Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ଵ ଭ୍ରାତୃତ୍ଵ ଦିବସ ପାଳିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ଵ ଭ୍ରାତୃତ୍ଵ ଦିବସ ପାଳିତ

September 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଯୁଗ ପୁରୁଷ ସ୍ବାମୀ ବିବେକାନନ୍ଦ ୧୮୯୩ ମସିହା ସେପ୍ଟେମ୍ବର ମାସ ୧୧ ତାରିଖ ଦିନ ଆମେରିକାର ଚିକାଗୋ ଠାରେ ବିଶ୍ବ ଧର୍ମ ସମ୍ମିଳନୀରେ ଦେଇଥିବା ବକ୍ତବ୍ୟ ସେଦିନ ସ୍ୱାମୀଜୀଙ୍କୁ ବିଶ୍ବରେ ଏକ ସ୍ୱତନ୍ତ୍ର ପରିଚିତି ଆଣିଦେଇ ଥିଲା।ସେହି ପବିତ୍ର ଦିବସକୁ ସ୍ମରଣୀୟ ରଖିବା ପାଇଁ ବିବେକାନନ୍ଦ କେନ୍ଦ୍ର ଓଡ଼ିଶା ଶାଖା ବିଭିନ୍ନ ସ୍ଥାନରେ ଏହି ଦିବସ ପାଳନ କରୁଛି। ଆଜି ବାଣପୁର ସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ଵ ଭ୍ରତୃତ୍ଵ ଦିବସ ପାଳିତ ହୋଇଯାଇଛି।

ବାଣପୁର – ବାଲୁଗାଁ ନଗର ସଂଚାଳକ ସତ୍ୟନାରାୟଣ ଷଡ଼ଙ୍ଗୀଙ୍କ ସଭାପତିତ୍ବରେ ଆୟୋଜିତ ଏହି ଉତ୍ସବରେ ଗୋଦାବରୀଶ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା ମୁଖ୍ୟ ଅତିଥି ଓ ରାଜନୀତି ବିଜ୍ଞାନ ବିଭାଗର ମୁଖ୍ୟ ଲକ୍ଷ୍ମୀ ପ୍ରସାଦ ମିଶ୍ର ମୁଖ୍ୟ ବକ୍ତା ଭାବରେ ଯୋଗଦେଇ ଏହି ଦିବସ ପାଳନ କରିବାର ତାତ୍ପର୍ଯ୍ୟ ସମ୍ପର୍କରେ ମତ ପ୍ରକାଶ କରିଥିଲେ।ଇଂରାଜୀ ଅଧ୍ୟାପିକା ମିକି ମନସ୍ଵିନୀଙ୍କ ସଂଯୋଜନାରେ ପରିଚାଳିତ ଏହି ଉତ୍ସବରେ ସଂସ୍କୃତ ବିଭାଗର ଅଧ୍ୟାପକ ଅରବିନ୍ଦ ନାୟକ, ଆଦିତ୍ୟ ସାରଥୀ ବେଦମତ୍ତା, ନଗର ପ୍ରମୁଖ ଅଜୟ କୁମାର ଦାସ, ନଗର ବ୍ୟବସ୍ଥାପକ ସୁକାନ୍ତ କୁମାର ଜେନା ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।ସମ୍ପର୍କ ପ୍ରମୁଖ ତଥା ଅବସର ପ୍ରାପ୍ତ କ୍ରୀଡା ଶିକ୍ଷକ ବୈରାଗୀ ଚରଣ ବଳ ଧନ୍ୟବାଦ୍ ଅର୍ପଣ କରିଥିଲେ।

ପରିଶେଷରେ ଗତ ଛଅ ତାରିଖରେ ମହାବିଦ୍ୟାଳୟରେ ହୋଇଥିବା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ଓ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.