Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବିଜେପି ସଭାପତିଙ୍କ ପାଖରେ ନେତ୍ରୀ ସୁରକ୍ଷିତ ନୁହଁନ୍ତି, ସାଘାଂତିକ ଅଭିଯୋଗ କଲେ ଲେଖାଶ୍ରୀ
ନିର୍ବାଚନ ଖବର

ବିଜେପି ସଭାପତିଙ୍କ ପାଖରେ ନେତ୍ରୀ ସୁରକ୍ଷିତ ନୁହଁନ୍ତି, ସାଘାଂତିକ ଅଭିଯୋଗ କଲେ ଲେଖାଶ୍ରୀ

April 25, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ବିଜେପି ସଭାପତିଙ୍କ ପାଖରେ ନେତ୍ରୀ ସୁରକ୍ଷିତ ନୁହଁନ୍ତି, ସାଘାଂତିକ ଅଭିଯୋଗ କଲେ ଲେଖାଶ୍ରୀ

ଭୁବନେଶ୍ୱର: ଓଡିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୈାଣସି ତଥ୍ୟ ଆଧାରରେ ମିଛ, ଭିତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି, ଯାହା ସେମାନଙ୍କର ଅଭ୍ୟାସ। ୨୦୧୯ ମସିହାରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍ ଓଡିଶା ବିଜେପି ପକ୍ଷରୁ ଅଣାଯାଇଥିଲା, ଯେତେବେଳେ ସେମାନେ ବୁଝିଯାଇଥିଲେ ଯେ, ଅତି ଦୟନୀୟ ଭାବେ ସେମାନେ ହାରିବାକୁ ଯାଉଛନ୍ତି ବୋଲି କହିଛନ୍ତି ବିଜେଡି ନେତ୍ରୀ ଡକ୍ଟର ଲେଖାଶ୍ରୀ ସାମନ୍ତସିଂହାର।

ଡକ୍ଟର ସାମନ୍ତସିଂହାର ଆଜି ଏଠାରେ ଗଣମାଧ୍ୟମକୁ କହିଛନ୍ତି ଯେ ୨୦୨୪ରେ ମଧ୍ୟ ସେମାନେ ଅତି ଶୋଚନୀୟ ଭାବେ ହାରିବାକୁ ଯାଉଥିବା ଜାଣିସାରିଲେଣି। ଆଉ ସେଥିପାଇଁ ସେମାନେ ବିନା କୈାଣସି ତଥ୍ୟ ପ୍ରମାଣ ଆଧାରରେ ଏଭଳି ମିଛ, ଭିତିହୀନ ଏବଂ ନିରାଧାର ଅଭିଯୋଗ ମାନ ଆଣିଛନ୍ତି। କିଛି ଉଦାହରଣ ଉପରେ ନଜର ପକାନ୍ତୁ, କିଭଳି ଚାର୍ଜଶିଟ୍ ନାଁରେ ଭିତିହୀନ ଏବଂ କପୋଳକଳ୍ପିତ କଥା ଉଲ୍ଲେଖ କରାଯାଇଛି।

କେନ୍ଦ୍ରୀୟ ସଂସ୍ଥାର ରିପୋର୍ଟ ଅନୁସାରେ, ଦେଶରେ ଓଡିଶା ଏକମାତ୍ର ରାଜ୍ୟ, ଯେଉଁଠି ଚାଷୀଙ୍କ ଆୟ ଦୁଇଗୁଣା ହୋଇଛି । ହେଲେ ଓଡିଶାକୁ କୃଷି କ୍ଷେତ୍ରରେ ସମାଲୋଚନା କରାଯାଉଛି। କେନ୍ଦ୍ରୀୟ ସଂସ୍ଥାର ରିପୋର୍ଟ ଅନୁସାରେ, ଦେଶରେ ସବୁଠାରୁ କମ୍ ବେକାରୀ ହାର ଓଡିଶାରେ। ହେଲେ ମିଛ ତଥ୍ୟ ଉପସ୍ଥାପନ କରାଯାଇ, ଓଡିଶାର ଛବିକୁ ମଳିନ କରିବାକୁ ଚେଷ୍ଟା କରାଯାଉଛି।

