Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏକ ଦେଶ-ଏକ ନିର୍ବାଚନ ବ୍ୟବସ୍ଥାକୁ ବିଜେଡ଼ିର ସମର୍ଥନ, ଭବିଷ୍ୟତ ଲାଗି ଏକ ମାରାତ୍ମକ ଭୁଲ
ବିଶେଷ ଖବର

ଏକ ଦେଶ-ଏକ ନିର୍ବାଚନ ବ୍ୟବସ୍ଥାକୁ ବିଜେଡ଼ିର ସମର୍ଥନ, ଭବିଷ୍ୟତ ଲାଗି ଏକ ମାରାତ୍ମକ ଭୁଲ

June 21, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର

ବିଜୁ ଜନତା ଦଳ ଓ ଭାରତୀୟ ଜନତା ପାର୍ଟି ର ସମ୍ପର୍କ ଟେଲିଭିଜନ ପରଦାରେ ଯେତେ ତିକ୍ତ ଜଣାପଡୁଥାଏ, ବାସ୍ତବ କ୍ଷେତ୍ରରେ ଏ ଦୁଇ ଦଳର ସମ୍ପର୍କ ମାତ୍ରାଧିକ ମଧୁର। ୨୦୧୪ ରୁ ଆଜି ପର୍ଯ୍ୟନ୍ତ ସଂସଦ ଭିତରେ ବିଜେଡି ବିଜେପିକୁ ନିଜର ଆନ୍ତରିକ ସମର୍ଥନ ଦେଇ ଆସିଛି। ବିଜେପି ସରକାରର ଦୁଇଟି ପ୍ରମୁଖ ଜନବିରୋଧୀ ନୀତି- ବିମୁଦ୍ରାକରଣ ଓ ପରିବର୍ତ୍ତିତ ଭୂମି ଅଧିଗ୍ରହଣ ବିଲ ସପକ୍ଷରେ ବିଜେଡି ଠିଆ ହୋଇଛି। ତେବେ ୨୦୧୯ ନିର୍ବାଚନ ବିଜେଡି ମୁଖ୍ୟତଃ ବିଜେପି ବିରୋଧରେ ହିଁ ଜିତିଛି। ୨୦୧୭ ପଞ୍ଚାଯତ ନିର୍ବାଚନ ପରଠାରୁ ବିଜେପି ଓ ବିଜେଡି ଭିତରେ ସମ୍ପର୍କ ଅତି ତିକ୍ତ ଅବସ୍ଥାକୁ ଚାଲି ଆସିଥିଲା। ୨୦୧୯ ସାଧାରଣ ନିର୍ବାଚନ ବେଳକୁ ବିଜେଡି ର ଏକନମ୍ବର ଶତ୍ରୁ ଭାବରେ ବିଜେପି ଉଭା ହେଲା। ନିର୍ବାଚନ ସମୟରେ ବିଜେପି ସଭାପତି ଅମିତ ଶାହ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କ ବିରୋଧରେ ଅତ୍ୟନ୍ତ ଆକ୍ରାମକ ଭାଷାର ବ୍ୟବହାର କରିଥିଲେ। ମୁଖ୍ୟମନ୍ତ୍ରୀ ନିଜେ ମଧ୍ୟ ବିଜେପି ବିରୋଧରେ ନିଜର ସ୍ପଷ୍ଟ ମତ ରଖିଥିଲେ। ତେବେ ନିର୍ବାଚନ ପରେ ପରେ, ନବୀନ ବାବୁଙ୍କ ପ୍ରତି ବିଜେପିର ପ୍ରେମ ଉଛୁଳିବା ଆରମ୍ଭ କରିଥିଲା ଓ ଏହାର ପ୍ରତି ଜବାବରେ ନବୀନ ବାବୁ ବିଜେପି ପ୍ରତି ନିଜର ଅକୁଣ୍ଠ ସମର୍ଥନ ଜାହିର କରୁଛନ୍ତି।

