Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଚିଲିକା ବିଜେଡିର ଛାତ୍ର ଓ ଯୁବ ସମାବେଶ, ଯୋଡି ଶଙ୍ଖରେ ଭୋଟ ଦେବାକୁ ପ୍ରାର୍ଥୀଙ୍କ ନିବେଦନ
ନିର୍ବାଚନ ଖବର

ଚିଲିକା ବିଜେଡିର ଛାତ୍ର ଓ ଯୁବ ସମାବେଶ, ଯୋଡି ଶଙ୍ଖରେ ଭୋଟ ଦେବାକୁ ପ୍ରାର୍ଥୀଙ୍କ ନିବେଦନ

May 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚିଲିକା( ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସ୍ଥିତ ବିଜେଡି କାର୍ଯ୍ୟାଳୟରେ ବିଜେଡିର ଯୁବ ଛାତ୍ର ସମାବେଶ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମାବେଶରେ ଶତାଧିକ ବିଜୁ ଯୁବ ଛାତ୍ର ଜନତା ଦଳ ଓ ବିଜୁ ଯୁବ ଜନତା ଦଳ କର୍ମକର୍ତ୍ତା ମାନେ ଯୋଡି ଶଙ୍ଖ ଜ଼ିନ୍ଦାବାଦ, ଜୟ ବିଜେଡି ନାରାରେ ବିଶାଳ ବାଇକ ଶୋଭାଯାତ୍ରା କରି ବାଲୁଗାଁ ରାମପୁରସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ଏହି ସମାବେଶରେ ପୁରୀ ଲୋକସଭା ବିଜେଡି ପ୍ରାର୍ଥୀ ଅରୂପ ପଟ୍ଟନାୟକ ଓ ଚିଲିକା ନିର୍ବାଚନ ମଣ୍ଡଳୀ ବିଜେଡି ବିଧାୟକ ପ୍ରାର୍ଥୀ ରଘୁନାଥ ସାହୁ ଯୋଗ ଦେଇ ବିଜେଡି ଯୁବବର୍ଗ, ଛାତ୍ର ସମାଜ ଓ ସମସ୍ତ କର୍ମୀଙ୍କୁ ଉତ୍ସାହିତ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା,ପ୍ରତିଟି କ୍ଷେତ୍ରରେ ରାଜ୍ୟର ବିକାଶ ଦିଗରେ ବିଜେଡି ସୁପ୍ରିମୋଙ୍କ ଉଦ୍ୟମ ସମ୍ପର୍କରେ ବିସ୍ତ୍ରୁତ ଆଲୋଚନା କରିଥିଲେ ଉଭୟ ପ୍ରାର୍ଥୀ। ଯୁବପିଢ଼ିଙ୍କ ପାଇଁ ପ୍ରତି କଲେଜରେ ନୂଆ-ଓ କାର୍ଯ୍ୟକ୍ରମ ମାଧ୍ୟମରେ ଶିକ୍ଷା,କ୍ରୀଡ଼ାର ବିକାଶ କରିବାସହ ଉଚ୍ଚ ଶିକ୍ଷା ନିମନ୍ତେ ଛାତ୍ରବୃତ୍ତି ପ୍ରଦାନ କରି ନିଜର ମହନୀୟତା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯାହାକି ନୂତନ ତଥା ଯୁବ ପିଢ଼ି ଭୋଟର ବିଜେଡିକୁ ବିପୁଳ ମାତ୍ରାରେ ବିଜୟ କରିବାସହ ଷଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ କରିବା ଆମମାନଙ୍କର ମୁଳ ଲକ୍ଷ୍ୟ ବୋଲି ବିଧାୟକ ପ୍ରାର୍ଥୀ ଶ୍ରୀ ସାହୁ କହିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା,ବାଣପୁର ଏନଏସି ଅଧ୍ୟକ୍ଷ ,ବିଜେଡି ଚିଲିକା ବ୍ଲକ ସଭାପତି ଦେବେନ୍ଦ୍ର ସାମନ୍ତସିଂହାର,ପୂର୍ବତନ ଚିଲିକା ବ୍ଲକ ଅଧ୍ୟକ୍ଷ ଉତ୍ପଳ ପାଇକରାୟ,ଖୋର୍ଦ୍ଧା ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ମନୋଜ ପ୍ରଧାନ,ସନ୍ତୋଷ ପାଇକରାୟ,ଚିଲିକା ବ୍ଲକ ବିଜୁ ଯୁବ ଜନତା ଦଳ ସଭାପତି ଆଲୋକ ନାୟକ, ବାଣପୁର ବ୍ଲକ ସଭାପତି କୈଳାସ ମହାପାତ୍ର, ଚିଲିକା ଛାତ୍ର ବିଜେଡି ସଭାପତି ବିକ୍ରମ ବିଶୋଇ, ବାଣପୁର ବ୍ଲକ ଛାତ୍ର ବିଜେଡି ସଭାପତି ରଞ୍ଜିତ ବେହେରା, ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ରନାଥ ମାନସିଂହ, ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ପ୍ରଭାସ ସୁନ୍ଦରାୟ, ରାଜ୍ୟ ସାଧାରଣ ସମ୍ପାଦକ ଜଗତ ବଲ୍ଲଭ ମହାରଥାଙ୍କ ସମେତ ବହୁ କର୍ମୀ ଉପସ୍ଥିତ ଥିଲେ।

Chilika BJD odishaelection2024 ଅରୂପ ପଟ୍ଟନାୟକ ଓଡିଶାନିର୍ବାଚନ2024 ଚିଲିକା ନିର୍ବାଚନ ମଣ୍ଡଳି ଚିଲିକା ବିଜେଡି ରଘୁନାଥ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026
Latest News

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.