Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନ ସରକାରଙ୍କ ବିକାଶର ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ: ୫-ଟି ଅଧ୍ୟକ୍ଷ
ଆଜିର ଖବର

ନବୀନ ସରକାରଙ୍କ ବିକାଶର ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ: ୫-ଟି ଅଧ୍ୟକ୍ଷ

March 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ବିଜେଡିି ମିଡିଆ ସେଲ କିପରି ଅଧିକ କ୍ରିୟାଶୀଳ ହୋଇ ଦଳର ଭାବମୂର୍ତ୍ତୀ ଓ ଦଳୀୟ ପ୍ରାର୍ଥୀମାନଙ୍କର ବିଜୟ ସମ୍ଭାବନାକୁ ବଢାଇବା ପାଇଁ କାର୍ଯ୍ୟ କରିପାରିବ, ସେଥିପାଇଁ ଆଜି ଶଙ୍ଖଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟସଭା ସାଂସଦ ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଗଣମାଧ୍ୟମ) ମାନସ ମଙ୍ଗରାଜଙ୍କର ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମିଡିଆ ସେଲର ସଦସ୍ୟମାନେ ଟିଭି ଡିବେଟ୍ ଓ ଅନ୍ୟାନ୍ୟ ଗଣମାଧ୍ୟମରେ ରାଜ୍ୟ ସରକାରଙ୍କ ଉପଲବ୍ଧିକୁ ଜନସାଧାରଣଙ୍କ ସାମ୍ନାରେ ପ୍ରସ୍ତୁତ କରିବେ ବୋଲି ନିଷ୍ପତ୍ତି ହୋଇଥିଲା।

ଏହି ବୈଠକ ପରେ ସାଂସଦ ମାନସ ମଙ୍ଗରାଜଙ୍କ ନେତୃତ୍ୱରେ ବିଜେଡି ମିଡିଆ ସେଲର ସମସ୍ତ ସଦସ୍ୟ ନବୀନ ନିବାସ ଯାଇଥିଲେ। ସେଠାରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଅଧୀନରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ନିର୍ବାଚନରେ ମିଡିଆ ସେଲର ସଦସ୍ୟମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଶ୍ରୀ ପାଣ୍ଡିଆନ କହିବା ସଙ୍ଗେ ସଙ୍ଗେ ସେମାନଙ୍କୁ ଉପାଦେୟ ପରାମର୍ଶ ଦେଇଥିଲେ। ନବୀନ ସରକାରଙ୍କ ଦ୍ୱାରା ନିରନ୍ତର ଭାବେ ବିଗତ ୨୪ ବର୍ଷରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ହୋଇଥିବା ବେଳେ ଗତ ୫ ବର୍ଷରେ ରାଜ୍ୟର ବିକାଶ ଧାରା ଶିଖର ଛୁଇଁଛି, ଯାହାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ଆପଣମାନଙ୍କର ଦାୟିତ୍ୱ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଏହି ବୈଠକରେ ମିଡିଆ ସେଲର ସଦସ୍ୟ ଯଥା, ସଂଯୋଜକ ପ୍ରିୟବ୍ରତ ମାଝୀ, ସର୍ମିଷ୍ଠା ସେଠୀ, ଡ.ସସ୍ମିତ ପାତ୍ର, ସୁଲତା ଦେଓ, ସଂତୃପ୍ତ ମିଶ୍ର, ଲେନିନ ମହାନ୍ତି, ତୁମ୍ବନାଥ ପଣ୍ଡା, ଗୌତମବୁଦ୍ଧ ଦାସ, ମିହିର ରାୟ, ଓମପ୍ରକାଶ ସାହୁ, ଅମିତ ମଲ୍ଲିକ, ସ୍ୱୟମପ୍ରକାଶ ମହାପାତ୍ର, ଡ. ହରିଶ ଚୌଧୁରୀ, ଇପ୍ସିତା ସାହୁ, ମହିକ୍ଷିତା ମିଶ୍ର, ମଧୁସ୍ମିତା ନାୟକ, ଲୋରା ମହାପାତ୍ର, ଅପୂର୍ବା ଅପରୂପା ଓ ସୋଫିଆ ଆଲାମ ଇତ୍ୟାଦି ଯୋଗ ଦେଇଥିଲେ।

BJD election 2024 naveen pattanaik odisha assembly vk pandian
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026

ଆଜି ୧୯ ତାରିଖରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

February 19, 2026
Latest News

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026

ଆଜି ୧୯ ତାରିଖରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

February 19, 2026

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.