Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଓଡିଆ ଭାଷାରେ ନଥି ଉପସ୍ଥାପନ କରିବାକୁ ଦେଲେ ନିର୍ଦ୍ଦେଶ 
ବିଶେଷ ଖବର

କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଓଡିଆ ଭାଷାରେ ନଥି ଉପସ୍ଥାପନ କରିବାକୁ ଦେଲେ ନିର୍ଦ୍ଦେଶ 

July 4, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ।

ଆଜି ସକାଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଲୋକସେବା ଭବନକୁ ପ୍ରବେଶ କରିଥିଲେ ଏବଂ ଓସ୍ବାସ ଜରିଆରେ ଫାଇଲ କାମ କରିଥିଲେ।

ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ  ଏବଂ ପ୍ରଭାତୀ ପରିଡାଙ୍କ ସହିତ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ପାଖରେ ଉପସ୍ଥାପିତ ସମସ୍ତ ନଥି ଓଡ଼ିଆରେ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଓଡିଶାର ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ ବୋଲି ପ୍ରକାଶ କରିବା ସହିତ ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ଵ ଦିଆଯିବ ବୋଲି ସେ କହିଥିଲେ।

ସେ ଦେଇଥିବା ବିବୃତ୍ତିର ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡିକ ହେଲା – ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ।

ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ।

ଓଡ଼ିଆ ଅସ୍ମିତା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ। ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ।

ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ। ଭାଷା ପାଇଁ ଆଧୁନିକ, ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ପାଇଁ ବ୍ୟବସ୍ଥା ହେବ। ଓଡ଼ିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ।

ଭାଷା କମିଶନ ଗଠିତ ହେବ।

ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ହେବ। ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ।

ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ।

ପ୍ରତ୍ୟେକ ଜିଲ୍ଲାରେ ସମନ୍ୱିତ ସଂସ୍କୃତି ଭବନ ନିର୍ମାଣ ସହ ଜିଲ୍ଲାର କଳା ସଂସ୍କୃତିକୁ ପ୍ରୋତ୍ସାହିତ କରାଯିବ। ଉଚ୍ଚ ବିଦ୍ୟାଳୟ ସ୍ତରରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ବିଚାର କରାଯିବ।

ବରୁଣେଇ ଠାରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ।

ରାଜ୍ୟର ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ଦେବାକୁ ସରକାର ସଂକଳ୍ପବଦ୍ଧ। ସବୁ କାର୍ଯ୍ୟ ଲୋକମାନଙ୍କ ସହଯୋଗ ସହଭାଗିତା ଓ ପରାମର୍ଶରେ ହେବ।

ଓଡ଼ିଆ ଅସ୍ମିତା କ୍ଷେତ୍ରରେ ଆଉ କଣ କରାଯିବା ଦରକାର, ସେଥିପାଇଁ ମୁଁ ଲୋକମାନଙ୍କର ପ୍ରସ୍ତାବ ଆହ୍ୱାନ କରୁଛି।

ରାଜ୍ୟ ପରିଚାଳନା ରାଜ୍ୟ ଭାଷା ଓଡ଼ିଆରେ ହିଁ ହେବ। ଏଥି ନିମନ୍ତେ ପ୍ରଣୀତ ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ। ଦରକାର ପଡିଲେ ଏଥିରେ ଆବଶ୍ୟକ ସଂଶୋଧନ କରି ଆଇନକୁ ଆହୁରି ସଶକ୍ତ କରାଯିବ। ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ନିମନ୍ତେ ବ୍ୟବସ୍ଥା କରାଯିବ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026
Latest News

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.