Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବବି ଦାସ ଏମିତି କାହିଁକି ଲେଖିଲେ, ଯାହାକୁ ନେଇ ଜାତୀୟ ଦଳ ଭିତରେ ସୃଷ୍ଟି ହୋଇଛି ଆଲୋଡନ
ଜାତୀୟ ଖବର

ବବି ଦାସ ଏମିତି କାହିଁକି ଲେଖିଲେ, ଯାହାକୁ ନେଇ ଜାତୀୟ ଦଳ ଭିତରେ ସୃଷ୍ଟି ହୋଇଛି ଆଲୋଡନ

February 25, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବବି ଦାସ ଏମିତି କାହିଁକି ଲେଖିଲେ, ଯାହାକୁ ନେଇ ଜାତୀୟ ଦଳ ଭିତରେ ଦେଖାଦେଇଛି ଭୂକମ୍ପନ

ଭୁବନେଶ୍ବର: ଆଜି ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ସାମାଜିକ ଗଣମାଧ୍ୟମରେ ପୋଷ୍ଟିଂକୁ ନେଇ ଓଡିଶା ରାଜନୀତିରେ ଆରମ୍ଭ ହୋଇଯାଇଛି ଚର୍ଚ୍ଚା। ଯେଉଁଥିରେ ସେ କହିଛନ୍ତି ଯେ, ବିଜେଡି ଟିକେଟ ପାଇବା ପାଇଁ ଜାତୀୟ ଦଳର ନେତାମାନେ ଆବେଦନ କରିଛନ୍ତି। ଏଥିସହିତ ୧୦ ହଜାରରୁ ଉର୍ଦ୍ଧ ବ୍ୟକ୍ତି ବିଜେଡି ଟିକେଟ ପାଇଁ ଆବେଦନ କରିଛନ୍ତି। ଯାହାକୁ ନେଇ ଜାତୀୟ ଦଳ ଭିତରେ ଆଲୋଡନ ସୃଷ୍ଟି ହୋଇଛି।

ସେ ତାଙ୍କ ଏକ୍ସରେ ଯାହା ଲେଖିଛନ୍ତି ତାହା ହେଲା

“ବିଗତ କିଛି ବର୍ଷ ଧରି ଜାତୀୟସ୍ତରର ସବୁ ସର୍ଭେ ରିପୋର୍ଟ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଦେଶର ୧ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଥିବାର ଗୈାରବ ପ୍ରଦାନ କରିଛି। ସେହିଭଳି ୨୦୨୨ ପଂଚାୟତ ନିର୍ବାଚନରେ ୫୨ ପ୍ରତିଶତରୁ ଅଧିକ ଭୋଟ ହାର ସାଙ୍ଗକୁ ୩୦ ରୁ ୩୦ ଜିଲ୍ଲା ପରିଷଦରେ ଜିତାଇ, ବିଜୁ ଜନତା ଦଳ ଯେ ଓଡ଼ିଶାର ୧ ନମ୍ବର ରାଜନୈତିକ ଦଳ, ଓଡ଼ିଶାବାସୀ ତାହା ପ୍ରମାଣିତ କରିଛନ୍ତି।

ଏହି ଦୁଇଟି ନିରାଟ ସତ୍ୟ, ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ବିଜୁ ଜନତା ଦଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଭଲପାଇବାକୁ ପ୍ରତିପାଦିତ କରୁଛି। ୨୦୨୪ ସାଧାରଣ ନିର୍ବାଚନରେ ଦଳୀୟ ଟିକେଟ ପାଇଁ ୧୦ ହଜାରରୁ ଅଧିକ ଆବେଦନ ଦଳ ପାଖରେ ପ୍ରାପ୍ତ ହୋଇଛି। ଅତ୍ୟନ୍ତ ଖୁସିର କଥା ଯେ, ବହୁ ସଂଖ୍ୟକ ପେଶାଦାର ବ୍ୟକ୍ତି ଏବଂ ଜାତୀୟ ରାଜନୈତିକ ଦଳମାନଙ୍କର ନେତାମାନେ ମଧ୍ୟ ବିଜେଡି ଟିକେଟ ପାଇଁ ଆବେଦନ କରୁଛନ୍ତି।

ଆମର ଦୃଢ଼ ବିଶ୍ୱାସ ଏହି ନିର୍ବାଚନରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଆଶୀର୍ବାଦ ବଳରେ ବିଜୁ ଜନତା ଦଳ ଏକ ଐତିହାସିକ ବିଜୟ ଆଡକୁ ଗତି କରୁଛି। ଏହି ବିପୁଳ ସଂଖ୍ୟକ ଆବେଦନ ଦର୍ଶାଉଛି, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ି ବଢ଼ି ଚାଲିଛି। ନବୀନ ବାବୁଙ୍କୁ ଲାଗାତାର ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବା ପାଇଁ ଓଡ଼ିଶାବାସୀ ମନ ସ୍ଥିର କରିସାରିଛନ୍ତି। ”

ଏହାକୁ ନେଇ ବିଭିନ୍ନ ମହଲରେ ବେଶ ଆଲୋଚନା ଚାଲିଛି। ବିଶେଷ କରି ରାଜନୈତିକ ଦଳ ଭିତରେ ଏହାକୁ ନେଇ ଗୁଂଜରଣ ସୃଷ୍ଟି ହୋଇଛି। ମୁଖ୍ୟତଃ ଜାତୀୟ ଦଳ ହିସାବରେ ବିଜେପି ଓ କଂଗ୍ରେସରେ ଏହାକୁ ନେଇ ଭୂକମ୍ପ ସୃଷ୍ଟି ହୋଇଛି। କାରଣ କିଏ ବିଜେଡି ଟିକେଟ ପାଇଁ କିଏ ଆବେଦନ କରିଛି ତାହାକୁ ନେଇ ଚାଲିଛି ଖଳତାଡ।

ପ୍ରଣବ ପ୍ରକାଶ ଦାସ ବବିଦାସ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026
Latest News

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.