ସ୍ୱଚ୍ଛ ଭାରତ ଦିବସ: ବାଲୁଗାଁ ପଦଯାତ୍ରାରେ ସାମିଲ ହେଲେ ୪୦୦ ରୁ ଉର୍ଦ୍ଧ୍ବ ପୁରୁଷ ଓ ମହିଳା

Published: Oct 2, 2024, 7:53 pm IST

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଗାନ୍ଧୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ଅବସରରେ ବାଲୁଗାଁ ଗାନ୍ଧିଛକ ଠାରେ ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ପ୍ରାତଃ ସମୟରେ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପଦଯାତ୍ରାରେ ୪୦୦ ରୁ ଉର୍ଦ୍ଧ୍ବ ପୁରୁଷ ଓ ମହିଳା ଯୋଗ ଦେଇଥିଲେ।

ଉକ୍ତ ପଦଯାତ୍ରା ବେଳେ ବିଭିନ୍ନ ସ୍ଥାନରେ ସଫେଇ କରିବାସହ ସ୍ୱଚ୍ଛ ପରିବେଶ ସୃଷ୍ଟି କରିବାନେଇ ଜନ ସଚେତନତା କରାଯାଇଥିଲା। ପୂର୍ବାହ୍ନରେ ଏନଏସି କାର୍ଯ୍ୟାଳୟ ପରିସରରେ ସ୍ୱଚ୍ଛ ଭାରତ ସମ୍ବନ୍ଧୀୟ ଚିତ୍ରାଙ୍କନ, ଜ୍ଞାନ ବିଜ୍ଞାନ, ବକୃତା, ପ୍ରବନ୍ଧ ଲିଖନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ଉକ୍ତ ପ୍ରତିଯୋଗିତାରେ ସ୍ଥାନୀୟ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ଉପାଧ୍ୟକ୍ଷ ଭଗବାନ ପ୍ରଧାନ, ସମସ୍ତ କାଉନସିଲର, କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ଏନଏସି କର୍ମଚାରୀ, ବରିଷ୍ଠ ନାଗରିକଙ୍କ ସମେତ ଜନସାଧାରଣ ଉପସ୍ଥିତ ଥିଲେ।

Related posts