Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର ଯୁବ ଜ୍ୟୋତିର୍ବିଜ୍ଞାନୀଙ୍କ ଅହମଦାବାଦ ଯାତ୍ରା, ଦେଖିବେ ମହାକାଶ ପ୍ରୟୋଗ କେନ୍ଦ୍ର
ଆଜିର ଖବର

ଓଡିଶାର ଯୁବ ଜ୍ୟୋତିର୍ବିଜ୍ଞାନୀଙ୍କ ଅହମଦାବାଦ ଯାତ୍ରା, ଦେଖିବେ ମହାକାଶ ପ୍ରୟୋଗ କେନ୍ଦ୍ର

June 30, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାର ଯୁବ ଜ୍ୟୋତିର୍ବିଜ୍ଞାନୀଙ୍କ ଅହମଦାବାଦ ଯାତ୍ରା, ଦେଖିବେ ମହାକାଶ ପ୍ରୟୋଗ କେନ୍ଦ୍ର

ଭୁବନେଶ୍ୱର: ଯୁବ ଜ୍ୟୋତିର୍ବିଜ୍ଞାନୀ ମେଧା ଅନ୍ବେଷଣ କାର୍ଯ୍ୟକ୍ରମରେ ସଫଳ ହୋଇଥିବା ୨୦ ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ଏବଂ ସେମାନଙ୍କର ମହାକାଶ ପ୍ରୟୋଗ କେନ୍ଦ୍ର, ଅହମଦାବାଦକୁ ପରିଦର୍ଶନ ନିମନ୍ତେ ଯାତ୍ରାର ଶୁଭାରମ୍ଭ କାର୍ଯ୍ୟକ୍ରମ ପଠାଣି ସାମନ୍ତ ପ୍ଲାନେଟାରିୟମ, ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କ ଅହମଦାବାଦ ଅଭିମୁଖେ ଯାତ୍ରାର ଶୁଭାରମ୍ଭ କରିଥିଲେ।

ଆଜିର ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପାତ୍ର ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିବା ସହ ସେମାନଙ୍କ ସଫଳତା ପାଇଁ ଶୁଭେଚ୍ଛା ଜଣାଇଥିଲେ। ଛାତ୍ର ଛାତ୍ରୀ ମାନେ କଠିନ ପରିଶ୍ରମ କରି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ରାଜ୍ୟର ତଥା ଦେଶର ସୁନାମ ଅର୍ଜନ କରିବା ପାଇଁ ସେ ଆହ୍ୱାନ କରିଥିଲେ। ଚୟନ କରାଯାଇଥିବା ଛାତ୍ରଛାତ୍ରୀମାନଙ୍କୁ ମହାକାଶ ପ୍ରୟୋଗ କେନ୍ଦ୍ର, ଅହମଦାବାଦକୁ ପରିଦର୍ଶନରେ ନେବାର ଆୟୋଜନ ପାଇଁ ମାନ୍ୟବର ମନ୍ତ୍ରୀ ଟାଟା ଷ୍ଟିଲର ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଥିଲେ।

ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଆରୁମୁଗମ ଉପସ୍ଥିତ ଛାତ୍ରଛାତ୍ରୀ, ସେମାନଙ୍କ ଅଭିଭାବକ ତଥା ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଧନ୍ୟବାଦ ପ୍ରଦାନ କରିବା ସହ ଅଭିନନ୍ଦନ ଜଣାଇଥିଲେ। ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଶିକ୍ଷା ଲାଭ କରି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାରେ ପାରଦର୍ଶିତା ଆଣି ଦେଶର ବିକାଶ ପାଇଁ କାର୍ଯ୍ୟ କରିବା ପାଇଁ ସେ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ସମ୍ବର୍ଦ୍ଧନା ସଭାରେ ବିଜ୍ଞାନ ଓ କାରିଗରୀ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଶିବାନୀ ମହାନ୍ତି, ଯୁଗ୍ମ ଶାସନ ସଚିବ ପୂଜା ମିଶ୍ର, ପଠାଣି ସାମନ୍ତ ପ୍ଲାନେଟାରିୟମର ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଶ୍ରୀ ପ୍ରସନ୍ନ କୁମାର ପାତ୍ର, ଉପ ଶାସନ ସଚିବ ଉର୍ମିପ୍ରଭା ମହାରଣା, ଅନୁଶାସନ ସଚିବ ଶ୍ରୀ ପଦ୍ମଲୋଚନ ଦାସ ଏବଂ ଟାଟା ଷ୍ଟିଲର ମୁଖ୍ୟ ଆବାସିକ ଅଧିକାରୀ ଶ୍ରୀ ଦେବାଶିଷ ଜେନା ଓ ପଠାଣି ସାମନ୍ତ ପ୍ଲାନେଟାରିୟମର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ। ନିର୍ଦ୍ଦେଶକ ଶ୍ରୀ ପ୍ରସନ୍ନ କୁମାର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଏଠାରେ ସୂଚନାଯୋଗ୍ୟ ଯେ ବିଜ୍ଞାନ ଓ କାରିଗରୀ ବିଭାଗ ଏବଂ ଟାଟା ଷ୍ଟିଲର ମିଳିତ ସହଯୋଗରେ ୨୦୦୭ ମସିହାରୁ ପ୍ରତି ବର୍ଷ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଭିନ୍ନ ଭିନ୍ନ ସ୍ତରରେ ପ୍ରତିଯୋଗିତା ମାଧ୍ୟମରେ ଜ୍ୟୋତିର୍ବିଜ୍ଞାନରେ ଆଗ୍ରହ ଥିବା ୨୦ ଜଣ ଛାତ୍ର ଛାତ୍ରୀଙ୍କୁ ବଛାଯାଇ ଓଡ଼ିଶା ସରକାରଙ୍କ ଦ୍ୱାରା ସମ୍ବର୍ଦ୍ଧନା କରାଯାଥାଏ। ଏହି ପିଲାମାନଙ୍କୁ ଗାଇଡ୍‌ ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ସେମାନଙ୍କ ଅଭିଭାବକଙ୍କ ସହିତ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ମହାକାଶ ପ୍ରୟୋଗ କେନ୍ଦ୍ର, ଅହମଦାବାଦକୁ ପରିଦର୍ଶନ ନିମନ୍ତେ ନିଆଯାଇଥାଏ।

ଜ୍ୟୋତିର୍ବିଜ୍ଞାନୀ
Share. Facebook Twitter LinkedIn Email WhatsApp Copy Link

Related Posts

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026
Latest News

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.