Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»+୨ କଳାରେ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦ୍ୱିତୀୟ ସ୍ଥାନରେ ରାଜଲକ୍ଷ୍ମୀ
ଆଞ୍ଚଳିକ

+୨ କଳାରେ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦ୍ୱିତୀୟ ସ୍ଥାନରେ ରାଜଲକ୍ଷ୍ମୀ

May 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ଶୀତାରାମ ଅଗ୍ରୱାଲ): ଗତ ୨୬ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଛି। ଉକ୍ତ ପରୀକ୍ଷାରେ ଚଳିତ ବର୍ଷ ମଧ୍ୟ ଛାତ୍ରୀମାନେ ବାଜିମାତ କରିଛନ୍ତି। ତେବେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ୍ ଦୁଲଣୀ ଗ୍ରାମର ପିତା ବୀରେନ୍ଦ୍ର କୁମାର ସାହୁ ଓ ମାତା ବିଜୟିନୀ ସାହୁଙ୍କ ଏକମାତ୍ର କନ୍ୟା ରାଜଲକ୍ଷ୍ମୀ ସାହୁ ବ୍ଲକ୍ ରେ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ଏହି ଖବର ପ୍ରସାରିତ ହେବା ପରେ ରାଜଲକ୍ଷ୍ମୀଙ୍କୁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି।

ରାଜଲକ୍ଷ୍ମୀ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ଦୁଇ କଳାରେ ଅଧ୍ୟୟନ କରୁଥିଲେ। ସେ ସମୁଦାୟ ୬୦୦ ନମ୍ବରରୁ ୫୧୭ ମାର୍କ (୮୬.୧୬%) ରଖି ଉକ୍ତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେ ବିଦ୍ୟାଳୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ବାଣପୁର ବ୍ଲକ୍ ରେ ମଧ୍ୟ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବାର ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ସେ ବାଣପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ପୁରାତନ ଛାତ୍ରୀ ହୋଇଥିବା ବେଳେ ଦଶମ ଶ୍ରେଣୀରେ ମଧ୍ୟ ଶତକଡା ୮୨.୬୬ ପ୍ରତିଶତ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିଲେ।

ରାଜଲକ୍ଷ୍ମୀ ଗୋଦାବରୀଶ ବିଦ୍ୟାପୀଠର ଶିକ୍ଷକ ବୀରେନ୍ଦ୍ର କୁମାର ସାହୁ ଓ ମାତା ବିଜୟିନୀ ସାହୁଙ୍କ ଏକମାତ୍ର କନ୍ୟା ଅଟନ୍ତି। ତେବେ ରାଜଲକ୍ଷ୍ମୀ ସଫଳତା ପାଇଁ ସେ ପିତା ମାତାଙ୍କ ସମେତ ତାଙ୍କ ଅଧ୍ୟାପକ ସୁବ୍ରତ କୁମାର ତ୍ରିପାଠୀ ଏବଂ ପାଟପୁରଗ୍ରାମ ଅର୍ନ୍ତଗତ ସରିତା ଶିକ୍ଷା ମନ୍ଦିରର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ସହପାଠୀଙ୍କୁ ଶ୍ରେୟ ଦେଇଛନ୍ତି। ଏଥିପାଇଁ ଦୁଲଣୀଗ୍ରାମବାସୀ ଓ କଲେଜର କର୍ମକର୍ତ୍ତା ତାଙ୍କର ଉନ୍ନତି କାମନା ସହ ଶୁଭେଚ୍ଛା ଜଣାଇଛନ୍ତି।

ବାଣପୁର ଯୁକ୍ତ ଦୁଇ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବଳ ବର୍ଷାରେ ବାଣପୁର ଜଳବନ୍ଦୀ

September 26, 2026

ଅକ୍ଟୋବର ୨୬ରୁ ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ଫର୍ମ ଫିଲଅପ୍

September 25, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026
Latest News

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026

ଇସିଙ୍କ ବୟାନ ପରେ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ?

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.