Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ ଏକ ମାଇଲ ଖୁଣ୍ଟ ହାସଲ କଲା ପୂର୍ବତଟ ରେଳପଥ: ବୌଦ୍ଧକୁ ଗଡ଼ିଲା ପରୀକ୍ଷଣ ଟ୍ରେନ ଇଞ୍ଜିନ
ଆଜିର ଖବର

ଆଉ ଏକ ମାଇଲ ଖୁଣ୍ଟ ହାସଲ କଲା ପୂର୍ବତଟ ରେଳପଥ: ବୌଦ୍ଧକୁ ଗଡ଼ିଲା ପରୀକ୍ଷଣ ଟ୍ରେନ ଇଞ୍ଜିନ

August 17, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ମୋଟ 301 କିଲୋମିଟର ମଧ୍ୟରୁ 183 କିଲୋମିଟର ରେଳ ଲାଇନ ବର୍ତ୍ତମାନ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇଛି। ପ୍ରକଳ୍ପର ଶୀଘ୍ର ସମାପ୍ତ ହେବା ସୁନିଶ୍ଚିତ କରିବାକୁ ରେଳବାଇ ଉଭୟ ପାର୍ଶ୍ୱରୁ ଅର୍ଥାତ୍ ଖୋର୍ଦ୍ଧା ରୋଡ୍ ଏବଂ ବଲାଙ୍ଗୀର ପାର୍ଶ୍ୱରୁ ଏହି ଲାଇନ ନିର୍ମାଣ କରୁଛି। ଅଦ୍ୟାବଧି ଖୋର୍ଦ୍ଧା ରୋଡରୁ ଦଶପଲ୍ଲା ପର୍ଯ୍ୟନ୍ତ 106 କିଲୋମିଟର ଏବଂ ବଲାଙ୍ଗୀରରୁ ଝରମୁଣ୍ଡା ପର୍ଯ୍ୟନ୍ତ 77 କିଲୋମିଟର ରେଳ ମାର୍ଗ କାର୍ଯ୍ୟକ୍ଷମ ହୋଇଛି। ଏହା ବ୍ୟତୀତ ଝରମୁଣ୍ଡା ଠାରୁ ବୌଦ୍ଧ ପର୍ଯ୍ୟନ୍ତ 16.27 କିଲୋମିଟର ଦୈର୍ଘ୍ୟ ରେଳ ମାର୍ଗର ନିର୍ମାଣ କାର୍ଯ୍ୟ ମଧ୍ୟ ସମାପ୍ତ ହୋଇଛି। ପ୍ରାୟ 27 କିଲୋମିଟର ଦୈର୍ଘ୍ୟ ରେଳ ମାର୍ଗ ବୌଦ୍ଧ ଠାରୁ ପୁରୁଣାକଟକ ପର୍ଯ୍ୟନ୍ତ ଏହି ରେଳ ସେକ୍ସନ ଆସନ୍ତା କିଛି ମାସ ମଧ୍ୟରେ ଶେଷ ହେବ ବୋଲି ଆଶା କରାଯାଉଛି।

ସୋନପୁର-ପୁରୁଣାପାଣି-ଝରମୁଣ୍ଡା ରେଳ ସେକ୍ସନରେ ଗୋଟିଏ ଅତି ଗୁରୁତ୍ୱପୂର୍ଣ୍ଣ ବ୍ରିଜ୍, 07 ଗୁରୁତ୍ୱପୂର୍ଣ୍ଣ ବ୍ରିଜ୍, 04 ରୋଡ୍ ଓଭର ବ୍ରିଜ୍ (ROBs), 22 ରୋଡ୍ ଅଣ୍ଡର ବ୍ରିଜ୍ (RUBs) / ସୀମିତ ଉଚ୍ଚତା ସବୱେ (LHS) ଏବଂ 65 ଟି ଛୋଟ ବ୍ରିଜ୍ ଅନ୍ତର୍ଭୁକ୍ତ। ଏହା ବ୍ୟତୀତ, ଝରମୁଣ୍ଡା-ବୌଦ୍ଧ ରେଳ ସେକ୍ସନ ମଧ୍ୟରେ 06 ଗୁରୁତ୍ୱପୂର୍ଣ୍ଣ ବ୍ରିଜ୍, 01 ରୋଡ୍ ଓଭର ବ୍ରିଜ୍, 12 ରୋଡ୍ ଅଣ୍ଡର ବ୍ରିଜ୍ (RUBs) / ସୀମିତ ଉଚ୍ଚତା ସବୱେ (LHS) ଏବଂ 37 ଟି ଛୋଟ ବ୍ରିଜ୍ ସହିତ 16.05 ଲକ୍ଷ କମ ମାଟି କାର୍ଯ୍ୟ ଅନ୍ତର୍ଭୁକ୍ତ। ଏହା ଦ୍ୱାରା ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ ବର୍ତ୍ତମାନ ରେଳ ନେଟୱର୍କ ମାଧ୍ୟମରେ ପଶ୍ଚିମ ଓଡିଶା ସହିତ ସଂଯୋଗ ହୋଇପାରିଛି।

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପକୁ ଧାର୍ଯ୍ୟ ସମୟସୀମା ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଗୁରୁତ୍ୱ ଦିଆଯାଉଛି। ଏହି ସାର୍ବଜନୀନ କେନ୍ଦ୍ର ପ୍ରକଳ୍ପ, ଦୂରବର୍ତ୍ତୀ ଉପାନ୍ତ ଅଞ୍ଚଳ ସହିତ ସଂଯୋଗ କରାଯାଇଛି ଏହାକୁ ରେଳ ମନ୍ତ୍ରଣାଳୟ ଦ୍ୱାରା ତୀକ୍ଷ୍ଣ ନଜର ରଖାଯାଇଛି। ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଏବଂ ପ୍ରକଳ୍ପର ଶୀଘ୍ର ସମାପ୍ତିକୁ ଲକ୍ଷ୍ୟ କରି ରେଳବାଇ ପାର୍ଶ୍ୱରୁ ଏହି ପ୍ରକଳ୍ପ ନିର୍ମାଣ କରୁଛି।

ପୂର୍ବତଟ ରେଳପଥ ବୌଦ୍ଧ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.