Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୁ ମହିଳା ଜନତା ଦଳ ସମାବେଶରେ ଏମିତି ନବୀନ କଣ କହିଲେ ଯେ, ସବୁ ମହିଳା କର୍ମି ଖୁସ୍
ଆଜିର ଖବର

ବିଜୁ ମହିଳା ଜନତା ଦଳ ସମାବେଶରେ ଏମିତି ନବୀନ କଣ କହିଲେ ଯେ, ସବୁ ମହିଳା କର୍ମି ଖୁସ୍

September 4, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜୁ ମହିଳା ଜନତା ଦଳ ସମାବେଶରେ ଏମିତି ନବୀନ କଣ କହିଲେ ଯେ, ସବୁ ମହିଳା କର୍ମି ଖୁସ୍

ଭୁବନେଶ୍ବର: ମିଛ ହେଉଛି ବିଜେପିର ସବୁଠାରୁ ବଡ଼ ପରିଚୟ। ମିଛ ପ୍ରତିଶ୍ରୁତି ଦେଇ ବିଜେପି କ୍ଷମତା କୁ ଆସିଛି। ତେଣୁ ବିଜେପି ର ମିଛ କୁ ପଦାରେ ପକାଇବା ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆହ୍ୱାନ ଜଣାଇଛନ୍ତି।

ଆଜି ଶଙ୍ଖ ଭବନ ରେ ଆୟୋଜିତ ବିଜୁ ମହିଳା ଜନତା ଦଳ ର ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ଓ ରାଜ୍ୟ ନେତୃବୃନ୍ଦ କୁ ସମ୍ବୋଧିତ କରିବା ଅବସରରେ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।ଶ୍ରୀ ପଟ୍ଟନାୟକ କହିଲେ ଯେ ନିର୍ବାଚନ ବେଳେ ସାରା ଦେଶ ରୁ ବିଜେପି ର ବଡ଼ ବଡ଼ ନେତା ଓଡିଶା ଆସିଲେ ହାତୀ ଦେବୁ ଘୋଡା ଦେବୁ କହିଲେ।

କିନ୍ତୁ କାମ ରେ ଜିରୋ। ଏ ସମ୍ପର୍କ ରେ ସୂଚନା ଦେଇ ସେ କହିଲେ ଯେ ବିଜେପି ସୁଭଦ୍ରା ଯୋଜନାରେ ଦୁଇ ବର୍ଷ ରେ ସବୁ ମାଙ୍କୁ ପଚାଶ ହଜାର ଟଙ୍କା ଦେବ ବୋଲି କହିଥିଲେ। କିନ୍ତୁ ଏବେ ଅଳ୍ପ କିଛି ମା ମାନଙ୍କୁ ସୁଭଦ୍ରା ଯୋଜନା ରେ ଛଅ ମାସରେ ଦେବେ ମାତ୍ର ପାଞ୍ଚ ହଜାର ଟଙ୍କା। ସେହିପରି 300 ୟୁନିଟ ମାଗଣା ବିଜୁଳି ମଧ୍ୟ ମିଛ।

ମା’ମାନଙ୍କ ବିଶ୍ୱାସ ସହ ସାଧାରଣ ଲୋକଙ୍କ ବିଶ୍ୱାସ ସହ ବିଜେପି ଖେଳିବା ଉଚିତ ନୁହେଁ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।ରାଜ୍ୟର ପ୍ରତି ଘରେ ଘରେ ବିଜେପିର ମିଛ କୁ ପ୍ରଚାର କରାଯିବା ଦରକାର ବୋଲି ନବୀନ କହିଛନ୍ତି।

ସାରା ଦେଶରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅତ୍ୟାଚାର ଘଟଣାରେ ଚିନ୍ତା ପ୍ରକଟ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଆମ ସଂସ୍କୃତି ରେ ମା’ମାନଙ୍କୁ ଆମେ ଦେବୀ ଭାବରେ ପୂଜା କରୁ। ତେଣୁ ମା ମାନଙ୍କ ଉପରେ ଅତ୍ୟାଚାର ଇଶ୍ୱରଙ୍କ ସହ ଦ୍ରୋହ , ମାନବିକତା ବିରୁଦ୍ଧରେ ଦ୍ରୋହ ଭାବେ ଶ୍ରୀ ପଟ୍ଟନାୟକ ବର୍ଣ୍ଣନା କରିଥିଲେ ଏବଂ ଏଭଳି ଅପରାଧୀଙ୍କୁ କଠୋରରୁ କଠୋର ତମ ଦଣ୍ଡ ଦେବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ।

ଅତ୍ୟାଚାରର ଶିକାର ହେଉଥିବା ମହିଳାମାନଙ୍କୁ ସାହାଯ୍ୟ ସହଯୋଗ କରିବା ପାଇଁ ଶ୍ରୀ ପଟ୍ଟନାୟକ ଦଳର ସଦସ୍ୟମାନଙ୍କୁ ପରାମର୍ଶ ଦେଇଥିଲେ। ଆମ ସମସ୍ତଙ୍କ ସାମୁହିକ ଉଦ୍ୟମ ହିଁ ମା’ମାନଙ୍କ ପାଇଁ ଏକ ନିରାପଦ ଦୁନିଆ ସ୍ଥାପନ କରିବାରେ ସହାୟକ ହେବ ବୋଲି ଆଶା କରିଥିଲେ।

ସାରା ଦେଶରେ ମହିଳା ସଶକ୍ତିକରଣର ମୂଳଦୁଆ ବିଜୁ ବାବୁ ହିଁ ପକାଇଥିଲେ ବୋଲି ଶ୍ରୀ ପଟ୍ଟନାୟକ ସ୍ମରଣ କରାଇଦେବା ସହ ବିଜୁ ଜନତା ଦଳ ସବୁବେଳେ ମା’ମାନଙ୍କ ସ୍ୱର ହୋଇ ରହିଛି ଓ ରହିବ ବୋଲି ସେ କହିଥିଲେ।

ଲୋକସଭା ଓ ବିଧାନସଭାମାନଙ୍କରେ ମହିଳାମାନଙ୍କ ସ୍ଥାନ ସଂରକ୍ଷଣ ବିଷୟରେ ବିରୋଧୀ ଦଳ ନେତା କହିଥିଲେ ଯେ, ଶେଷରେ ଲୋକସଭା ଓ ବିଧାନସଭାରେ ମହିଳା ସଂରକ୍ଷଣ ଆସନ ଆସିବ। ସେଥିପାଇଁ ଆମର ମହିଳା ସଦସ୍ୟ ଗ୍ରହଣ କରିବା କାର୍ଯ୍ୟ ଆରମ୍ଭ କରିବାର ଆବଶ୍ୟକତା ରହିଛି। ସେହିପରି ଖୁବ ଶିଘ୍ର ଦଳୀୟ ପଦପଦବୀରେ ମହିଳାମାନଙ୍କୁ ଅଗ୍ରାଧିକାର ଦିଆଯିବ ବୋଲି ନବୀନ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଧାୟିକା ପ୍ରମିଳା ମଲ୍ଲିକ ଶ୍ରୀ ଦେବୀପ୍ରସାଦ ମିଶ୍ର ପ୍ରମୁଖ ଉଦବୋଧନ ଦେଇଥିଲେ। ପୂର୍ବତନ ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ସ୍ୱାଗତ ଭାଷଣ ଦେଇଥିଲେ।

ନବୀନ ପଟ୍ଟନାୟକ ବିଜୁ ମହିଳା ଜନତା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026
Latest News

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.