Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ

February 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ

ଭୁବନେଶ୍ବର: ନିକଟରେ ଉଦ୍‌ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ।

ସୂଚନାଯୋଗ୍ୟ ଯେ 5T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍‌ ଶୀଘ୍ର ଏହା ଲୋକାର୍ପିତ ହେବ। ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍‌ ଯାତାୟତ କରିବ। ଭବିଷ୍ୟତରେ ବସ୍‌ ସଂଖ୍ୟା ୧୭୦୦ ରୁ ୧୮୦୦କୁ ବୃଦ୍ଧି ପାଇପାରେ। ତା ସହିତ ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି ।

5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା। ଏ ବିଷୟରେ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ଯାତ୍ରୀଙ୍କ ପାଇଁ ନବା ଆଣିବା ସୁବିଧା, ୧୪୪ଟି ବସ୍‌ ବେ, ସିଟି ବସ୍‌ ପାଇଁ ବସ୍‌ ବେ ଓ ଦୋକାନ ବଜାର ଅନେକ ସୁବିଧା ରହିବ। ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି।

ଏହି ଆଉଟପୋଷ୍ଟରେ ୮୯ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ଏଥି ମଧ୍ୟରୁ ୨ଜଣ ସବ୍‌-ଇନ୍‌ସ୍ପେକ୍ଟର, ୯ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍‌ସ୍ପେକ୍ଟର, ୪ଜଣ ହାବିଲଦାର, ୭୨ଜଣ କନଷ୍ଟେବଳ ଓ ୨ଜଣ ଡ୍ରାଇଭର ରହିବେ।

Share. Facebook Twitter LinkedIn Email WhatsApp Copy Link

Related Posts

ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

October 8, 2025

ଚଳିତ ଆର୍ଥିକ ବର୍ଷର ପ୍ରଥମାର୍ଦ୍ଧରେ ମାଲ ପରିବହନରେ 11.33% ଅଭିବୃଦ୍ଧି ହାସଲ କଲା ପୂର୍ବତଟ ରେଳ

October 8, 2025

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025
Latest News

ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

October 8, 2025

ଚଳିତ ଆର୍ଥିକ ବର୍ଷର ପ୍ରଥମାର୍ଦ୍ଧରେ ମାଲ ପରିବହନରେ 11.33% ଅଭିବୃଦ୍ଧି ହାସଲ କଲା ପୂର୍ବତଟ ରେଳ

October 8, 2025

ବିହାରରେ ରାଜନୈତିକ ହଲଚଲ ବୃଦ୍ଧି: ଜରୁରୀକାଳୀନ ବୈଠକ ଡାକିଲା ଚିରାଗ ପାସୱାନଙ୍କ ଦଳ

October 8, 2025

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.