Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କଲେ ନବ ଗଠିତ ମ୍ୟୁନିସିପାଲିଟି, ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କଲେ ନବ ଗଠିତ ମ୍ୟୁନିସିପାଲିଟି, ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ

March 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପାଇଁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ।

୫-ଟି ଅଧ୍ୟକ୍ଷ ସେମାନଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି। ସମସ୍ତଙ୍କୁ ସେ ନିଜ ପରିବାରର ସଦସ୍ୟ ବୋଲି ଭାବନ୍ତି। ସମସ୍ତେ ମିଳି ମିଶି ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ନୂଆ ଓଡିଶା ଗଠନ ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ ଗତ ୨୪ ତାରିଖରେ ରାଜ୍ୟରେ ୩୫ଟି ନୂଆ ବିଜ୍ଞପିତ ଅଞ୍ଚଳ ପରିଷଦ ଓ ୩ଟି ବିଜ୍ଞପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ଭାବେ ଉନ୍ନୀତ କରିଥିଲେ ମୁଖ୍ୟମନ୍ତ୍ରୀ। ଆଜି ନବଗଠିତ ବିଭିନ୍ନ ବିଜ୍ଞପିତ ଅଞ୍ଚଳ ପରିଷଦ ଓ ମ୍ୟୁନିସିପାଲିଟିର ଜନସାଧାରଣ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ପ୍ରକାଶ କରିଥିଲେ। ସେମାନଙ୍କ ସହିତ କୃଷକସାଥୀ ସଂଘ, ଓମଫେଡ ରିଟେଲର ସଂଘ, ନିଖିଳ ଓଡିଶା ଲେଫ୍ଟ ଆଉଟ ଗଣ ଶିକ୍ଷକ ମହାସଂଘ ଏବଂ ଓଡିଶା ପ୍ରଦେଶ ଲକ୍ଷେ ଘର ଦଳିତ ଜାତି ସମାଜ ମହାସଂଘର କର୍ମକର୍ତ୍ତାମାନେ ମଧ୍ୟ ୫-ଟି ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ, ନବ ଗଠିତ ବୌଦ୍ଧଗଡ ମ୍ୟୁନିସିପାଲିଟି, କରଞ୍ଜିଆ ମ୍ୟୁନିସିପାଲିଟି, ବେତନଟି, ପାଣିକୋଇଲି, ଜାରକା, ବସ୍ତା, ସିମୁଳିଆ, କଣ୍ଟାମାଳ, ଶେରଗଡ ଓ ରାଇକିଆ ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣଙ୍କ ସହିତ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଧାୟକ ଅଶୋକ କୁମାର ବଳ, ବିଧାୟକ ପ୍ରଣବ ବଳବନ୍ତରାୟ, ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟକ ମହିଧର ରଣା ପୂର୍ବତନ ଏମପି ରବିନ୍ଦ୍ର ଜେନା .ବିହନ ନିଗମ ଅଧ୍ୟକ୍ଷ ବିଜଯ ନାୟକ ଏବଂ ଅନ୍ୟ ନେତୃବୃନ୍ଦ ଆଜି ନବୀନ ନିବାସଠାରେ ୫-ଟି ଅଧ୍ୟକ୍ଷଙ୍କୁ ଭେଟିଥିଲେ।

naveen pattanaik odisha cm vk pandian ନବୀନ ନିବାସ ମ୍ୟୁନିସିପାଲିଟି
Share. Facebook Twitter LinkedIn Email WhatsApp Copy Link

Related Posts

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026

ଓଡିଶାରେ ୯୦,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି: ଅଶ୍ୱିନୀ ବୈଷ୍ଣବ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.