Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

March 6, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ । ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ। ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର । ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି। ଆପଣମାନଙ୍କ ଖୁସି ମୋ ଖୁସି ।

ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ସ୍ୱାସ୍ଥ୍ୟ ସହିତ ଏହାର ଗଭୀର ସଂପର୍କ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପରିବାରର ଲୋକମାନେ କିପରି ଭଲରେ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି।

ସୂଚନାଯୋଗ୍ୟ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ, cashless ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍‌ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ।

କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକରେ ରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ ଯୋଗ ଦେଇ କହିଲେ ଯେ 5T ରେ କାର୍ଯ୍ୟକାରୀ ହେଉଥିବା BSKY ହେଉଛି ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି। ଆଜି ଗ୍ରାମାଞ୍ଚଳର ସବୁ ବଞ୍ଚିତ ହିତାଧିକାରୀ ଏଥିରେ ସାମିଲ ହେଲେ। 5T ହେଉଛି ମୁଖ୍ୟମନ୍ତ୍ରୀଙ୍କ ଓଡିଶାର ଉନ୍ନତି କଳ୍ପନା। ଲୋକଙ୍କୁ ସେବା ଦେବାର କଳ୍ପନା। ଆଜି 5T ମନ୍ତ୍ର ଉପରେ ରାଜ୍ୟାବାସୀଙ୍କ ଆସ୍ଥା ବଢିଛି। ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁଠାରୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ସେ କହିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇଦେବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ, ଏହି ପରିପ୍ରେକ୍ଷୀରେ ପରବର୍ତ୍ତୀ ପର୍ଯ୍ୟାୟରେ ସହରାଞ୍ଚଳର ପ୍ରାୟ ସମସ୍ତଙ୍କୁ BSKY Nabin card ରେ ସାମିଲ କରାଯିବ ବୋଲି ସେ କହିଥିଲେ। ଏହି ଯୋଜନାକୁ ରେକର୍ଡ ସମୟ ମଧ୍ୟରେ କାର୍ଯ୍ୟକାରୀ କରିଥିବାରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ସୂଚନା ପ୍ରଯୁକ୍ତି ବିଭାଗକୁ ସେ ଧନ୍ୟବାଦ ଜଣାଇଥିଲେ।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଗ୍ରାମାଞ୍ଚଳର BSKY Card ପାଇବାରୁ ବହୁ ବଞ୍ଚିତ ଲୋକ ସେମାନଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଅନୁରୋଧ କରିଥିଲେ। ପ୍ରତିଟି ଜୀବନ ମୂଲ୍ୟବାନ ଆଦର୍ଶରେ ଅନୁପ୍ରାଣିତ ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ଏହି ନବୀନ କାର୍ଡ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ବଲପୁର ବାମଡା ବ୍ଲକରେ ଜିଲ୍ଲା ପରିଷଦ ସଭାପତି କୁମୁଦିନୀ ନାୟକ, କୁଚିଣ୍ଡାରେ ବିଧାୟକ ଶ୍ରୀ କିଶୋର ଚନ୍ଦ୍ର ନାୟକ, ରେଢାଖୋଲରେ ବିଧାୟକ ଶ୍ରୀ ରୋହିତ ପୁଜାରୀ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକରେ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜିକା ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର, ବୋଲଗଡରେ ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ, ଖୋର୍ଦ୍ଧାରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ରୁପଶ୍ରୀରାଣୀ ଗୁମାନ ସିଂ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଜି ସବୁ କ୍ଷେତ୍ରରେ ଆମ ରାଜ୍ୟ ଆଗକୁ ବଢିଛି। ସମାଜର ସବୁଠାରୁ ତଳ ଧାଡିରେ ରହୁଥିବା ବ୍ୟକ୍ତିର କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧ୍ୟାନ ଦେଇଥାନ୍ତି। BSKY ଆଜି ରାଜ୍ୟବାସୀଙ୍କ ପାଇଁ ସଞ୍ଜିବନୀ ସଦୃଶ୍ୟ ହୋଇଛି। ସ୍ୱାସ୍ଥ୍ୟସେବା ଓ ରାଜ୍ୟର ବିକାଶ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଓଡିଶାବାସୀ ସବୁବେଳେ ମନେ ରଖିବେ ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ BSKY Societyର CEO ଧନ୍ୟବାଦ ଅର୍ପଣ କରିଥିଲେ।

BSKY-Naveen card BSKY-ନବୀନ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026
Latest News

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.