Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଜିଟାଲ ଫସଲ ସର୍ବେକ୍ଷଣ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଆଜିର ଖବର

ଡିଜିଟାଲ ଫସଲ ସର୍ବେକ୍ଷଣ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

September 3, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଡିଜିଟାଲ ଫସଲ ସର୍ବେକ୍ଷଣର ସମୀକ୍ଷା ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧରୀ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ବୃନ୍ଦ ଯୋଗଦେଇଥିଲେ। ରାଜ୍ୟର ସମସ୍ତ ଜିଲ୍ଲାରୁ ଜିଲ୍ଲାପାଳମାନେ ଭିଡ଼ିଓ କନଫରେନ୍ସ ଜରିଆରେ ଯୋଗଦେଇଥିଲେ।

ଇ- ଚାଷ ଆପ୍ ଜରିଆରେ ଡିଜିଟାଲ ଫସଲର ସର୍ବେକ୍ଷଣ କରାଯାଉଛି, ଯେଉଁଥିରେ କୃଷକଙ୍କ ଫସଲ ଓ ଚାଷଜମିର ତଥ୍ୟ ସରକାରଙ୍କ ପାଖରେ ପହଂଚି ପାରୁଛି। ଏହି ସର୍ବେକ୍ଷଣ ସେପ୍ଟେମ୍ବର ମାସ ୩୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ।

ସର୍ବେକ୍ଷଣ ଆଧାରରେ ଚାଷୀମାନେ ସିଏମ୍- କିଷାନ ତଥା ଅନେକ ଅନ୍ଯ ଯୋଜନା ଅନ୍ତର୍ଗତ ଆର୍ଥିକ ସୁବିଧା ପାଇ ପାରିବେ। ଏବଂ ଏହାର ପ୍ରଥମ କିସ୍ତି ଆସନ୍ତା ସେପ୍ଟେମ୍ବର ୮ ତାରିଖ ନୁଆଁଖାଇ ଦିନ ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ। ବାଦ ପଡିଥିବା ସମସ୍ତ ଯୋଗ୍ୟ ଚାଷୀ ଏହା ଦ୍ୱାରା ଉପକୃତ ହୋଇପାରିବେ ବୋଲି ମନ୍ତ୍ରୀ ଶ୍ରୀ ସିଂହଦେଓ କହିଥିଲେ।

କୃଷକଙ୍କ ତଥ୍ୟ ଏକ ରେଜିଷ୍ଟ୍ରିରେ ID ସହ ରହିବ। ଏଥିପାଇଁ ପ୍ରତିଜିଲ୍ଳାରେ ନୋଡାଲ ଅଧିକାରୀ ମାନେ ରହିବେ ଓ ସେମାନେ ପ୍ରତ୍ୟକ୍ଷ ଭାବେ କ୍ଷେତ୍ର ପରିଦର୍ଶନରେ ଯାଇ ସର୍ବେକ୍ଷଣର ଅନୁଧ୍ୟାନ କରିବେ। ବାଦ ପଡିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କ ତଥ୍ୟ ସଂଗ୍ରହ କରି ବିଭାଗକୁ ଜଣାଇବେ। ଏ ନେଇ ଏକ ମାର୍ଗଦର୍ଶିକା ତିଆରି ହେବ ଓ ସିଏମ୍ କିଷାନ ପୋର୍ଟାଲ ବର୍ଷ ତମାମ ଖୋଲା ରହିବ ବୋଲି ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ କହିଛନ୍ତି।
ଚାଷୀମାନେ ନୂଆ ପୋର୍ଟାଲ ଜରିଆରେ ଆବେଦନ କିମ୍ବା ତଥ୍ୟ ଅପଡେଟ କରିବା ପାଇଁ କୌଣସି ପ୍ରକାର ଦେୟ ପ୍ରଦାନ କରିବେ ନାହିଁ। ଏହାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ।

ଶେଷରେ ଜିଲ୍ଳାପାଳ ମାନେ ନିଜ ନିଜର ସମସ୍ୟା ବିଷୟରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ରାଜ୍ୟରେ କୃଷି ଓ କୃଷକର ଉନ୍ନତି ପାଇଁ ଡିଜିଟାଲ୍ ପ୍ରଯୁକ୍ତି ବ୍ଯବହାର କ୍ଷେତ୍ରରେ ଓଡିଶା ସମଗ୍ର ଦେଶରେ ଏକ ଅଗ୍ରଣୀ ରାଜ୍ୟ ଭାବେ ଅଗ୍ରସର ହେଉଛି।

କନକ ବର୍ଦ୍ଧନ ସିଂହଦେଓ ଡିଜିଟାଲ ଫସଲ ସର୍ବେକ୍ଷଣ ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁପିଆଇ ଯୋଗେ ଭାରତରେ ୮୫% ଓ ବିଦେଶରେ ପ୍ରାୟ ୫୦% କାରବାର

July 20, 2025

ସଂସଦର ମୌସୁମୀ ଅଧିବେସନ ହେବ ଆରମ୍ଭ, ଓଡିଶା ଛାତ୍ରୀ ନିର୍ଯ୍ୟାତନା ପ୍ରମୁଖ ପ୍ରସଂଗ ହେବ କି ?

July 20, 2025

କଚ୍ଛ ଯିବା ପାଇଁ ମୋଟରସାଇକେଲ ଚାଳକମାନଙ୍କୁ ଉତ୍ସାହିତ କରିବା ଦିଗରେ ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

July 20, 2025

ରୁଷ-ୟୁକ୍ରେନ ଯୁଦ୍ଧ: ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତ, ରଖିଲେ ଏହି ବଡ଼ ସର୍ତ୍ତ

July 20, 2025
Latest News

ୟୁପିଆଇ ଯୋଗେ ଭାରତରେ ୮୫% ଓ ବିଦେଶରେ ପ୍ରାୟ ୫୦% କାରବାର

July 20, 2025

ଭାରତ-ଚୀନ୍ ସୀମାରେ ଶାନ୍ତିର ସଙ୍କେତ! କୈଳାସ ମାନସରୋବର ଯାତ୍ରା ବିଷୟରେ ବଡ଼ କଥା କହିଲେ ଚୀନ୍ ରାଷ୍ଟ୍ରଦୂତ

July 20, 2025

ସଂସଦର ମୌସୁମୀ ଅଧିବେସନ ହେବ ଆରମ୍ଭ, ଓଡିଶା ଛାତ୍ରୀ ନିର୍ଯ୍ୟାତନା ପ୍ରମୁଖ ପ୍ରସଂଗ ହେବ କି ?

July 20, 2025

କଚ୍ଛ ଯିବା ପାଇଁ ମୋଟରସାଇକେଲ ଚାଳକମାନଙ୍କୁ ଉତ୍ସାହିତ କରିବା ଦିଗରେ ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

July 20, 2025

ରୁଷ-ୟୁକ୍ରେନ ଯୁଦ୍ଧ: ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତ, ରଖିଲେ ଏହି ବଡ଼ ସର୍ତ୍ତ

July 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.