Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଓଡିଶାରେ ନିର୍ବାଚନ, ଅଛନ୍ତି ୬୨ ଲକ୍ଷ ୮୭ ହଜାର ଭୋଟର, ମହିଳା ସଂଖ୍ୟା ଅଧିକ
ଆଜିର ଖବର

ଆସନ୍ତାକାଲି ଓଡିଶାରେ ନିର୍ବାଚନ, ଅଛନ୍ତି ୬୨ ଲକ୍ଷ ୮୭ ହଜାର ଭୋଟର, ମହିଳା ସଂଖ୍ୟା ଅଧିକ

May 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ଓଡିଶାରେ ନିର୍ବାଚନ, ଅଛନ୍ତି ୬୨ ଲକ୍ଷ ୮୭ ହଜାର ଭୋଟର, ମହିଳା ସଂଖ୍ୟା ଅଧିକ

ଭୁବନେଶ୍ବର: ଆସନ୍ତାକାଲି ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦେଶର ଚତୁର୍ଥ ପର୍ଯ୍ୟାୟ ହୋଇଥିବା ବେଳେ ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଓଡ଼ିଶାରେ ୪ ଗୋଟି ସଂସଦୀୟ କ୍ଷେତ୍ର ଯଥା: କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ କାଲି ନିର୍ବାଚନ ଅନୁଷ୍ଠିତ ହେବ।

ଏହି ପର୍ଯ୍ୟାୟରେ ଚାରୋଟି ସଂସଦୀୟ କ୍ଷେତ୍ର ଅଧିନରେ ମୋଟ ୬୨,୮୭,୨୨୨ ଜଣ ମତଦାତା ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୩୦,୯୭,୫୨୭ ପୁରୁଷ, ୩୧,୮୯,୦୬୦ ମହିଳା ଓ ୬୩୫ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି ଏବଂ ମତଦାତା ଲିଙ୍ଗ ଅନୁପାତ ୧୦୩୦ ରହିଛି । ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି। ଏମାନଙ୍କ ମଧ୍ୟରେ ୧,୭୫,୧୩୪ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ମତଦାତା, ୨୦-୨୯ ବର୍ଷ ବୟସର ୧୪,୬୮,୫୦୪ ଜଣ ଯୁବ ମତଦାତା ରହିଛନ୍ତି।

ଏହି ପର୍ଯ୍ୟାୟରେ ମୋଟ ୭୨୮୯ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି । ପରିସୀମା ଭାବରେ ଏହି ପର୍ଯ୍ୟାୟରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ସବୁଠୁ ସାନ ଓ କୋରାପୁଟ ସବୁଠାରୁ ବଡ଼ ସଂସଦୀୟ କ୍ଷେତ୍ର ।

ବିଧାନସଭା କ୍ଷେତ୍ରମାନଙ୍କ ମଧ୍ୟରେ ବ୍ରହ୍ମପୁର ସବୁଠାରୁ ସାନ ଓ ମାନକାନଗିରି ସବୁଠାରୁ ବଡ଼ ସଂସଦୀୟ କ୍ଷେତ୍ର ଅଟେ । ମତଦାତା ସଂଖ୍ୟା ହିସାବରେ କୋରାପୁଟ ସଂସଦୀୟ କ୍ଷେତ୍ରରେ ସର୍ବନିମ୍ନ ୧୪୮୦୯୨୨ ଜଣ ମତଦାତା ଓ କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୧୭,୦୦,୭୮୦ ଜଣ ମତଦାତା ରହିଛନ୍ତି । ବିଧାନସଭା କ୍ଷେତ୍ରଗୁଡ଼ିକ ମଧ୍ୟରେ ଲକ୍ଷ୍ମୀପୁରରେ ସର୍ବନିମ୍ନ ୧,୭୩,୭୨୧ ଜଣ ଓ ଧର୍ମଗଡ଼ରେ ସର୍ବାଧିକ ୨,୬୧,୭୦୮ ଜଣ ମତଦାତା ରହିଛନ୍ତି ।

ଏହି ଚତୁର୍ଥ ପର୍ଯ୍ୟାୟରେ ସାମଗି୍ରକ ଭାବରେ ୩୯,୯୯୫ ଜଣ ୮୫ ବର୍ଷରୁ ଊଦ୍ଧ୍ୱର୍ ମତଦାତା, ୧୨୯୪ ଜଣ ୧୦୦ ବର୍ଷ ବୟସରୁ ଊଦ୍ଧ୍ୱର୍ ମତଦାତା, ୩୧ ଜଣ ପ୍ରବାସୀ ମତଦାତା ଓ ୬୨୯୬ ଜଣ ସର୍ଭିସ୍‌ ଭୋଟର ରହିଛନ୍ତି ।

odishaelection2024 ଓଡିଶାନିର୍ବାଚନ2024 ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026
Latest News

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026

ହାତୀ ଆକ୍ରମଣରେ ବୃଦ୍ଧା ମୃତ୍ୟୁ

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.