ଆସନ୍ତା ୭ ଓ ୧୪ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Published: Oct 5, 2024, 5:32 pm IST

ଭୁବନେଶ୍ଵର: ଆସନ୍ତା ଅକ୍ଟୋବର ୭ ତାରିଖ ଏବଂ ଅକ୍ଟୋବର ୧୪ ତାରିଖ (ଉଭୟ ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟଥିବା ବେଳେ ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ହେତୁ ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Related posts