Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରିଲାଏନ୍ସ ଜିଓ ଆଣିଲା ଭାରତର ସବୁଠୁ ଶସ୍ତା ୪ଜି ଫୋନ, ଦାମ୍ ଓ ଫିଚର ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଜାତୀୟ ଖବର

ରିଲାଏନ୍ସ ଜିଓ ଆଣିଲା ଭାରତର ସବୁଠୁ ଶସ୍ତା ୪ଜି ଫୋନ, ଦାମ୍ ଓ ଫିଚର ଜାଣିଲେ ହେବେ ଆଶ୍ଚର୍ଯ୍ୟ

October 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରିଲାଏନ୍ସ ଜିଓ ଆଣିଲା ଭାରତର ସବୁଠୁ ଶସ୍ତା ୪ଜି ଫୋନ, ଦାମ୍ ଓ ଫିଚର ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ପକ୍ଷରୁ ଇଣ୍ଡିଆ ମୋବାଇଲ୍ କଂଗ୍ରେସ ୨୦୨୪ ରେ ଦୁଇଟି ନୂତନ ୪ଜି ଫିଚର ଫୋନ୍ ଶୁଭାରମ୍ଭ କରାଯାଇଛି। ଜିଓଭାରତ ଭି୩ ଏବଂ ଜିଓଭାରତ ଭି୪ ନାମିତ ଏହି ଦୁଇ ୪ଜି ଫିଚର ଫୋନ ଜିଓଭାରତ ସିରିଜ୍ ଅଧୀନରେ ଆରମ୍ଭ କରାଯାଇଛି।

ନୂଆ ମଡେଲଗୁଡିକ ୧୦୯୯ ଟଙ୍କା ମୂଲ୍ୟରେ ବଜାରରେ ଉପଲବ୍ଧ ହେବ। ଗତ ବର୍ଷ ଜିଓଭାରତ ଭି୨ ମଡେଲ୍ ଶୁଭାରମ୍ଭ କରାଯାଇଥିଲା, ଯାହା ଭାରତୀୟ ଫିଚର ଫୋନ୍ ବଜାରରେ ଆଲୋଡ଼ନ ସୃଷ୍ଟି କରିଥିଲା​​। କମ୍ପାନୀ ଅନୁଯାୟୀ, ଲକ୍ଷ ଲକ୍ଷ ୨ଜି ଗ୍ରାହକ ଜିଓଭାରତ ଫିଚର ଫୋନ୍ ମାଧ୍ୟମରେ ୪ଜିକୁ ପରିବର୍ତ୍ତିତ ହୋଇସାରିଛନ୍ତି ।

ଆଗାମୀ ପିଢ଼ିର ଏହି ନୂଆ ଫିଚର ଫୋନ ଆଧୁନିକ ଡିଜାଇନ୍, ଶକ୍ତିଶାଳୀ ୧୦୦୦ ଏମଏଏଚ (mAh) ବ୍ୟାଟେରୀ, ୧୨୮ ଜିବି ପର୍ଯ୍ୟନ୍ତ ବିସ୍ତାରଯୋଗ୍ୟ ଷ୍ଟୋରେଜ୍ ଏବଂ ୨୩ଟି ଭାରତୀୟ ଭାଷାକୁ ସମର୍ଥନ କରୁଛି । ଜିଓଭାରତ ଫୋନରେ ମାସିକ ମାତ୍ର ୧୨୩ ଟଙ୍କାରେ ରିଚାର୍ଜ କରାଯାଇପାରିବ ଯେଉଁଥିରେ ଅସୀମିତ ଭଏସ୍ କଲ୍ ଏବଂ ଦୈନିକ ଅଧା ଜିବି ହିସାବରେ ମୋଟ ୧୪ ଜିବି ହାଇ-ସ୍ପିଡ଼ ଡାଟା ମଧ୍ୟ ଉପଲବ୍ଧ ହେବ।

ଉଭୟ ଭି୩ ଏବଂ ଭି୪ ମଡେଲ ଜିଓ-ଟିଭି, ଜିଓ-ସିନେମା, ଜିଓ-ପେ ଏବଂ ଜିଓ-ଚାଟ୍ ଭଳି ଉପଯୋଗୀ ପ୍ରି-ଲୋଡେଡ଼ ଆପ୍ ସହିତ ଆସିବ। ୪୫୫ ରୁ ଅଧିକ ଲାଇଭ ଟିଭି ଚ୍ୟାନେଲ ସହିତ ଚଳଚ୍ଚିତ୍ର, ଭିଡିଓ ଏବଂ କ୍ରୀଡା ବିଷୟବସ୍ତୁ ମଧ୍ୟ ମାତ୍ର ଗୋଟିଏ କ୍ଲିକରେ ଗ୍ରାହକଙ୍କ ପାଇଁ ଉପଲବ୍ଧ ହେବ। ଅନ୍ୟପକ୍ଷରେ, ଜିଓ-ପେ ସହଜରେ ନିରବଛିନ୍ନ ଦେୟ ପ୍ରଦାନ ସୁବିଧା ପ୍ରଦାନ କରୁଥିବା ବେଳେ ଜିଓଚାଟ ଅସୀମିତ ଭଏସ୍ ମେସେଜିଂ, ଫଟୋ ସେୟାର ଏବଂ ଗ୍ରୁପ୍ ଚାଟ୍ ବିକଳ୍ପ ପ୍ରଦାନ କରିଥାଏ ।

ଜିଓଭାରତ ଭି୩ (JioBharat V3) ଏବଂ ଜିଓଭାରତ ଭି୪ (JioBharat V4) ଖୁବ୍ ଶୀଘ୍ର ସମସ୍ତ ମୋବାଇଲ୍ ଷ୍ଟୋର୍ ସହିତ ଜିଓମାର୍ଟ ଏବଂ ଆମାଜନରେ ମଧ୍ୟ ଉପଲବ୍ଧ ହେବ।

ଜିଓ ଫୋନ ରିଲାଏନ୍ସ ଜିଓ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026
Latest News

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.