଗୋଟିଏ ଦିନରେ ୫୦.୫ ଲକ୍ଷରୁ ଅଧିକ ସିଲିଣ୍ଡର ବିତରଣ କରାଯାଇଛି: କେନ୍ଦ୍ର ସରକାର

April 18, 2026

କୃଷିଭବନଠାରେ ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ

April 18, 2026

ଆଜି ଏପ୍ରିଲ ୧୮ ତାରିଖ ଶନିବାରରେ ଛଅଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

April 18, 2026

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.