Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିରେ ଯୋଗଦେଲେ ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ର
ଆଜିର ଖବର

ବିଜେଡ଼ିରେ ଯୋଗଦେଲେ ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ର

April 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗଦେଲେ ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ର

ଭୁବନେଶ୍ୱର: କଟକ ଜିଲ୍ଲା ଅନ୍ତର୍ଗତ ଚୌଦ୍ୱାର-କଟକ ନିର୍ବାଚନମଣ୍ଡଳୀର ଲୋକପ୍ରିୟ ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ର ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ଡାକ୍ତର ପ୍ରଫେସର ଦେବାନନ୍ଦଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ।

ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିଷ୍ଟ ଓ ହେପାଟୋଲୋଜିଷ୍ଟର ବିଶେଷଜ୍ଞ ଭାବେ ଡାକ୍ତର ମହାପାତ୍ର ଦୀର୍ଘ ୨୯ ବର୍ଷ କାଳ ପ୍ରଫେସର ଭାବେ କାର୍ଯ୍ୟ କରି ବହୁ ଲୋକପ୍ରିୟତା ହାସଲ କରିଛନ୍ତି । ତାଛଡା ସେ ବିଭିନ୍ନ ଡାକ୍ତର ସଂଘ ଓ ସାମାଜିକ ଅନୁଷ୍ଠାନ ସହ ଜଡିତ ଥିଲେ । ଆଜି ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ରଙ୍କ ଯୋଗଦାନ ଫଳରେ ବିଶେଷକରି ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଲୋକପ୍ରିୟ ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ର ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

ବିଜେଡି ମିଶ୍ରଣ
Share. Facebook Twitter LinkedIn Email WhatsApp Copy Link

Related Posts

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Latest News

ବିଶ୍ୱର ନମ୍ବର-୧ ନେତା ହେଲେ ପ୍ରଧାନମନ୍ତ୍ରୀ ମୋଦି!: ବହୁତ ଦୂରରେ ଟ୍ରମ୍ଫ-ପୁଟିନ

February 26, 2026

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.