ମହିଳା ସୁରକ୍ଷା ନେଇ ସେମାନେ ଓଡିଶାକୁ ସମାଲୋଚନା କରୁଛନ୍ତି ଯେତେବେଳେ ବିଜେପି ଶାସିତ ରାଜ୍ୟ ଗୁଡିକରେ ମହିଳାଙ୍କ ବିରୋଧରେ ଅପରାଧ ସଂଖ୍ୟା ଓଡିଶା ତୁଳନାରେ ଢେର୍ ଅଧିକ । ନିଜ ସଂକୀର୍ଣ୍ଣ ରାଜନୈତିକ ସ୍ୱାର୍ଥ ପାଇଁ ରାଜ୍ୟର ଛବିକୁ ମଳିନ କରିବା ଓଡିଶା ବିଜେପିର ପୁରୁଣା ଅଭ୍ୟାସ । ବର୍ତମାନର ଓଡିଶା ବିଜେପି ସଭାପତି ଶ୍ରୀ ମନମୋହନ ସାମଲଙ୍କର ନୂଆଦିଲ୍ଲୀ ସ୍ଥିତ ଓଡିଶା ନିବାସର କେଳେଙ୍କାରୀ ବାବଦରେ ସମସ୍ତେ ଜାଣିଛନ୍ତି, ଯେଉଁଥିପାଇଁ ୨୦୦୮ରେ ତାଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରାଯାଇଥିଲା। ଏଭଳି ଜଣେ ବ୍ୟକ୍ତି ଯଦି ଓଡିଶା ବିଜେପିର ସଭାପତି ଭାବେ ଦାୟିତ୍ୱ ତୁଲାଇବେ, ତେବେ ଦଳ ଭିତରେ ମହିଳା କେତେ ସୁରକ୍ଷିତ, ଏଥିରୁ ବୁଝିଯାଆନ୍ତୁ।

ସମସ୍ତେ ଜାଣିଛନ୍ତି ଓଡ଼ିଶାର ହାଇସ୍କୁଲ ଗୁଡ଼ିକର ଶ୍ରେଣୀ ଗୃହ, ଓଡିଶାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ଶ୍ରେଣୀ ଗୃହଠାରୁ ଯଥେଷ୍ଟ ଉନ୍ନତ ମାନର । ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଅଛନ୍ତି, କିନ୍ତୁ ନିଜ ଗାଁରେ ଗୋଟିଏ ବି ସ୍ମାର୍ଟ କ୍ଲାସରୁମ୍ କରିବାରେ ବିଫଳ ହୋଇଛନ୍ତି। ଅନ୍ୟପଟେ ଓଡ଼ିଶା ସରକାର ରାଜ୍ୟରେ ୭୦୦୦ ସ୍କୁଲର ରୂପାନ୍ତରଣ କରିଛନ୍ତି।କେନ୍ଦ୍ର ସରକାର ସ୍ୱୀକାର କରିଛନ୍ତି ଯେ, ଗତ ଦୁଇ ବର୍ଷ ଧରି ବିତ୍ତୀୟ ପରିଚାଳନାରେ ଓଡିଶା ଶ୍ରେଷ୍ଠ ରାଜ୍ୟ ତଥାପି, ଏଭଳି ମିଛ ଦସ୍ତାବିଜ ଉପସ୍ଥାପନ କରାଯାଇ, ରାଜ୍ୟର ଛବିରେ ଆଞ୍ଚ ଅଣାଯାଉଛି ।

ବିଦ୍ୟୁତୀକରଣ ସମ୍ପର୍କରେ ମଧ୍ୟ ମିଛ କୁହାଯାଇଛି। ଗୋଟିଏ ରାଜ୍ୟରୁ ଆଉ ଏକ ରାଜ୍ୟକୁ ବିଦ୍ୟୁତ୍ ଯୋଗାଣ କରାଯାଇପାରିବ ନାହିଁ। ଏହା କେବଳ କେନ୍ଦ୍ରର ନିଷ୍ପତି ଦ୍ୱାରା ସମ୍ଭବ। ଏ କ୍ଷେତ୍ରରେ ମଧ୍ୟ ଓଡ଼ିଶାକୁ ମିଛରେ ରାଜ୍ୟ ବିଜେପି ଟାର୍ଗେଟ୍ କରୁଛି।

