Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ନିଯୁକ୍ତି ଅଭିଯାନ ଆରମ୍ଭ
ଆଜିର ଖବର

ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ନିଯୁକ୍ତି ଅଭିଯାନ ଆରମ୍ଭ

August 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ନିଯୁକ୍ତି ଅଭିଯାନ ଆରମ୍ଭ

ଭୁବନେଶ୍ୱର: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆଜି ଏକ ନିଯୁକ୍ତି ଅଭିଯାନ (କ୍ୟାମ୍ପସ୍‌ ପ୍ଲେସ୍‌ମେଣ୍ଟ ଡ୍ରାଇଭ୍‌) ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସ୍ୱତନ୍ତ୍ର ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ଏସ୍‌ଆଇଏସ୍‌ଇଆର୍‌) ଓ କିଟ୍‌ ଅନ୍ତର୍ଜାତୀୟ ବିଦ୍ୟାଳୟର ମିଳିତ ସହଯୋଗରେ ରାଜ୍ୟରେ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ନିମନ୍ତେ ପ୍ରଥମ ଥର ପାଇଁ ଏପରି ଆୟୋଜନ କରାଯାଇଛି ।

ରାଜ୍ୟ ସ୍ୱତନ୍ତ୍ର ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭାଗୀୟ ନିର୍ଦ୍ଦେଶିକା ଶ୍ରୀମତୀ ନିୟତି ପଟ୍ଟନାୟକ ନିଯୁକ୍ତି ଅଭିଯାନରେ ସାମିଲ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କର ସଫଳତା କାମନା କରିଥିଲେ ।

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ରାଜ୍ୟର ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଉନ୍ନତି ନିମନ୍ତେ ସବୁବେଳେ ତତ୍ପର ରହିଛି ବୋଲି ସେ କହିଥିଲେ । ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଏହି ଅଭିଯାନରେ ଯୋଗଦେଇ ଥିବାରୁ ଖୁସି ବ୍ୟକ୍ତ କରିବା ସହ ଏପରି ଅଭିଯାନ ଆଗାମୀ ବର୍ଷମାନଙ୍କରେ ମଧ୍ୟ ଜାରି ରହିବ ବୋଲି ଶ୍ରୀମତୀ ପଟ୍ଟନାୟକ ପ୍ରକାଶ କରିଥିଲେ ।

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ଶାସନ ସଚିବ ସନ୍ତୋଷ କୁମାର ପ୍ରଧାନ କିଟ୍‌ର ଅଧିକାରୀମାନଙ୍କୁ ଧନ୍ୟବାଦ ଦେବା ସହ ଏପରି କାର୍ଯ୍ୟକ୍ରମ ପ୍ରତିବର୍ଷ ଆୟୋଜନ କରିବାକୁ ଅନୁରୋଧ କରିଥିଲେ ।

କିଟ୍‌ ଅନ୍ତର୍ଜାତୀୟ ବିଦ୍ୟାଳୟର ନିର୍ଦ୍ଦେଶକ ଡ. ସଂଜୟ ସୁଆର କାର୍ଯ୍ୟକ୍ରମ ବାବଦରେ ବିସ୍ତୃତ ସୂଚନା ଦେଇଥିଲେ । ରାଜ୍ୟ ସ୍ୱତନ୍ତ୍ର ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନର ଆସିଷ୍ଟାଣ୍ଟ ପ୍ରଫେସର ପ୍ରେମାନନ୍ଦ ମିଶ୍ର କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ କିଟ୍‌ ଅନ୍ତର୍ଜାତୀୟ ବିଦ୍ୟାଳୟର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ବିଜେତା ପଟ୍ଟନାୟକ, ସୁକନ୍ୟା ମହାକୁଡ଼, ରାଜ୍ୟ ସ୍ୱତନ୍ତ୍ର ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନର ଆକାଂକ୍ଷା ପ୍ରହରାଜ, ଶିବ ପ୍ରସାଦ ସାହୁ ପ୍ରମୁଖ ଯୋଗଦାନ କରିଥିଲେ ।

ଭିନ୍ନକ୍ଷମ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.