ଆଜିଠାରୁ ବର୍ଷାର ପରିମାଣ ବଢ଼ିବ। ଆସନ୍ତାକାଲିଠୁ ୨ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଓଡ଼ିଶା ସହ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଲାଗି ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ପରିସ୍ଥିତିର ମୁକାବିଲା ଲାଗି ପଦକ୍ଷେପ ନେବାକୁ ଉଭୟ ରାଜ୍ୟ ସରକାରଙ୍କୁ କୁହାଯାଇଛି। ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଓଡ଼ିଶାରେ ବନ୍ୟା ଆଶଙ୍କା ମଧ୍ୟ ରହିଛି। ସୋନପୁର, ବୌଦ୍ଧ ଓ ଅନୁଗୋଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଉତ୍ତର-ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଧୀରେ ଧୀରେ ଏହା ଅବପାତର ରୂପନେଇ ପଶ୍ଚିମ ଦିଗ ଆଡ଼କୁ ଗତି କରିବ। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।