ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆଜି ଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀ ଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁଙ୍କ କୌଣସି ଅସୁବିଧା ନହେବ ତାହା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ନିଳାଦ୍ରୀ ବିଜେ ସରିବା ଯାଏଁ ପୁରୀରେ ରହିବେ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ମନ୍ତ୍ରୀ
Published:
Jul 14, 2024, 7:02 am IST