ବିଜେଡି ବିଜେପି ପ୍ରତି ନିଜର ସମର୍ଥନ ଦେବାବେଳେ ଏକଥା ଭଲ ଭାବରେ ଜାଣେ ଯେ, ଆଗାମୀ ଦିନରେ ବିଜେପି ଓଡିଶାରେ ନରମ ଆଭିମୁଖ୍ୟ ଗ୍ରହଣ କରିବ ନାହିଁ। କେବଳ ସାମୟିକ ଭାବରେ ଏ ପ୍ରେମ ଦିଆନିଆ ଚାଲିବ ଓ ଆବଶ୍ୟକତା ଅନୁଯାୟୀ ଉଭୟ ଦଳ ପରଷ୍ପରକୁ ସହଯୋଗ କରିବେ। ତେବେ ବିଜେପିର ଦୀର୍ଘସ୍ଥାୟୀ ଯୋଜନା ହେବ, ବିଜେଡ଼ିର ବିନାଶ। ଓଡିଶାରେ କ୍ଷମତା ଦଖଲ କରିବାକୁ ହେଲେ ବିଜେଡ଼ିକୁ  ଦୁର୍ବଳ କରିବା ବିଜେପିର ପ୍ରାଥମିକ ଲକ୍ଷ୍ୟ। ବିଜେପି ସେ ଲକ୍ଷ୍ୟରୁ ଅଲଗା ହେବନାହିଁ। ସେହି ପୃଷ୍ଟଭୂମିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ଏକ ଦେଶ- ଏକ ନିର୍ବାଚନ” ପ୍ରତି ବିଜେଡ଼ିର ସମର୍ଥନ କୁ ଆଲୋଚନା କରିବାକୁ ପଡିବ।

ଏକ ଦେଶ- ଏକ ନିର୍ବାଚନ ଆମ ସମ୍ବିଧାନର ମୌଳିକ ଢାଞ୍ଚା ବିରୋଧୀ ଓ ଏହାକୁ ସମର୍ଥନ କଲାବେଳେ ବିଜେଡି ନିଜର ସଙ୍ଘୀୟ ଦାୟିତ୍ଵ ପ୍ରତି ସଚେତନ ଥିବା ପରି ଲାଗୁନାହିଁ। ଯେହେତୁ ଓଡିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକା ସାଙ୍ଗରେ ହେଉଛି, ସେଥିଲାଗି ଏ ବ୍ୟବସ୍ଥା ପ୍ରତି ଆମର ସ୍ଵାଭାବିକ ସମର୍ଥନ ରହିଛି ବୋଲି ବିଜେଡି କହୁଛି। ହେଲେ ସଙ୍ଘୀୟ ବ୍ୟବସ୍ଥାରେ ବିଧାନସଭା ଭାଙ୍ଗିବାର ଅଧିକାର କେବଳ ବିଧାନସଭାର ରହିଛି। ପାଞ୍ଚ ବର୍ଷ ପୂରିବା ଆଗରୁ କୌଣସି ବିଧାନସଭାକୁ ଭାଙ୍ଗିବା ଲାଗି ସମ୍ବିଧାନ ସଂଶୋଧନ ପ୍ରସ୍ତାବ ସମ୍ବିଧାନର ମୌଳିକ ଢାଞ୍ଚା ବିରୋଧୀ ଓ ମାନ୍ୟବର ସୁପ୍ରିମ କୋର୍ଟଙ୍କ ପ୍ରସିଦ୍ଧ କେଶବାନନ୍ଦ ଭାରତୀ ବନାମ ଭାରତ ସରକାର ରାୟ ଅନୁସାରେ ଏହା ଗ୍ରହଣୀୟ ନୁହେଁ। ପାଞ୍ଚ ବର୍ଷ ପୂର୍ବରୁ ଯଦି ସରକାର ଭାଙ୍ଗିଯାଏ ତାହେଲେ, ବାକି ଥିବା ସମୟ ଲାଗି ନିର୍ବାଚନ ମଧ୍ୟ ଏକ ପିଲାଳିଆ ବ୍ୟବସ୍ଥା।

