Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି, ଦିନରେ ଲଣ୍ଠନ ଦେଖାଉଛନ୍ତି: ଭିକେ ପାଣ୍ଡିଆନ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି, ଦିନରେ ଲଣ୍ଠନ ଦେଖାଉଛନ୍ତି: ଭିକେ ପାଣ୍ଡିଆନ

May 18, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ପୁରୀ: ଆଜି ବ୍ରହ୍ମଗିରି କେରାଣ୍ଡିଆ ପଡ଼ିଆରେ କାର୍ତ୍ତିକ ପାଣ୍ଡିଆନ ନିର୍ବାଚନ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲା ବେଳେ ଶ୍ରୀ ପାଣ୍ଡିଆନ ଏକ ବିରାଟ ଜନସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ବିରୋଧୀଙ୍କୁ କଡା ଆକ୍ରମଣ କରିଛନ୍ତି।

ବିଜେପିକୁ ଟାର୍ଗେଟ କରି ଶ୍ରୀ ପାଣ୍ଡିଆନ କହିଛନ୍ତି ଯେ, ସେମାନେ ମିଛ କହୁଛନ୍ତି, ଅପପ୍ରଚାର କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ସେମାନଙ୍କ ମୁଣ୍ଡ କାମ କରୁନି, କୋଉଠି କ’ଣ କହୁଛନ୍ତି ତାହା ଜାଣିପାରୁନାହାନ୍ତି। ପୁରୀ ମନ୍ଦିର କାମ ଏତେ ସୁନ୍ଦର ହୋଇଛି, ସେମାନେ ଏହି କାର୍ଯ୍ୟକୁ ସହି ପାରୁନାହାନ୍ତି, କହୁଛନ୍ତି ୪ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଛି। କିନ୍ତୁ  ପ୍ରକୃତରେ ଏହି ପ୍ରକଳ୍ପ ପାଇଁ ମାତ୍ର ୩୫୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି।

ସେହିଭଳି ଶ୍ରୀ ପାଣ୍ଡିଆନ ଆସାମ ମୁଖ୍ୟମନ୍ତ୍ରୀକୁ କଟାକ୍ଷ କରି କହିଛନ୍ତି ଯେ, ବିଜେପି ର ସବୁ ନେତା ଆସି କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ। ଆସାମ ମୁଖ୍ୟମନ୍ତ୍ରୀ ବି କହୁଛନ୍ତି ଓଡ଼ିଶାକୁ ଏକ ନମ୍ବର କରିବେ, ତା’ହେଲେ ଆସାମକୁ କ’ଣ କରିବେ? ସେମାନେ ଯୁଆଡ଼େ ଯାଉଛନ୍ତି, କହୁଛନ୍ତି-ଏକ ନମ୍ବର କରିବେ, କର୍ଣ୍ଣାଟକ, ତେଲେଙ୍ଗାନା, ମହାରାଷ୍ଟ୍ର ସବୁଠି କହୁଛନ୍ତି ସେହି ରାଜ୍ୟକୁ ଏକ ନମ୍ବର କରିବେ, ପ୍ରଥମେ ଆଗେ ନିଷ୍ପତ୍ତି କରନ୍ତୁ କେଉଁ ରାଜ୍ୟକୁ ସେମାନେ ଏକ ନମ୍ବର କରିବେ?

ଶ୍ରୀ ପାଣ୍ଡିଆନ ଆହୁରୀ କହିଛନ୍ତି ଯେ, ୨୫ ବର୍ଷ ହେଲା ଡବଲ ଇଞ୍ଜିନ ସରକାର ଥାଇ ଏପର୍ଯ୍ୟନ୍ତ ଗୁଜରାଟକୁ ଏକ ନମ୍ବର କରିପାରିଲେ ନାହିଁ। ସେମାନେ କେବଳ ଆପଣମାନଙ୍କୁ ଭୁଆଁ ବୁଲାଉଛନ୍ତି। ମିଛର ସବୁ ସୀମା ଟପି ଯାଇଛନ୍ତି।

ତେବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକୁ ପ୍ରସଂଶା କରି ଶ୍ରୀ ପାଣ୍ଡିଆନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ୯ କୋଟି ଟଙ୍କା ଖର୍ଚ୍ଚ କରି ଅଲାରନାଥ ମନ୍ଦିରର ରୂପାନ୍ତରଣ କରିଛନ୍ତି, ୫ କୋଟି ଖର୍ଚ୍ଚ କରି ବାଲିହରଚଣ୍ଡୀ ମନ୍ଦିରର ରୂପାନ୍ତରଣ କରିଛନ୍ତି। ନବୀନ ପଟ୍ଟନାୟକ ଜୁନ ୯ ତାରିଖ ଦିନ ଶପଥ ନେବା ପରେ ଆପଣମାନଙ୍କ ବିଜୁଳି ବିଲ ଛାଡ଼୍‍ କରିବେ, ତା’ପରେ ସମସ୍ତଙ୍କୁ ବି.ଏସ୍‍.କେ.ୱାଇରେ ସାମିଲ କରିବେ, ତା’ପରେ ମିଶନ ଶକ୍ତି ସଭ୍ୟ ଓ କର୍ମୀମାନଙ୍କୁ ପେନ୍‍ସନ ଦେବେ।

ମାଗଣା ବିଜୁଳି କଥା ଉଠାଇ ବିଜେପିକୁ ଆକ୍ରମଣ କଲେ ପାଣ୍ଡିଆନ:

ବିଜେପି ମଧ୍ୟ କହୁଛି ମାଗଣା ବିଜୁଳି ଦେବ, ଆପଣ ୫୦ ହଜାର ଟଙ୍କା ଦେବେ, ତା’ପରେ ସୂର୍ଯ୍ୟକିରଣରୁ ପାଇବେ ବିଜୁଳି, କେବଳ ଦିନରେ ଲଣ୍ଠନ ଦେଖେଇବା ଛଡ଼ା ସେମାନେ ଆଉ କିଛି ଜାଣନ୍ତି ନାହିଁ।

ଓଡ଼ିଶାରେ କେବଳ ନବୀନବାବୁଙ୍କ ବିଜୁଳି ଚାଲିବ। ଆପଣମାନେ ନବୀନ ବାବୁଙ୍କୁ ଆଶୀର୍ବାଦ କରନ୍ତୁ, ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ କରି ରେକର୍ଡ ସୃଷ୍ଟି କରନ୍ତୁ।

bjp.bjd election 2024 Lok Sabha Election naveen pattanaik Puri vk pandian
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରର ରାଜ ରାସ୍ତାରେ ପୁଣି ରଣହୁଙ୍କାର କରିବ ବିଜେଡି, ଯୋଗ ଦେବେ ନବୀନ

September 24, 2026

“ଜ୍ଞାନେଶ କୁମାର ଇସ୍ତଫା ଦିଅନ୍ତୁ ନଚେତ୍…”: ଅଭିଜିତ୍ ଦୀପକେ ଦେଲେ ୪୮ ଘଣ୍ଟାର ଅଲଟିମେଟମ୍

September 24, 2026

ସୁପର୍ ‘ଏଲ୍-ନିନୋ’ ଆଣୁଛି ବଡ଼ ବିପଦ: ୬ ମାସରେ ଯିବ ବିଶ୍ୱର ୪.୫୧ ଲକ୍ଷଙ୍କ ଜୀବନ

September 24, 2026

“ନିର୍ଣ୍ଣୟ କେବେ? ସମୟସୀମା ପ୍ରଦାନ କରନ୍ତୁ”: ଟିଏମସି ପ୍ରସଙ୍ଗରେ ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟ

September 24, 2026
Latest News

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ଆଜି ସେପ୍ଟେମ୍ବର ୨୫ ତାରିଖରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.