Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନରେ ରଥ ଯାତ୍ରା ପ୍ରସ୍ତୁତିର ନିରୀକ୍ଷଣ
ଆଜିର ଖବର

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନରେ ରଥ ଯାତ୍ରା ପ୍ରସ୍ତୁତିର ନିରୀକ୍ଷଣ

June 30, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

 ଭୁବନେଶ୍ଵର: ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ପୁରୀ ରେଳ ଷ୍ଟେସନ ପରିଦର୍ଶନ କରି ରଥଯାତ୍ରା ସମୟରେ ରେଳବାଇ ଦ୍ୱାରା ତୀର୍ଥଯାତ୍ରୀ ତଥା ଭକ୍ତଙ୍କ ସୁବିଧା ପାଇଁ କରାଯାଉଥିବା ବ୍ୟବସ୍ଥା ଗୁଡିକର ନିରୀକ୍ଷଣ କରିବା ସହିତ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।

ରେଳବାଇ ଦ୍ୱାରା ରଥ ଯାତ୍ରା ବ୍ୟବସ୍ଥା ନିରୀକ୍ଷଣ କରି ଶ୍ରୀ ବୈଷ୍ଣବ ଉତ୍ତମ ଯାତ୍ରୀ ସୁବିଧା ଯୋଗାଇଦେବା ସହିତ ଯାତ୍ରୀଙ୍କ ସାମଗ୍ରିକ ଯାତ୍ରା ଅଭିଜ୍ଞତାକୁ ସୁଦୃଢ଼ କରିବା ପାଇଁ ଭାରତୀୟ ରେଳବାଇର ପ୍ରତିବଦ୍ଧତା ସମ୍ପର୍କରେ ଆଲୋକପାତ କରିଥିଲେ।

ରେଳବାଇ ଦ୍ୱାରା ରଥ ଯାତ୍ରା ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରି ରେଳ ମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ବର୍ଷ ସମୁଦାୟ ୩୧୫ ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଯାଉଅଛି। ଏହି ସ୍ୱତନ୍ତ୍ର ଟ୍ରେନ୍ ଗୁଡିକ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ, ଛତିଶଗଡ ଏବଂ ପଶ୍ଚିମବଙ୍ଗ ସହିତ ଓଡ଼ିଶାର ବିଭିନ୍ନ ପ୍ରାନ୍ତକୁ ପୁରୀ ସହିତ ଟ୍ରେନ ସଂଯୋଗ କରାଯିବ।

ଓଡ଼ିଶାର ବାଦାମପାହାଡ଼, ବାଙ୍ଗିରିପୋସି, ରାଉରକେଲା, ସମ୍ବଲପୁର, ଜୁନାଗଡ଼ ରୋଡ, ସୋନପୁର, ଗୁଣୁପୁର, ବ୍ରହ୍ମପୁର, ଦଶପଲ୍ଲା, ଅନୁଗୁଳ, ପାରାଦୀପ, କେନ୍ଦୁଝରଗଡ, ଭଦ୍ରକ ଏବଂ ବାଲେଶ୍ୱର ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନ ମାନଙ୍କୁ ପୁରୀ ସହିତ ସ୍ୱତନ୍ତ୍ର ଟ୍ରେନ ଦ୍ୱାରା ଯୋଡ଼ାଯିବାକୁ ଯୋଜନା କରାଯାଇଅଛି ଯାହାକି ପୁରୀକୁ ପ୍ରାୟ ସମସ୍ତ ଜିଲ୍ଲା ସହିତ ଯୋଡିବା ପାଇଁ ପଦକ୍ଷେପ ନିଆଯାଇଛି।

ରଥଯାତ୍ରା ମହୋତ୍ସବ ସମୟରେ ରେଳବାଇ ଦ୍ୱାରା କାର୍ଯ୍ୟକାରୀ ହେବାକୁ ଥିବା ପଦକ୍ଷେପଗୁଡ଼ିକ ସମ୍ବନ୍ଧରେ ସୂଚନାଦେଇ ଶ୍ରୀ ବୈଷ୍ଣବ କହିଛନ୍ତି ଯେ ଯାତ୍ରୀ ଭିଡ଼ ପରିଚାଳନା, ଟ୍ରେନ୍ ସୂଚନା ପ୍ରଣାଳୀ / ଅନୁସନ୍ଧାନ କେନ୍ଦ୍ର, ଭିଡିଓ ୱାଲ୍ ପ୍ରଦର୍ଶନ, ମୋବାଇଲ୍ ଆପ୍ ଦ୍ୱାରା ଅଣସଂରକ୍ଷିତ ଟିକେଟ ପ୍ରଣାଳୀ, ଅତିରିକ୍ତ ଟିକେଟ୍ ବୁକିଂ କାଉଣ୍ଟର ଏବଂ ମୋବାଇଲ୍ ଟିକେଟ୍ କାଉଣ୍ଟର, ୧୫ ହଜାରରୁ ଅଧିକ ତୀର୍ଥଯାତ୍ରୀ ବିଶ୍ରାମ ନେବା ଭଳି ତୀର୍ଥଯାତ୍ରୀ ଅପେକ୍ଷା କ୍ଷେତ୍ର / ଶେଡ୍ ଏବଂ ସୁରକ୍ଷା ବ୍ୟବସ୍ଥା, କ୍ୟାଟରିଂ ଏବଂ ଆତିଥ୍ୟ, ମେଡିକାଲ ସୁବିଧା ସହିତ ଆମ୍ବୁଲାନ୍ସ, ସେବା ଏବଂ ଯାତ୍ରୀ, ବିଶେଷକରି ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ବିଦ୍ୟୁତ୍ ଯୋଗାଣ, ଜଳ ଯୋଗାଣ, ପରିଷ୍କାର ପରିଚ୍ଛନ୍ନତା, ନିରାପତ୍ତା, ପାନୀୟ ଜଳ ଏବଂ ପର୍ଯ୍ୟାପ୍ତ ଶୌଚାଳୟ ସୁବିଧା ପ୍ରଦାନ କରାଯିବାକୁ ରେଳବାଇ ପକ୍ଷରୁ ବ୍ୟବସ୍ଥା କରାଯାଇଅଛି।

ଅଶ୍ୱିନୀ ବୈଷ୍ଣବ ପୁରୀ ରେଳ ଷ୍ଟେସନ ରଥ ଯାତ୍ରା ପ୍ରସ୍ତୁତି
Share. Facebook Twitter LinkedIn Email WhatsApp Copy Link

Related Posts

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026
Latest News

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026

ପଶ୍ଚିମବଙ୍ଗରେ ଟିଏମସିକୁ ଝଟକା!: ସଦ୍ୟତମ ନିର୍ବାଚନ ସର୍ଭେରେ ବିଜେପି ପାଇଁ ଭଲ ଖବର

April 3, 2026

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.