Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବଢିଲା ମିଶନ ଶକ୍ତି କମ୍ୟୁନିଟ ସର୍ପୋଟ ଷ୍ଟାଫଙ୍କ ପାରିଶ୍ରମିକ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ନିର୍ବାଚନ ଖବର

ବଢିଲା ମିଶନ ଶକ୍ତି କମ୍ୟୁନିଟ ସର୍ପୋଟ ଷ୍ଟାଫଙ୍କ ପାରିଶ୍ରମିକ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

March 9, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବଢିଲା ମିଶନ ଶକ୍ତି କମ୍ୟୁନିଟ ସର୍ପୋଟ ଷ୍ଟାଫଙ୍କ ପାରିଶ୍ରମିକ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ ।

ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନ କୁ ସମ୍ମାନ ଜଣାଇବା ସହ ସେମାନ ଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶି ରେ ବୃଦ୍ଧି ଘୋଷଣା କରିଛନ୍ତି।

ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା MBK, CRP-CM, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ ।

• MBK, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକା ମାନେ ମାସିକ 6750 ଟଙ୍କା ରୁ 10750 ଟଙ୍କା ପାଇବେ ।

• କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬,୨୫୦ ଟଙ୍କା ପାଇବେ ।

• CRP-CM ଏବେ ମାସକୁ ମୋଟ ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ ।
ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି ।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ community support staff ମାନେ ତାଙ୍କୁ ଭେଟି ସେମାନଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

Mission Shakti ନବୀନ ଘୋଷଣା ମିଶନ ଶକ୍ତି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.