Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବର୍ଷା ଜନିତ କ୍ଷୟକ୍ଷତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସାତ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ
ବିଶେଷ ଖବର

ବର୍ଷା ଜନିତ କ୍ଷୟକ୍ଷତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସାତ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

September 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ଆକାଶମାର୍ଗରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ।

ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭାଙ୍ଗି ଯାଇଥିବା ସମସ୍ତ କଚ୍ଚା ଘର ନିମନ୍ତେ ତୁରନ୍ତ ସହାୟତା ପ୍ରଦାନ ଉପରେ ଗୁରୁତ୍ବ ଆରୋପ କରିଛନ୍ତି। ବିଜୁଳି ସଂଯୋଗୀକରଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ସଂପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଜଣେ ମଧ୍ୟ ପ୍ରଭାବିତ ବ୍ୟକ୍ତି ସରକାରୀ ସହାୟତା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପ୍ରବଳ ବର୍ଷା ଯୋଗୁଁ ଜଳ ଜନିତ ରୋଗର ସମ୍ଭାବନାକୁ ରୋକିବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।

ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ବ୍ୟାପକ ପୂର୍ବ ପ୍ରସ୍ତୁତି ଯୋଗୁଁ zero casualty ସମ୍ଭବ ହୋଇପାରିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତିଦିନ ପାଣିପାଗ ବିଭାଗଠାରୁ ପ୍ରାପ୍ତ ସୂଚନା ଅନୁଯାୟୀ ସତର୍କ ସୂଚନା ସଂପୃକ୍ତ ଜିଲ୍ଲାମାନଙ୍କୁ ନିରନ୍ତର ଭାବେ ପ୍ରେରଣ କରାଯାଉଥିଲା। ଏଥିସହିତ ରାଜ୍ୟ ଆପଦକାଳୀନ ପରିଚାଳନା କେନ୍ଦ୍ରରୁ ୨୪ ଘଣ୍ଟିଆ ଭାବେ ପରିସ୍ଥିତି ଉପରେ ନଜର ରଖାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହିପରି ଜରୁରୀ ସମୟରେ ଓଡରାଫ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସେବା ପ୍ରଶଂସନୀୟ ବୋଲି ରାଜସ୍ୱ ମନ୍ତ୍ରୀ ଶ୍ରୀ ପୂଜାରୀ ମତବ୍ୟକ୍ତ କରିଥିଲେ। ଓଡ଼ିଶା ରିଲିଫ୍ କୋଡ ଅନୁଯାୟୀ ସମସ୍ତ କ୍ଷୟକ୍ଷତିର ଆକଳନ କରାଯାଇ ପର୍ଯ୍ୟାପ୍ତ ସହଯୋଗ ରାଶି ପ୍ରଦାନ କରାଯିବ ବୋଲି ଶ୍ରୀ ପୂଜାରୀ କହିଛନ୍ତି।

ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର ଶ୍ରୀ ଦେଓ ରଞ୍ଜନ ସିଂ, ଦକ୍ଷିଣାଞ୍ଚଳ ଡିଆଇଜି ଚରଣ ସିଂ ମୀନା, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଉପସ୍ଥିତ ଥିଲେ।

ବୈଠକ ଆରମ୍ଭରେ ଜିଲ୍ଲାପାଳ ପ୍ରବଳ ବର୍ଷାକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ନେଇ ବିସ୍ତୃତ ଭାବରେ ଉପସ୍ଥାପନ କରିଥିଲେ। ସୂଚନା ଥାଉ କି ଭାରତ ପାଣିପାଗ ବିଭାଗ, ଭୁବନେଶ୍ୱର ଠାରୁ ପ୍ରାପ୍ତ ସୂଚନା ମୁତାବକ ସେପ୍ଟେମ୍ବର ୫ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏହା କ୍ରମେ ଘନୀଭୂତ ହୋଇ ୮ ତାରିଖରେ ଗଭୀର ଅବପାତରେ ପରିଣତ ହୋଇଥିଲା । ଏହାର ପ୍ରଭାବରେ ୯ ଏବଂ ୧୦ ତାରିଖରେ ମାଲକାନାଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇଥିଲା ।

ମାଲକାନଗିରି ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ: ପ୍ରଭାଭିତ ହେବ ଟ୍ରେନ ସେବା

August 21, 2025

ସନ୍ଥ କବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ ପ୍ରତ୍ୟେହ ଅଖଣ୍ଡ ଦୀପ ଓ ପୁଷ୍ପ ମାଲ୍ୟାର୍ପଣ

August 21, 2025

ବାଲୁଗାଁ ଜାତୀୟ ରାଜପଥରେ ଓଲଟିଲା ଯାତ୍ରୀବାହୀ ଅଟୋ, ଜଣେ ମୃତ, ୪ ଗୁରୁତର

August 21, 2025

କ୍ୟାପିଟାଲ ରିଜନ ରିଙ୍ଗ ରୋଡ ମଞ୍ଜୁର କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

August 21, 2025
Latest News

AIIMS ରେ ଆପଣ କିପରି କର୍କଟ ଚିକିତ୍ସା କରିପାରିବେ?, ଜାଣନ୍ତୁ ସମ୍ପୂର୍ଣ୍ଣ ଖର୍ଚ୍ଚ

August 21, 2025

ଜର୍ମାନ ଚାନ୍ସେଲର ଭାବରେ ଦାୟିତ୍ୱ ଗ୍ରହଣ ପରେ ଫ୍ରେଡ୍ରିଚ୍ ମର୍ଜଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

August 21, 2025

ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ: ପ୍ରଭାଭିତ ହେବ ଟ୍ରେନ ସେବା

August 21, 2025

ସନ୍ଥ କବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ ପ୍ରତ୍ୟେହ ଅଖଣ୍ଡ ଦୀପ ଓ ପୁଷ୍ପ ମାଲ୍ୟାର୍ପଣ

August 21, 2025

ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ବିଶାଳ ଚକ୍ଷୁ ଚିକିତ୍ସା ଶିବିର

August 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.