Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲାପରିଷଦ ସଭ୍ୟଙ୍କ ବୃଦ୍ଧି ହେଲା ପାରିତୋଷିକ ଓ ବୈଠକ ଭତ୍ତା
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲାପରିଷଦ ସଭ୍ୟଙ୍କ ବୃଦ୍ଧି ହେଲା ପାରିତୋଷିକ ଓ ବୈଠକ ଭତ୍ତା

March 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି।

ସୂଚନାଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା DA+Sitting fee ମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା DA+SF ମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା DA+SFମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ସେହିଭଳି ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ। ଏବେ ୧୫,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିଲେ। ଏବେ ୭,୫୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ। ଏବେ ୭,୫୦୦ ଟଙ୍କା ପାଇବେ। ସେହିଭଳି ସରପଞ୍ଚମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ପାଇବେ। ନାଏବ ସରପଞ୍ଚମାନେ ପୂର୍ବରୁ ୯୪୦ ଟଙ୍କା ପାଉଥିବା ବେଳେ ଏବେ ୪,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଅଧ୍ୟକ୍ଷ, ଉପାଧ୍ୟକ୍ଷ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚ ନାଏବ ସରପଞ୍ଚ ଏବଂ ୱାର୍ଡମେମ୍ବରମାନଙ୍କର ଦୈନିକ ଭତ୍ତା DA+SF ୨୪୦ ଟଙ୍କାରୁ ୪୮୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ ଯେ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏଥିପାଇଁ ୧୬୨.୬୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ।

ଏହା ବ୍ୟତିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ। ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ (Irrecoverable Loss of both eyes, hands and feet) ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ। ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ (Irrecoverable Loss of one eye, one hand or one leg) ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ।

naveen pattanaik sarapancha vk pandian
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026
Latest News

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.