ବିଜେଡି ମୁଖ୍ୟତଃ ଏକ ଆଞ୍ଚଳିକ ଦଳ ଓ ସଙ୍ଘୀୟ ବ୍ୟବସ୍ଥାର ସୁରକ୍ଷା ଲାଗି ଏହାର ଗୁରୁ ଦାୟିତ୍ଵ ରହିଛି। ସେହି ଦାୟିତ୍ଵ ପ୍ରତି ଆଖି ବୁଜି ଦେଇ ଏକ ସମ୍ବିଧାନ ଓ ଗଣତନ୍ତ୍ର ବିରୋଧୀ ବ୍ୟବସ୍ଥାକୁ ବିଜେଡ଼ିର ସମର୍ଥନ, ଏହି ଦଳର ମୌଳିକ ଆଦର୍ଶ ବିରୋଧରେ ଯାଉଛି। ନିର୍ବାଚନ ସମୟରେ ଅର୍ଥନୈତିକ ସ୍ଵାୟତ୍ତତାର ପ୍ରସଙ୍ଗ ଉଠାଉଥିବା ମୁଖ୍ୟମନ୍ତ୍ରୀ ଏବେ ବିଜେପିର କେନ୍ଦ୍ରୀୟ ବର୍ଚ୍ଚସ୍ଵବାଦକୁ ସମର୍ଥନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏକା ସାଙ୍ଗରେ ବିଧାନସଭା ଓ ଲୋକସଭା ନିର୍ବାଚନ କରାଇବାକୁ ହେଲେ ଏକ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମର  ଆବଶ୍ୟକତା ରହିଛି। ସବୁ ରାଜନୈତିକ ଦଳ ଓ ସବୁ ବିଧାନସଭାର ସହମତି ଏଥିଲାଗି ଆବଶ୍ୟକ। ପ୍ରଧାନମନ୍ତ୍ରୀଙ୍କ ଏହି ପ୍ରସ୍ତାବକୁ ପ୍ରମୁଖ ଜାତୀୟ ଦଳ ଗୁଡିକ ବିରୋଧ କରୁଥିବାବେଳେ କେବଳ ବିଜେଡି ଉପରେ ପଡି ଏହି ବ୍ୟବସ୍ଥାକୁ ସମର୍ଥନ କରୁଛି।

ଆଞ୍ଚଳିକ ଅସ୍ମିତା ଓ ଆଞ୍ଚଳିକ ଦଳମାନଙ୍କ ବିରୋଧରେ ଏକ ଦେଶ-ଏକ ନିର୍ବାଚନ ବ୍ୟବସ୍ଥା ଯେ ଏକ ସୁଚିନ୍ତିତ ଷଡଯନ୍ତ୍ର, ଏକଥା ବିଜେଡି ବୁଝୁନାହିଁ ନା ବୁଝି ମଧ୍ୟ ଅବୁଝା ହେବାର ନାଟକ କରୁଛି, ତାହା ସମୟକ୍ରମେ ସ୍ପଷ୍ଟ ହେବ। ଏହି ପ୍ରସଙ୍ଗରେ ବିଜେଡି ଯଦି ବିଜେପିର ଗୋଡାଣିଆଁ ହେବାର ପ୍ରବୃତ୍ତି ନ ଛାଡେ, ତାହେଲେ ଭବିଷ୍ୟତରେ ଏହା ବିଜେଡି ଭିତରେ ଅସ୍ତିତ୍ଵ ସଙ୍କଟ ସୃଷ୍ଟି କରିବ। ବିରୋଧ କରି ବିଜେଡ଼ିକୁ ଧ୍ଵଂସ କରିବାରେ ବିଜେପି ସମର୍ଥ ହୋଇନାହିଁ, ହେଲେ ସମର୍ଥନ ଦେବା ଆଳରେ ହେଉ ବା ସହଯୋଗୀ ସଙ୍ଘୀୟ ବ୍ୟବସ୍ଥା ନାଁରେ ବିଜେଡ଼ିକୁ ଖତମ କରିବାର ରଣନୀତି ବିଜେପିର ପ୍ରଚ୍ଛନ୍ନ ଭାବରେ ରହିଛି।

BJD BJP kedarmishra Modi naveen କେଦାରମିଶ୍ର ନବୀନ ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026
Latest News

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.