Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ କାହିଁକି ଭେଟିଲେ ସ୍ବାଧିନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାତୁଣୀ 
ଆଜିର ଖବର

5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ କାହିଁକି ଭେଟିଲେ ସ୍ବାଧିନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାତୁଣୀ 

March 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
pabitra
5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ କାହିଁକି ଭେଟିଲେ ସ୍ବାଧିନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାତୁଣୀ 

ଭୁବନେଶ୍ବର: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ପ୍ରଜା ମଣ୍ଡଳ ଆନ୍ଦୋଳନର ପୁରୋଧା ଓଡିଶା ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି ।

ତାଳଚେରରେ ପବିତ୍ର ମୋହନ ମେଡିକାଲ କଲେଜ, ବ୍ରାହ୍ମଣୀ ନଦୀ ଉପରେ ତାଙ୍କ ନାମରେ ସେତୁ ପ୍ରତିଷ୍ଠା ସହିତ ସ୍ମୃତି ସଂଗ୍ରହାଳୟ ଏବଂ ଭୁବନେଶ୍ବରରେ ତାଙ୍କର ଏକ ପୂର୍ଣ୍ଣାବୟବ ମୂର୍ତ୍ତି ସ୍ଥାପନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି ସବୁ କାର୍ଯ୍ୟ କରାଯାଇଛି।

ଏଥିପାଇଁ ପବିତ୍ର ମୋହନ ସ୍ମୃତି ପରିଷଦ ଗଭୀର ସନ୍ତୋଷ ପ୍ରକାଶ କରିଛି। ପରିଷଦ ପକ୍ଷରୁ ଆଜି ପବିତ୍ର ମୋହନଙ୍କ ନାତୁଣୀ ରଞ୍ଜିତା ରାଣୀ ପ୍ରଧାନ. ଓ ସମିତିର ଅନ୍ୟ ସଦସ୍ୟ ମାନେ ଆଜି ନବୀନ ନିବାସ ଠାରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ୍ ଜଣାଇ ଥିଲେ। ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ମଧ୍ୟ ଜଣାଇ ଥିଲେ।

ସେମାନେ କହିଥିଲେ ପବିତ୍ର ମୋହନଙ୍କ ସ୍ମୃତି ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ତାଙ୍କ ସ୍ମୃତିକୁ ଚିର ଦିନ ପାଇଁ ଉଜ୍ଜଳ କରି ରଖିବ।

5T ଅଧ୍ୟକ୍ଷ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ବରପୁତ୍ର ମାନଙ୍କ ପ୍ରତି ଗଭୀର ସମ୍ମାନ କରନ୍ତି। ସେମାନଙ୍କ ସ୍ମୃତି ରକ୍ଷା ପାଇଁ ରାଜ୍ୟ ସରକାର ସବୁବେଳେ ପଦକ୍ଷେପ ନେଇଛନ୍ତି। ପବିତ୍ର ମୋହନ ରାଜ୍ୟର ଯୁବ ସମାଜ ପାଇଁ ଆଦର୍ଶ। ତାଙ୍କ ସ୍ମୃତିର ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ସେ କହିଥିଲେ।

କାର୍ତ୍ତିକ ପାଣ୍ଡିଆନ ପବିତ୍ର ମୋହନ ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Latest News

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.