Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ନେତାଙ୍କୁ ଜନତା ଦରକାର, ଜନତାଙ୍କୁ ନେତା ନୁହେଁ : ପ୍ରଣବ ପ୍ରକାଶ ଦାସ
ନିର୍ବାଚନ ଖବର

ନେତାଙ୍କୁ ଜନତା ଦରକାର, ଜନତାଙ୍କୁ ନେତା ନୁହେଁ : ପ୍ରଣବ ପ୍ରକାଶ ଦାସ

April 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର: ସମ୍ବଲପୁର ଲୋକସଭା କ୍ଷେତ୍ର ଅର୍ନ୍ତଗତ କୁଚିଣ୍ଡା ବିଧାନସଭା ମଣ୍ଡଳୀ ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ସ୍ଥାନୀୟ ସିନେମା ହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସମ୍ୱଲପୁର ଲୋକସଭା ପ୍ରାର୍ଥୀ ତଥା ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଯୋଗଦେଇ କର୍ମକର୍ତ୍ତା ମାନଙ୍କ ଉତ୍ସାହ ବୃଦ୍ଧି କରିଥିଲେ।

ପ୍ରଣବ ପ୍ରକାଶ ଦାସଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା କରିଥିବାରୁ କୁଚିଣ୍ଡାବାସୀଙ୍କୁ କୃତଜ୍ଞତା ଜଣାଇଥିଲେ। ବିଜୁ ଜନତା ଦଳ ଲୋକଙ୍କ ଦଳ। ନେତାଙ୍କୁ ଜନତା ଦରକାର, ଜନତା ଙ୍କୁ ନେତା ନୁହେଁ। ତେଣୁକରି ଆମେ ସମସ୍ତେ ସମାନ ବୋଲି କହି ପ୍ରଣବ ପ୍ରକାଶ କର୍ମୀ ମାନଙ୍କୁ ଉତ୍ସାହିତ କରିଥିଲେ। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ କୁଚିଣ୍ଡା ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ ରାଜେନ୍ଦ୍ର ଛତ୍ରିଆଙ୍କୁ ପ୍ରାର୍ଥୀ କରିଛନ୍ତି।

ଏଣୁ ସମସ୍ତ ମତଭେଦ ଦୂର କରି ସମସ୍ତେ ଏକ ହୋଇ ଦଳ ପାଇଁ କାମ କରିବା ସହିତ ଶଙ୍ଖ ଚିହ୍ନରେ ବିପୁଳ ମାତ୍ରାରେ ଭୋଟଦେଇ ବିଜୟୀ କରାଇବା ବୋଲି କହିଥିଲେ। ସମ୍ୱଲପୁର ଜିଲ୍ଲାରେ ଯେପରି ଶଙ୍ଖ ଚିହ୍ନରେ ଅଧିକରୁ ଅଧିକ ଭୋଟ ହୋଇପାରିବ ସେଥିପାଇଁ ସମସ୍ତଙ୍କୁ କାମ କରିବାକୁ ପଡିବ ବୋଲି ଆହ୍ୱାନ କରିଥିଲେ।

ସଭା କାର୍ଯ୍ୟକ୍ରମରେ ବିଜେଡି ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ଛତ୍ରିଆ, ଜିଲ୍ଲା ପରିଷଦ ଅଧ୍ୟକ୍ଷା କୁମୁଦିନୀ ନାୟକ, ଏନଏସି ଅଧ୍ୟକ୍ଷ ପ୍ରଦ୍ୟୁତ କୁମାର ମହାନ୍ତି, ସଞ୍ଜିତ ମହାନ୍ତି, ପୂର୍ବତନ ନଗର ସଭାପତି ଗଣେଶ ରାମ ଅଗ୍ରୱାଲ, ଭୀମରାଜ ପ୍ରସାଦ, ଗଗନ ଶର୍ମା, ସଞ୍ଜୟ ବେହେରା, ଲକ୍ଷ୍ମଣ ସା, ଗଣେଶ ଅଗ୍ରୱାଲ, ମିଳନ ଖୁଣ୍ଟିଆ, ତନୟା ଧୁରୁଆ, ଜିଲ୍ଲା ପରିଷଦ ସଭ୍ୟ ଜମନକିରା ସୁଜତା ଖୁଣ୍ଟିଆ, ଅଜିତ ମହାପାତ୍ର, ଭୁବନେଶ୍ୱର କିଷାନ, ମୁନୁ ମିଶ୍ର, ଅଶୋକ ପରିଡାଙ୍କ ସହିତ ବାମରା, କୁଚିଣ୍ଡା ଓ ଜମନକିରା ଅଞ୍ଚଳର ନେତୃବୃନ୍ଦ ଓ ଶତାଧିକ କର୍ମୀ ଉପସ୍ଥିତ ରହି କାର‌୍ୟ୍ୟକ୍ରମକୁ ସଫଳ କରିଥିଲେ।

sambalpur ପ୍ରଣବ ପ୍ରକାଶ ଦାସ ବିଧାୟକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.