ସମସ୍ତେ ଜାଣନ୍ତି ନିଜ ସଂକୀର୍ଣ୍ଣ ରାଜନୈତିକ ସ୍ୱାର୍ଥ ହାସଲ ପାଇଁ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ମିଛ ଅଭିଯୋଗ କରିବାରେ ଓ ସମ୍ବେଦନଶୀଳ ପ୍ରସଙ୍ଗକୁ ରାଜନୀତିକରଣ କରିବାରେ ମାହିର। ସେ ଶିଶୁଙ୍କ ଅପରାଧ ହେଉ ଅବା ମହିଳାଙ୍କ କ୍ଷେତ୍ରରେ ଘଟୁଥିବା ଅପରାଧ। ଏଭଳି ନେତାଙ୍କୁ ପ୍ରଶ୍ରୟ ଦେଉଥିବା ଦଳ ଅନ୍ୟକୁ ଉପଦେଶ ଦେବାର କୌଣସି ନୈତିକତା ନାହିଁ। ଏଭଳି ଭିତିହୀନ ଏବଂ ମିଛ କହିବାକୁ ଅନେକ ବିରୋଧ କରିଥିବା କଥା ମୁଁ ଦଳରେ ଥିବା ସମୟରୁ ଜାଣିଥିଲି। ହେଲେ ସେତେବେଳେ ସେମାନେ ଚାପ ସୃଷ୍ଟି କରିବା ସହ କହୁଥିଲେ, ଆମେ ନିର୍ବାଚନ ହାରିବାକୁ ଯାଉଛୁ, ତେଣୁ ଏଭଳି କରିବାକୁ ହିଁ ପଡିବ।

ପୁଣି ଥରେ ଏହାକୁ ଦୋହରାଇବା କିଛି ଆଶ୍ଚର୍ଯ୍ୟର କଥା ନୁହେଁ କାରଣ ଓଡିଶା ବିଜେପି ଭଲ ଭାବେ ଜାଣିଛି, ୨୦୨୪ ନିର୍ବାଚନ ସେମାନେ ହାରିବାକୁ ଯାଉଛନ୍ତି। ଏଭଳି ମିଛ ଏବଂ ଭିତିହୀନ ଅଭିଯୋଗ ଆଣିବାର ଅଭ୍ୟାସ ପାଇଁ ହିଁ ଓଡିଶା ବିଜେପି ଓଡିଶାରେ ଆଗକୁ ବଢିପାରୁନାହିଁ ବୋଲି ଡକ୍ଟର ସାସନ୍ତସିଂହାର କହିଛନ୍ତି।

Election2024 odishaelection2024 ବାଲେଶ୍ବର ଲୋକସଭା ଲେଖାଶ୍ରୀ ସାମନ୍ତସିଂହାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜସୁନାଖଳା ମହୋତ୍ସବ “କାଉଁରୀ–୨୦୨୫” ର ଉଦଯାପନୀ ସନ୍ଧ୍ୟା

December 12, 2025

ଇକୋ ରିଟ୍ରିଟ: ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

December 12, 2025

ରାମଚଣ୍ଡୀରେ ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

December 12, 2025

ଯାତ୍ରୀ ସୁରକ୍ଷା ପାଇଁ ପୂର୍ବତଟ ରେଳପଥର ସୌରଚାଳିତ ସିସିଟିଭି ଓ ଡ୍ରୋନ୍ ନିରୀକ୍ଷଣ ବ୍ୟବସ୍ଥା

December 12, 2025
Latest News

ରାଜସୁନାଖଳା ମହୋତ୍ସବ “କାଉଁରୀ–୨୦୨୫” ର ଉଦଯାପନୀ ସନ୍ଧ୍ୟା

December 12, 2025

ଇକୋ ରିଟ୍ରିଟ: ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

December 12, 2025

ରାଜ୍ୟ ପାଇଁ ଗୌରବ: ଦ. ଆଫ୍ରିକାରେ ରୌପ୍ୟ ପଦକ ଜିତିଲେ ନାକଟିଦେଉଳର ଅମୀୟ

December 12, 2025

୨୦୨୬ ଋତୁ ପାଇଁ କୋପ୍ରାର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

December 12, 2025

ଭାରତର ଜନଗଣନା 2027 ପରିଚାଳନା ଯୋଜନାକୁ କ୍ୟାବିନେଟ ମଞ୍ଜୁରି

December 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.