Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବିଜେଡ଼ିରେ ଯୋଗଦେଲେ ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳ
ନିର୍ବାଚନ ଖବର

ବିଜେଡ଼ିରେ ଯୋଗଦେଲେ ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳ

April 4, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗଦେଲେ ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ପଟ୍ଟାଙ୍ଗୀ ନିର୍ବାଚନମଣ୍ଡଳୀର ୨୦୧୯ ସାଧାରଣ ନିର୍ବାଚନର ବିଜେପି ବିଧାୟକ ପ୍ରାର୍ଥୀ ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳଙ୍କ ସମେତ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଈଶ୍ୱର ପାଣିଗ୍ରାହୀ, ପୂର୍ବତନ ବିଧାୟକ ତଥା ୨୦୨୪ ସାଧାରଣ ନିର୍ବାଚନର ପଟ୍ଟାଙ୍ଗୀ ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ ପାଙ୍ଗୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।

ଦଳରେ ସାମିଲ୍ ହୋଇଥିବା ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର, ଶ୍ରୀ ପାଣିଗ୍ରାହୀ ଓ ଶ୍ରୀ ପାଙ୍ଗୀ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ପଟ୍ଟାଙ୍ଗୀ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, ଶ୍ରୀ ପାଣିଗ୍ରାହୀ ଓ ଶ୍ରୀ ପାଙ୍ଗୀ କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ ।

ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ଆମକୁ ଓ ଆମ ସହ ଯୋଗ ଦେଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ କଂଗ୍ରେସର ଶ୍ୟାମ ହନ୍ତାଳ, ହରିରାମ ଖୋରା, ସୋମୁ ଶିଶା, ପିଟୁ ଖୋରା, ଧୋନୁ ଘୁଣ୍ଠା, ବୀରେନ୍ଦ୍ର ଘୁଣ୍ଠା, ବିଜୟ ହନ୍ତାଳ, ନୋନା ମୋଣ୍ଡ, ମନୋଜ ଦୁରିଆ, ବିଜେପି ନେତା ଦାମୋଦର ସେଠୀ, ନାଗେଶ୍ୱର ପୂଜାରୀ, ନକୁଳ ନାୟକ, ଉପେନ୍ଦ୍ର ହନ୍ତାଳ, ଶ୍ୟାମସୁନ୍ଦର ଘୁଣ୍ଠା, ଉଗ୍ରେସେନ ପେଟିଆ, ମୁକୁନ୍ଦ ଘୁଙ୍ଗୋ, ପର୍ଶୁରାମ ପାଙ୍ଗୀ, ଜଗତରାୟ ଖିଲୋ, ରାମ ଦାସ ଖମୁନ୍ଦୁ, ଦାଶରଥୀ ଖିଲୋ, ପର୍ଶୁରାମ ପାଙ୍ଗୀ, ରାଜେନ୍ଦ୍ର ପ୍ରଧାନ, ଗୁନା ପାଙ୍ଗୀଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ପଟ୍ଟାଙ୍ଗୀ ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ବାଲା ରାୟ ଉପସ୍ଥିତ ଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

ବିଜେଡି ମିଶ୍ରଣ
Share. Facebook Twitter LinkedIn Email WhatsApp Copy Link

Related Posts

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.