Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପରେ ମୁମ୍ବାଇରୁ ଆସିଲା ବାଲେଶ୍ବରର ଓଡିଆ ଶ୍ରମିକଙ୍କ ମର ଶରୀର
ଜାତୀୟ ଖବର

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପରେ ମୁମ୍ବାଇରୁ ଆସିଲା ବାଲେଶ୍ବରର ଓଡିଆ ଶ୍ରମିକଙ୍କ ମର ଶରୀର

July 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ଖଇରାବ୍ଲକ ଗୋବିନ୍ଦପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାହାପୁର ଗ୍ରାମର ମୁରଲୀଧର ମହାକୁଡ ମୁମ୍ବାଇରେ ଶ୍ରମଜୀବୀ ଭାବେ କାର୍ଯ୍ୟ କରୁଥିଲେ। ଅସୁସ୍ଥତା ବଶତଃ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଲା।

ମୁରଲୀଧରଙ୍କ ପରିବାର ଅତ୍ୟନ୍ତ ଗରିବ। ମୁମ୍ବାଇରୁ ମୁରଲୀଧରଙ୍କ ମର ଶରୀର ଆଣିବା ପାଇଁ ତାଙ୍କ ପରିବାର ପାଖରେ ସମ୍ବଳ ନ ଥିଲା। ମର ଶରୀରକୁ ତାଙ୍କ ଗ୍ରାମକୁ ଆଣି କ୍ରିୟାକର୍ମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ପରିବାର ପକ୍ଷରୁ ନିବେଦନ କରାଯାଇଥିଲା।

ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ଜିଲ୍ଲା ପ୍ରଶାସନକୁ ଏହି ଅସହାୟ ପରିବାରକୁ ସହଯୋଗ କରିବା ପାଇଁ ତୁରନ୍ତ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କ ମର ଶରୀର ଆମ୍ବୁଲାନ୍‌ସ ଯୋଗେ ଓଡିଶା ଆଣିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ଆସନ୍ତାକାଲି ମୁରଲୀଧରଙ୍କ ମର ଶରୀର ତାଙ୍କ ଗ୍ରାମରେ ପହଞ୍ଚିବ।

ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୁରଲୀଧରଙ୍କ ପତ୍ନୀ ଓ ଯୁକ୍ତ ଦୁଇ ପଢୁଥିବା ଏକମାତ୍ର ଝିଅ ବର୍ଷାରାଣୀଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ସମବେଦନା ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ମୁରଲୀଙ୍କ ପତ୍ନୀ ଓ ଝିଅଙ୍କୁ କହିଥିଲେ ଯେ ଆପଣମାନେ ବ୍ୟସ୍ତ ହୁଅନ୍ତୁ ନାହିଁ, ଧୈର୍ଯ୍ୟ ରଖନ୍ତୁ। ମୁଁ ଆପଣଙ୍କ ସହିତ ଅଛି। ଝିଅକୁ କହିଥିଲେ ତୁମେ ଭଲ ପାଠ ପଢୁଛ। ତୁମେ କିପରି ପାଠ ପଢା ଜାରି ରଖିବ ସେଥିପାଇଁ ମୋର ସହଯୋଗ ରହିବ। ତୁମେ ଭଲ ପାଠ ପଢି ସମାଜରେ ପ୍ରତିଷ୍ଠିତ ହୁଅ, ସେଥିପାଇଁ ମୋର ଆଶୀର୍ବାଦ ଅଛି। ମୁଖ୍ୟମନ୍ତ୍ରୀ ପରଲୋକଗତ ମୁରଲିଧରଙ୍କ ଅମର ଆତ୍ମାର ସଦ୍ ଗତି କାମନା କରିଥିଲେ।

ଦୈନନ୍ଦିନ କାର୍ଯ୍ୟ ବ୍ୟସ୍ତତା ଭିତରେ ଜଣେସମ୍ବେଦନଶୀଳ ମଣିଷ ଭାବେ ମୁଖ୍ୟମନ୍ତ୍ରୀ ଯେଭଳି ଜଣେ ସାଧାରଣ ଲୋକର ଭାବାବେଗକୁ ଗୁରୁତ୍ବ ଦେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ, ସେଥିପାଇଁ ମୁରଲୀଧରଙ୍କ ପରିବାର କୃତଜ୍ଞତା ପ୍ରକାଶ କରିଛନ୍ତି।

Mohan Majhi odisha cm ଖଇରାବ୍ଲକ ସାହାପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025
Latest News

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025

ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.